ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ଅତି ଘନ କୁହୁଡ଼ି ସମ୍ଭାବନା ରହିଛି । ତେବେ କୁହୁଡ଼ି ପାଇଁ ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ ଜାରି କରାଯାଇଛି । କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଜଗତସିଂହପୁର ପାଇଁ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, କନ୍ଧମାଳକୁ ମଧ୍ୟ ୱାର୍ଣ୍ଣିଂ ହୋଇଛି ।

ତେବେ କୁହୁଡ଼ି ସମୟରେ ଅଧିକ ଦୂର ଯାଏ ଦେଖିବା ସମ୍ଭବ ହେଉନଥିବା ବେଳେ ଗାଡ଼ି ନେଇ ଯିବାକୁ ଥିଲେ ସତର୍କ ପାଇଁ ପରାମର୍ଶ ଦିଆଯାଇଛି । ତେବେ କୁହୁଡି ସାଙ୍ଗକୁ ଥଣ୍ଡା ମଧ୍ୟ ଅସହ୍ୟ ହେଉଛି । ଗତ ୨୪ଘଣ୍ଟାରେ ରାଜ୍ୟର ୧୨ଟି ସହରର ତାପମାତ୍ରା ୧୦ଡିଗ୍ରୀ ତଳେ ରହିଥିଲା। ରାଜ୍ୟର ସର୍ବନିମ୍ନ ତାପମାତ୍ରା ୪.୩ ଡିଗ୍ରୀ ସହ ଜି.ଉଦୟଗିରି ସବୁଠୁ ଥଣ୍ଡା ସହର ପାଲଟିଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri