ମନ ମୋହିଲା ଲୋକନୃତ୍ୟ

ରାଉରକେଲା ଅଫିସ, ୨୪।୧: ହକି ବିଶ୍ୱକପ୍‌କୁ ଅବସରରେ ରାଉରକେଲା ସେକ୍ଟର-୫ ଭଞ୍ଜଭବନ ସ୍ଥିତ ପ୍ରଦର୍ଶନୀ ପଡିଆରେ ଚାଲିଥିବା ସରସ ମେଳାର ମଙ୍ଗଳବାର ଦଶମ ଦିବସ ଥିଲା। ସରସ ମେଳାରେ ଖାଦ୍ୟ, ବସ୍ତ୍ର ଓ ଗୃହାଦି ଉପକରଣ ସାମଗ୍ରୀର ପସରା ଜମୁଛି। ରାଜ୍ୟ ତଥା ରାଜ୍ୟ ବାହାର ସ୍ବୟଂ ସହାୟକ ଗୋଷ୍ଠୀ, ମିଶନ ଶକ୍ତି ମହିଳା ମଣ୍ଡଳ ଓ କ୍ଷୁଦ୍ର ଉଦ୍ୟୋଗୀ ସରସ ମେଳାରେ ନିଜ ନିଜ ପସରା ଖୋଲି ରୋଜଗାର କରୁଛନ୍ତି। ଆଜିକୁ ୧୦ ଦିନ ହେଲାଣି ସରସ ମେଳା ପ୍ରଦର୍ଶନୀ ବଜାରରେ ଗ୍ରାହକଙ୍କ ପ୍ରବଳ ଭିଡ଼ ଜମୁଥିବା ଦେଖିବାକୁ ମିଳିଛି। ଏହା ଭିତରେ ରାତ୍ରିକାଳୀନ ସାଂସ୍କୃତିକ କାର୍ଯ୍ୟକ୍ରମ ମେଳାର ଆକର୍ଷଣକୁ ଦ୍ୱିଗୁଣିତ କରୁଛି । ଦର୍ଶକ ଓ ଗ୍ରାହକ ବିଭିନ୍ନ ଦ୍ରବ୍ୟ କିଣାବିକା ସହ ସାଂସ୍କୃତିକ କାର୍ଯ୍ୟକ୍ରମର ମଜା ନେଉଛନ୍ତି। ୧୦ ଦିନ ମଧ୍ୟରେ ସରସ ମେଳା ମଞ୍ଚରେ ରାଜ୍ୟ ତଥା ରାଜ୍ୟ ବାହାରର ୨୬ରୁ ଊର୍ଦ୍ଧ୍ୱ ନୃତ୍ୟକଳା ପରିଷଦର କଳାକାରମାନେ ଅଂଶଗ୍ରହଣ କରି ସେମାନଙ୍କ ନୃତ୍ୟ ପରିବେଷଣ ସାରିଲେଣି। ସରସ ମେଳା ଏବେ ସାଂସ୍କୃତିକ ବର୍ଣ୍ଣାଳିର ପେଣ୍ଠସ୍ଥଳ ପାଲଟିଛି। ମଙ୍ଗଳବାର ଏହି ମଞ୍ଚରେ ରାଉରକେଲା ପ୍ରତିଭା କଳା କେନ୍ଦ୍ର, ରାୟଗଡର ଡଙ୍ଗରିଆ କନ୍ଧ ନୃତ୍ୟକଳା ପରିଷଦ, ମଣିପୁର କରମା ନୃତ୍ୟକଳା ପରିଷଦ, ଆନ୍ଧ୍ରପ୍ରଦେଶର ଭାରତ ନାଟ୍ୟମ କଳା ପରିଷଦର କଳାକାରମାନେ ନୃତ୍ୟ ପରିବେଷଣ କରିଥିଲେ। ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଦର୍ଶକମାନେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri