ସବୁଠି FM ତାତି: ରାଜଧାନୀରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ବିଜେଡି

ଭୁବନେଶ୍ୱର,୧୩ା୭: ରବିବାର ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଛି ଘେରିଛି ଛାତ୍ର ଓ ଯୁବ ବିଜେଡି। ବାଲେଶ୍ବର ଫକୀର ମୋହନ(FM) କଲେଜ ଛାତ୍ରୀ ଆତ୍ମାହୁତି ଘଟଣା ପ୍ରତିବାଦରେ ଏହି ଘେରାଉ କରାଯାଇଛି। ବିଧାୟକ ବ୍ୟୋମକେଶ ରାୟ, ଦେବୀରଞ୍ଜନ ତ୍ରିପାଠୀ ପ୍ରମୁଖ ଏହି ଘେରାଉରେ ସାମିଲ ଥିବାବେଳେ ଶତାଧିକ ବିଜେଡି କର୍ମୀଙ୍କୁ ପୋଲିସ ଉଠାଇ ନେଇଛି।

ସୂଚନାଯୋଗ୍ୟ, ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ(ଏଚ୍‌ଓଡି) ସମୀର କୁମାର ସାହୁ ଅନୁଚିତ ଅନୁଗ୍ରହ(ଫେବର) ଦେଖାଇବା ଆଳରେ ଜଣେ ଛାତ୍ରୀଙ୍କଠାରୁ ଶାରୀରିକ ସମ୍ପର୍କ ଚାହୁଁଥିଲେ। ଏଥିରେ ଛାତ୍ରୀ ରାଜି ନ ହେବାରୁ ତାଙ୍କୁ ଏଚ୍‌ଓଡି ବାରମ୍ବାର ମାନସିକ ନିର୍ଯାତନା ଦେବା ସହ ଅସଦାଚରଣ କରୁଥିଲେ। ଏହା ଅସହ୍ୟ ହେବାରୁ ଛାତ୍ରୀ ଜଣକ କଲେଜ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ଏପରି କି ୧୦ ଦିନ ତଳେ ଛାତ୍ରୀ ଥାନାର ଦ୍ୱାରସ୍ଥ ହୋଇ ସମ୍ପୃକ୍ତ ଅଧ୍ୟାପକ (ଏଚ୍‌ଓଡି) ସାହୁଙ୍କ ବିରୋଧରେ ଅଭିଯୋଗ କରିଥିଲେ। ହେଲେ କଲେଜ ପକ୍ଷରୁ ଇଣ୍ଟରନାଲ କମିଟି ଗଠନ କରାଯାଇଛି କହି କେହି କିଛି ଶୁଣିଲେ ନାହିଁ। ନ୍ୟାୟ ନ ମିଳିବାରୁ ଛାତ୍ରୀ ଶନିବାର ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ ପ୍ରକୋଷ୍ଠ ସମ୍ମୁଖରେ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ତାଙ୍କ ଶରୀରର ପ୍ରାୟ ୯୦ ପ୍ରତିଶତ ପୋଡ଼ି ଯାଇଥିବାବେଳେ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍‌ସରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ଅଭିଯୁକ୍ତ ସାହୁଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେହିପରି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଦିଲୀପ ଘୋଷ ଏବଂ ଅଧ୍ୟାପକ ସାହୁଙ୍କୁ ନିଲମ୍ବନ କରାଯାଇଛି। ଏଥିସହିତ ଘଟଣାର ତଦନ୍ତ ପାଇଁ ଯୁଗ୍ମ ସଚିବସ୍ତରୀୟ କମିଟି ଗଠନ କରାଯାଇଥିବା ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?