ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ ଅତିଥିମାନେ ପତାକା ଉତ୍ତୋଳନ କରିଥିଲେ। ପରେ ଭଞ୍ଜନଗର ମେଡିକାଲରେ ରୋଗୀମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା।
ଏହାପରେ ଟାଉନ ହଲ୍ଠାରେ ଆୟୋଜିତ ସ୍ବାୟତ୍ତ ଶାସନ ଦିବସ ସମାରୋହରେ ମ୍ୟୁନିସିପାଲିଟି ପୌରାଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ଭାବେ କନ୍ଧମାଳ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ ଯୋଗଦେଇ ଭଞ୍ଜନଗର ସହରର ବିକାଶ ଓ ନାଗରିକ ସେବାକୁ ଆହୁରି ସୁଦୃଢ଼ କରିବା ଉପରେ ମତ ରଖିଥିଲେ। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସହରର ସାମଗ୍ରିକ ବିକାଶ ପାଇଁ ମିଳିତ ପ୍ରୟାସର ଆବଶ୍ୟକତା ଉପରେ କହିଥିଲେ।

ଏହି ଅବସରରେ ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧକ୍ଷ ନୀଳମାଧବ ପାତ୍ର, ଏନଏସି ଉପାଧକ୍ଷା ଶୁଭଶ୍ରୀ ଦାସ, ନିର୍ବାହୀ ଅଧିକାରୀ ମୂରଲୀ କୃଷ୍ଟ ପଣ୍ଡା, ବିଡିଓ ଭାରତୀ ଦେବୀ, ଅତିରିକ୍ତ ତହସିଲଦାର ଅବିନାଶ ମାହାର ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ। ଭୁବନେଶ୍ବର ଦୂରଦର୍ଶନ କେନ୍ଦ୍ରର ପ୍ରାକ୍ତନ ନିର୍ଦ୍ଦେଶକ ଶାନ୍ତନୁ କୁମାର ରଥ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ। ସହରର ସ୍ବଚ୍ଛତା, ପରିମଳ, ରାସ୍ତାଘାଟ, ଆଲୋକୀକରଣ ଓ ଅନ୍ୟାନ୍ୟ ମୌଳିକ ସୁବିଧାର ବିକାଶ ସହ ଲୋକଙ୍କୁ ଉତ୍ତମ ନାଗରିକ ସେବା ଯୋଗାଇବା ଉପରେ ବକ୍ତାମାନେ କହିଥିଲେ ।
ସୂଚନାଯୋଗ୍ୟ, ଭଞ୍ଜନଗର ମ୍ୟୁନିସିପାଲିଟିର ବଜେଟ ପରିମାଣ ଗତ କିଛି ବର୍ଷରେ ବୃଦ୍ଧି ପାଇଛି।
୨୦୨୪-୨୫ରେ ଏନଏସି ଥିବାବେଳେ ବଜେଟ ପ୍ରାୟ ୧୪ କୋଟି ଥିଲା। ୨୦୨୫-୨୬ରେ ୧୫ କୋଟି ଏବଂ ମ୍ୟୁନିସିପାଲିଟି ଘୋଷଣା ହେବାପରେ ୨୦୨୬-୨୭ରେ ପ୍ରାୟ ୨୫ କୋଟି ଟଙ୍କାର ବଜେଟ ରହିଥିବା ଜଣାପଡ଼ିଛି। ସହରର ବିକାଶ ସହ ନିଜସ୍ବ ରାଜସ୍ବ ବୃଦ୍ଧି ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଉଛି। ଅନ୍ୟପକ୍ଷରେ, ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପାଇଁ ପ୍ରାୟ ୫ ଏକର ଜମି ଆବଶ୍ୟକ ରହିଛି। ମ୍ୟୁନିସିପାଲିଟି ଘୋଷଣା ପରେ ରାଜ୍ୟ ସରକାର ସ୍ବତନ୍ତ୍ର ଭାବେ ଏକ କୋଟି ଅନୁଦାନ ଦେଇଛନ୍ତି। ଏଥିସହ ସହରର ଅନେକ ଉନ୍ନତିକରଣ ପାଇଁ ବିପୁଳ ଅର୍ଥ ଖର୍ଚ୍ଚ ହେବ ବୋଲି ଅତିଥି ମାନେ କହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri