୩୦ ଜିଲାରେ ହେବ ‘ଲୋକକଳା ଦଳ’

ଭୁବନେଶ୍ୱର, ୨୪।୫ (ବ୍ୟୁରୋ):ରାଜ୍ୟରେ ଥିବା ଲୋକକଳା ଦଳଗୁଡ଼ିକୁ ନେଇ ୩୦ ଜିଲାରେ ଗଠନ ହେବ ‘ଲୋକକଳା ଦଳ’। କଳାକାରଙ୍କ ସଶକ୍ତୀକରଣ ଓ ସେମାନଙ୍କ ଜୀବନ ଜୀବିକାର ଉନ୍ନତି ପାଇଁ ଏହି ସ୍ବୟଂ ସହାୟକ ଦଳ କାର୍ଯ୍ୟ କରିବ। ଏଥିପାଇଁ କଳାକାର ପାଣ୍ଠିରୁ ଅର୍ଥ ପ୍ରଦାନ କରାଯିବ। ଏହାଦ୍ୱାରା ଲୁପ୍ତପ୍ରାୟ ଲୋକକଳାର ପୁନରୁଦ୍ଧାର ସହ କଳାକାର ଓ ଦଳଗୁଡିକୁ ସଶକ୍ତ କରାଯାଇ ପାରିବ। ରାଜ୍ୟ କଳା ସଂସ୍କୃତି ସଂଘ ଉପସଭାପତି ଓ ରାଜ୍ୟ ପ୍ରକଳ୍ପ ସଂଯୋଜକ ଏନେଇ ବ୍ଲ୍ୟୁପ୍ରିଣ୍ଟ ପ୍ରସ୍ତୁତ କରିବେ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଜିଲା କଳା ସଂସ୍କୃତି ସଂଘ ଉପସଭାପତିଙ୍କୁ ନେଇ ରବିବାର ଅନୁଷ୍ଠିତ ଭର୍ଚୁଆଲ ବୈଠକରେ ଏହି ସୂଚନା ଦିଆଯାଇଛି।
କରୋନାର ଦ୍ୱିତୀୟ ଲହରରେ ଲୋକକଳା କଳାକାରଙ୍କ ବିଭିନ୍ନ ସମସ୍ୟା ସମାଧାନର ବାଟ ବାହାର କରିବା ପାଇଁ ଏହି ବୈଠକ ବସି ୩୦ ଜିଲାର କଳା ସଂସ୍କୃତି ସଂଘ ଉପସଭାପତିଙ୍କ ମତାମତ ନିଆଯାଇଥିଲା। ବୈଠକରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ଭତ୍ତା ପାଇବାକୁ ଥିବା ୧୬ ହଜାର କଳାକାରଙ୍କୁ ଜିଲାସ୍ତରରେ ଅଡିଶନ ମାଧ୍ୟମରେ ଚୟନ କରିବାକୁ ମତ ପ୍ରକାଶ ପାଇଥିଲା। ଏହାସହିତ ମହାମାରୀ ଯୋଗୁ ମଞ୍ଚ ବନ୍ଦ ଥିବାରୁ ଅଳ୍ପଦିନ ମଧ୍ୟରେ ‘ଷ୍ଟେଜ୍‌ ଅନ୍‌ ଓ୍ବେବ୍‌’ ଓ ‘ଷ୍ଟେଜ୍‌ ଅନ୍‌ ସୋସିଆଲ୍‌ ମିଡିଆ’ କରାଯିବ। ଏହା ମାଧ୍ୟମରେ ଛୋଟ ଛୋଟ ସଚେତନ ବାର୍ତ୍ତା ଦେବାରେ କଳାକାରଙ୍କୁ ସାମିଲ କରାଯାଇ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ଅନ୍‌ଲକ୍‌ରେ କଳାକାରଙ୍କୁ ‘ଷ୍ଟେଜ୍‌ ଅନ୍‌ ହୁଇଲ୍‌’ ମାଧ୍ୟମରେ ଅଧିକ ସକ୍ରିୟ କରାଯିବ ବୋଲି ନିର୍ଦ୍ଦେଶକ ଦାସ ସୂଚନା ଦେଇଥିଲେ। ଏଥିପାଇଁ ଅନ୍ତର୍ଜାତୀୟ ସଂସ୍ଥା ୟୁନିସେଫ୍‌ ଓ ଅନ୍ୟ ସରକାରୀ ଅନୁଷ୍ଠାନର ବୈଷୟିକ ପରାମର୍ଶ ନିଆଯିବ ବୋଲି ସ୍ଥିର କରାଯାଇଛି। ବୈଠକରେ ରାଜ୍ୟ ପ୍ରକଳ୍ପ ସଂଯୋଜକ ବାସୁଦେବ ମାଳବିଶୋଇ, ରାଜ୍ୟ କଳା ସଂସ୍କୃତି ସଂଘ ଉପସଭାପତି ଅବନୀ ମିଶ୍ର ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?