ଖଣି, ଇସ୍ପାତ ଉତ୍ପାଦନ ଅଭିବୃଦ୍ଧି ଉପରେ ଫୋକସ୍‌

ଭୁବନେଶ୍ୱର, ୩ା୩(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ତାଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଆର୍ସେଲର ମିତ୍ତଲର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଲକ୍ଷ୍ମୀନିବାସ ମିତ୍ତଲ ଏବଂ ସିଇଓ ଆଦିତ୍ୟ ମିତ୍ତଲଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ବୈଠକରେ ଓଡ଼ିଶାରେ ଇସ୍ପାତ ଉତ୍ପାଦନ, ଖଣିକ୍ଷେତ୍ରର ଅଭିବୃଦ୍ଧି ଏବଂ କମ୍ପାନୀର ସମ୍ପ୍ରସାରଣ ସହ ଜଡ଼ିତ ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି। ଓଡ଼ିଶାକୁ ଇସ୍ପାତର ପେଣ୍ଠସ୍ଥଳୀରେ ପରିଣତ କରିବା ଏବଂ ଏଥିରେ ଆର୍ସେଲର ମିତ୍ତଲର ଭୂମିକା କ’ଣ ରହିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିବା ଧର୍ମେନ୍ଦ୍ର କହିଛନ୍ତି। ଏଥିସହିତ ନୂତନ ଉଦ୍ଭାବନ ମାଧ୍ୟମରେ ତୈଳ, ଗ୍ୟାସ୍‌, ଇସ୍ପାତ, ପେଟ୍ରୋକେମିକାଲ ଏବଂ ଖଣିକ୍ଷେତ୍ରକୁ ଅଧିକ ମଜଭୁତ୍‌ କରିବା, ଦକ୍ଷତାସମ୍ପନ୍ନ, ବିଶ୍ୱସ୍ତରୀୟ ପ୍ରତିଯୋଗିତା ଲାଗି ପ୍ରସ୍ତୁତି ସମ୍ପର୍କରେ ଗୁରୁତ୍ୱାରୋପ କରାଯାଇଛି।
୨୦୩୦ ସୁଦ୍ଧା ଦେଶରେ ବାର୍ଷିକ ୩୦୦ ମିଲିୟନ ଟନ୍‌ ଇସ୍ପାତ ଉପତ୍ାଦନ କରିବାକୁ ଲକ୍ଷ୍ୟ ରଖାଯାଇଛି। କେବଳ ଓଡ଼ିଶାରୁ ୧୦୦ ମିଲିୟନ ଟନ୍‌ ଇସ୍ପାତ ଉପତ୍ାଦନ କରାଯିବାକୁ ଯୋଜନା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବୋଦୟ ମିଶନ ଏବଂ ଆତ୍ମନିର୍ଭର ଭାରତ ଆନୁକୂଲ୍ୟରେ ଓଡ଼ିଶାରେ ଥିବା ଧାତବ ଖଣିଜର ଭୂମିକା, ଏ କ୍ଷେତ୍ରରେ ଓଡ଼ିଶାର ଯୋଗଦାନ ନେଇ ଆଲୋଚନା ହୋଇଛି। ଇସ୍ପାତ କ୍ଷେତ୍ରରେ ଅଧିକ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା ସହ ଘରୋଇ ଇସ୍ପାତ ବୃଦ୍ଧି ଦିଗରେ ଗୁରୁତ୍ୱ ଦିଆଯାଉଛି। ବିଶ୍ୱର ସର୍ବବୃହତ୍‌ ଇସ୍ପାତ ଉପତ୍ାଦନକାରୀ କମ୍ପାନୀଙ୍କ ମଧ୍ୟରୁ ଅନ୍ୟତମ ଏହି କମ୍ପାନୀ ଭାରତରେ ସମ୍ପ୍ରସାରଣ କରିବା ପାଇଁ ଇଚ୍ଛୁକ। ଏଥିଲାଗି ସମସ୍ତ ପ୍ରକାର ସହଯୋଗ କରାଯିବ ବୋଲି ଧର୍ମେନ୍ଦ୍ର ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri