Posted inଜାତୀୟ

ପ୍ରଥମେ ପାଠପଢ଼ାରେ ମନ ଦିଅ, ପରେ ବିବାହ…

ଭୋପାଳ, ୨୩।୨ : ପାଠପଢ଼ା ପରେ ବିବାହ କାର୍ଯ୍ୟ ହେଲେ ଭଲ। ନାରୀ ନିକେତନରେ ଥିବା ଜଣେ ଯୁବତୀଙ୍କୁ ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ପକ୍ଷରୁ ଏଭଳି ପରାମର୍ଶ ପ୍ରଦାନ କରାଯାଇଛି। ଯୁବତୀ ଜଣକ ନିଜ ସମ୍ପ୍ରଦାୟ ବାହାରେ ଜଣଙ୍କୁ ବିବାହ କରିବାକୁ ଚାହୁଁଛନ୍ତି।

ବିଚାରପତି ଶେଲ୍‌ ନାଗୁ ଏବଂ ମନିନ୍ଦର ସିଂ ଭଟ୍ଟଙ୍କ ନେତୃତ୍ୱରେ ଗଠିତ ଡିଭିଜନ୍‌ ବେଞ୍ଚ୍‌ ଯୁବତୀଙ୍କୁ ପରାମର୍ଶ ଦେଇଛନ୍ତି ଯେ, ବିବାହ ମଧ୍ୟ ଗୁରୁତ୍ୱପୂର୍ଣ୍ଣ। କିନ୍ତୁ ଏହାକୁ ପାଠପଢ଼ା ପାଇଁ ଘୁଞ୍ଚାଇ ଦେଇ ହେବ। ଏନେଇ ତାଙ୍କ ପରିବାର ପକ୍ଷରୁ ମଧ୍ୟ ବିରୋଧ କରାଯାଉଛି। ଯୁବତୀ ଜଣଙ୍କୁ ୧୯ ବର୍ଷ ହୋଇଥିବା ତାଙ୍କ ପରିବାର ପକ୍ଷରୁ ଦାଖଲ ହୋଇଥିବା ପିଟିଶନ୍‌ରେ ଉଲ୍ଲେଖ କରାଯାଇଛି। ସେ ୨୦୦୨ ଅକ୍ଟୋବର ୧୯ରେ ଜନ୍ମଗ୍ରହଣ କରିଥିଲେ। ସେ ଏବେ ନର୍ସିଂ ପାଠ୍ୟକ୍ରମରେ ଅଧ୍ୟୟନ କରୁଛନ୍ତି।

ଖଣ୍ଡପୀଠ ଏନେଇ ଏକ ସତ୍ୟପାଠ ଦାଖଲ କରିବାକୁ ମଧ୍ୟ କହିଛନ୍ତି। ସେ ସ୍ପେଶାଲ ମ୍ୟାରେଜ୍‌ ଆକ୍ଟ ୧୯୫୪ ଅନ୍ତର୍ଗତ ବିବାହ କରିବାକୁ ଚାହୁଁଥିବା ସତ୍ୟପାଠରେ ଉଲ୍ଲେଖ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେ ବୟସ୍କା ହୋଇଥିବାରୁ ନିଜ ପସନ୍ଦର ଧର୍ମ ଅବା ଜୀବନସାଥି ଚୟନ କରିପାରିବେ ବୋଲି କୋର୍ଟ କହିଛନ୍ତି। ଏବେ ତାଙ୍କ ବୟସ ୧୯ ବର୍ଷରୁ ଅଧିକ ଥିବାରୁ ସେ ନାରୀ ନିକେତନରେ ରହିବା ଅନାବଶ୍ୟକ। ତେଣୁ କୋର୍ଟ ତାଙ୍କୁ ମୁକ୍ତ କରିବା ଲାଗି ନିର୍ଦ୍ଦେଶ ଜାରି କରିଛନ୍ତି। ବ୍ୟକ୍ତିଗତ ସ୍ବାଧୀନତା ଅର୍ନ୍ତଗତ ସେ ନିଜ ପସନ୍ଦର ବିବାହ କରିପାରିବେ ବୋଲି ଖଣ୍ଡପୀଠଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାୟ ଦାବିରେ ଶ୍ୱଶୁର ଦ୍ୱାରଦେଶରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri