‘ମୁକ୍ତ, ଅବାଧ, ନିରପେକ୍ଷ ନିର୍ବାଚନ ଉପରେ ଗୁରୁତ୍ୱ ଦିଅ’

ଭୁବନେଶ୍ୱର,୧୮।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ-୨୦୨୨ ପରିପେକ୍ଷୀରେ ସୋମବାର ବିଭିନ୍ନ ଜିଲା ଲାଗି ନିଯୁକ୍ତ ନିର୍ବାଚନ ଏବଂ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଗୀତଗୋବିନ୍ଦ ସଦନଠାରେ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସମ୍ପ୍ରତି କୋଭିଡ୍‌ ପରିସ୍ଥିତିରେ ଏକ ସୁରକ୍ଷିତ, ମୁକ୍ତ, ଅବାଧ ଏବଂ ନିରପେକ୍ଷ ନିର୍ବାଚନ ଉପରେ ଗୁରୁତ୍ୱ ଦିଆଯାଇଛି।
ନିର୍ବାଚନ ସମୟରେ ନିର୍ବାଚନ ପର୍ଯ୍ୟବେକ୍ଷକମାନେ କମିଶନରଙ୍କ ଆଖି ଓ କାନ ଭାବେ ସମ୍ପୂର୍ଣ୍ଣ ରାଜ୍ୟରେ ତୀକ୍ଷ୍ମ ନଜର ରଖିବେ। ଏହାସହ ନିୟମିତ ଅନ୍ତରରେ ରାଜ୍ୟ ନିର୍ବାଚନ କମିଶନରଙ୍କୁ ରିପୋର୍ଟ ପ୍ରଦାନ କରିବେ। ଜିଲାରେ ନିର୍ବାଚନ ଆଚରଣ ବିଧିର ଠିକ୍‌ ପାଳନ ହେଉଛି କି ନାହିଁ ସେନେଇ ପର୍ଯ୍ୟବେକ୍ଷକମାନେ ଦୃଷ୍ଟି ରଖିବେ। ଚଳିତ ନିର୍ବାଚନରେ ଯେକୌଣସି ପ୍ରକାର ରାଲିକୁ ନିଷେଧ କରାଯାଇଥିବାବେଳେ ଏଥିପ୍ରତି ପର୍ଯ୍ୟବେକ୍ଷକମାନେ ସଜାଗ ରହିବେ। ଚଳିତ ନିର୍ବାଚନରେ ଭୋଟ ଗଣତି ବୁଥ୍‌ ବଦଳରେ ବ୍ଲକ୍‌ ମୁଖ୍ୟାଳୟରେ ହେବ। ନିର୍ବାଚନ କମିଶନର ଏବଂ ଜିଲା ନିର୍ବାଚନ ଅଧିକାରୀଙ୍କ ମଧ୍ୟରେ ଯୋଗସୂତ୍ର ରକ୍ଷାକରି କାର୍ଯ୍ୟ କରିବାକୁ କମିଶନର ନିର୍ବାଚନ ପର୍ଯ୍ୟବେକ୍ଷକମାନଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri