Posted inଖେଳ

ଏସିଆନ ଗେମ୍ସ ଉପରେ ଫୋକସ

ବେଙ୍ଗାଲୁରୁ, ୨୩।୫: ୟୁରୋପରେ ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ଖେଳିବା ପାଇଁ ଭାରତୀୟ ହକି ଦଳ ସୋମବାର ଲଣ୍ଡନ ଯାତ୍ରା କରିଛି। ମେ’ ୨୬ରୁ ଆରମ୍ଭ ହେଉଥିବା ଏହି ଲିଗ୍‌ରେ ଭାରତୀୟ ଦଳ ପ୍ରଥମ ପର୍ଯ୍ୟାୟରେ ଅଲିମ୍ପିକ୍ସ ଚାମ୍ପିୟନ ବେଲ୍‌ଜିୟମ ଏବଂ ଆୟୋଜକ ଗ୍ରେଟ୍‌ ବ୍ରିଟେନ୍‌କୁ ଭେଟିବ। ବେଲଜିୟମ ବିପକ୍ଷରେ ୨୬ ଓ ଜୁନ୍‌ ୨ରେ ଏବଂ ବ୍ରିଟେନ୍‌ ବିପକ୍ଷରେ ମେ’ ୨୭ ଓ ଜୁନ୍‌ ୩ରେ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏହାପରେ ଭାରତୀୟ ଦଳ ଇନ୍‌ଧୋଭେନ ଯାଇ ଆୟୋଜକ ନେଦରଲାଣ୍ଡ୍ସ (ଜୁନ୍‌ ୭ ଓ ୧୦) ଏବଂ ଆର୍ଜେଣ୍ଟିନା (ଜୁନ୍‌ ୮ ଓ ୧୧) ବିପକ୍ଷରେ ଖେଳିବ। ”ଆମେ ଆଗାମୀ ଦିନରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରୋ ଲିଗ୍‌ ମ୍ୟାଚ୍‌ ଖେଳିବାକୁ ଯାଉଛୁ। ବର୍ତ୍ତମାନ ଆମେ ଟେବୁଲରେ ଦୃଢ଼ ସ୍ଥିତିରେ ରହିଛୁ। ଆସନ୍ତା ମ୍ୟାଚ୍‌ଗୁଡ଼ିକରୁ ଯଥାସମ୍ଭବ ଅଧିକ ପଏଣ୍ଟ ସଂଗ୍ରହ ପାଇଁ ଚେଷ୍ଟା କରିବୁ। କ୍ୱାଲିଟି ଟିମ୍‌ଗୁଡ଼ିକ ବିପକ୍ଷରେ ଖେଳିବାର ସୁଯୋଗ ମିଳିଥିବାରୁ ଆମେ ଏହି ଟୁର୍‌କୁ ନେଇ ଉତ୍ସାହିତ ଅଛୁ। ଚଳିତ ବର୍ଷ ଶେଷଭାଗରେ ଏସିଆନ ଗେମ୍ସ ଅନୁଷ୍ଠିତ ହେବ। ଆମେ ଏଥିପାଇଁ ପ୍ରସ୍ତୁତି ପଥରେ ରହିଥିବାରୁ ଆଗାମୀ ମ୍ୟାଚ୍‌ଗୁଡ଼ିକ ବହୁ ଗୁରୁତ୍ୱପୂର୍ଣ୍ଣ“ ବୋଲି ଅଧିନାୟକ ହରମନପ୍ରୀତ ସିଂ ପ୍ରକାଶ କରିଛନ୍ତି।
ଏହା ପୂର୍ବରୁ ଭାରତ ଘରୋଇ ପରିବେଶରେ ବିଶ୍ୱ ଚାମ୍ପିୟନ ଜର୍ମାନୀ ଓ ଅଷ୍ଟ୍ରେଲିଆ ବିପକ୍ଷରେ ଅପରାଜେୟ ରହିଥିଲା। ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚ୍‌ଗୁଡ଼ିକ ଭାରତୀୟ ଦଳର ମନୋବଳ ବଢ଼ାଇଥିଲା। ବେଙ୍ଗାଲୁରୁସ୍ଥିତ ସାଇ ସେଣ୍ଟରରେ ଜାତୀୟ କୋଚିଂ କ୍ୟାମ୍ପ୍‌ରେ ମଧ୍ୟ ଜାତୀୟ ଦଳର ଖେଳାଳିମାନେ ଉତ୍ତମ ଟ୍ରେନିଂ କରିଛନ୍ତି। ତେଣୁ ମୋମେଣ୍ଟମ୍‌ ବଜାୟ ରଖିବା ସପକ୍ଷରେ ମତବ୍ୟକ୍ତ କରିଛନ୍ତି ହରମନପ୍ରୀତ। ନବନିଯୁକ୍ତ ମୁଖ୍ୟ କୋଚ୍‌ କ୍ରେଗ୍‌ ଫୁଲଟନଙ୍କ ତତ୍ତ୍ୱାବଧାନରେ ଭାରତ ପ୍ରଥମଥର ପାଇଁ ୟୁରୋପରେ ମ୍ୟାଚ୍‌ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri