ନୂଆପଡ଼ା,୧୮।୧୨ (ମକାରୁ ବେମାଲ): ଜିଲା ମହିଳା ସଶକ୍ତୀକରଣ କେନ୍ଦ୍ର ଓ ଜିଲା ସମାଜ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ମଙ୍ଗଳବାର ସ୍ଥାନୀୟ ସଦ୍ଭାବନା ସଭାଗୃହଠାରେ ଘରୋଇ ହିଂସା ପ୍ରତିରୋଧ ଆଇନ ସମ୍ପର୍କିତ ଏକ ଦିନିଆ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ମଧୁସୂଦନ ଦାଶ ଏହାକୁ ଉଦ୍ଘାଟନ କରି ଘରୋଇ ହିଂସାକୁ କିପରି ରୋକାଯାଇପାରିବ ସେ ଉପରେ ସମସ୍ତଙ୍କୁ ଅବଗତ କରିଥିଲେ। ଜିଲା ସମାଜ କଲ୍ୟାଣ ଅଧିକାରୀ ଏସ୍ ଗୀତା ଅତିଥି ପରିଚୟ ପ୍ରଦାନ ସହ ସ୍ବାଗତ ଭାଷଣ ଦେଇଥିଲେ। ଶିବିରରେ ସିଡିଏମ୍ଓ ଡା. ଧନେଶ୍ୱର ସେଠୀ, ଅତିରିକ୍ତ ଏସ୍ପି ରଣଜିତ ନାୟକ, ବରିଷ୍ଠ ଓକିଲ ମୁରଲୀଧର ପଣ୍ଡା, ଓକିଲ ନାରାୟଣ ପ୍ରସାଦ ଯୋଶୀ, ଡା ଉମାକାନ୍ତ ମେହେର, ମହିଳା ଓ ଶିଶୁ ସେଲ ଇନ୍ସପେକ୍ଟର ସୂର୍ଯ୍ୟକାନ୍ତି ଦାସ, ସୁରକ୍ଷା ଅଧିକାରୀ ମଞ୍ଜୁଲତା ଶୁକ୍ଲା ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଘରୋଇ ହିଂସା ପ୍ରତିରୋଧ ଆଇନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପରେ ଅଧିକାରୀମାନେ ଆଲୋକପାତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମସ୍ତ ପ୍ରୋଗ୍ରାମ ଅଫିସର, ସିଡିପିଓ, ସମସ୍ତ ଥାନାର ପୋଲିସ ଅଧିକାରୀ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧିକାରୀ, ସଖି ସେଣ୍ଟର କାର୍ଯ୍ୟକର୍ତ୍ତା, ପରିବାର ପରାମର୍ଶ କେନ୍ଦ୍ର ଅଧିକାରୀ ଉପସ୍ଥିତ ଥିଲେ। ଶେଷରେ ସୁରକ୍ଷା ଅଧିକାରୀ ମଞ୍ଜୁଲତା ଶୁକ୍ଲା ଧନ୍ୟବାଦ ଅର୍ପଣ କରିଥିଲେ।
Posted inHome Left, ଆମ ଜିଲା ଖବର, ନୂଆପଡ଼ା View All
ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ
ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…
ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ
ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…
ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ
ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…
ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…
ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…
ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…
ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…
ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍ର ଦାମ୍
ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…
ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ
ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…
ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍
ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…
Archives

