ମନ ମୋହିଲା ଲୋକନୃତ୍ୟ

ରାଉରକେଲା ଅଫିସ, ୨୪।୧: ହକି ବିଶ୍ୱକପ୍‌କୁ ଅବସରରେ ରାଉରକେଲା ସେକ୍ଟର-୫ ଭଞ୍ଜଭବନ ସ୍ଥିତ ପ୍ରଦର୍ଶନୀ ପଡିଆରେ ଚାଲିଥିବା ସରସ ମେଳାର ମଙ୍ଗଳବାର ଦଶମ ଦିବସ ଥିଲା। ସରସ ମେଳାରେ ଖାଦ୍ୟ, ବସ୍ତ୍ର ଓ ଗୃହାଦି ଉପକରଣ ସାମଗ୍ରୀର ପସରା ଜମୁଛି। ରାଜ୍ୟ ତଥା ରାଜ୍ୟ ବାହାର ସ୍ବୟଂ ସହାୟକ ଗୋଷ୍ଠୀ, ମିଶନ ଶକ୍ତି ମହିଳା ମଣ୍ଡଳ ଓ କ୍ଷୁଦ୍ର ଉଦ୍ୟୋଗୀ ସରସ ମେଳାରେ ନିଜ ନିଜ ପସରା ଖୋଲି ରୋଜଗାର କରୁଛନ୍ତି। ଆଜିକୁ ୧୦ ଦିନ ହେଲାଣି ସରସ ମେଳା ପ୍ରଦର୍ଶନୀ ବଜାରରେ ଗ୍ରାହକଙ୍କ ପ୍ରବଳ ଭିଡ଼ ଜମୁଥିବା ଦେଖିବାକୁ ମିଳିଛି। ଏହା ଭିତରେ ରାତ୍ରିକାଳୀନ ସାଂସ୍କୃତିକ କାର୍ଯ୍ୟକ୍ରମ ମେଳାର ଆକର୍ଷଣକୁ ଦ୍ୱିଗୁଣିତ କରୁଛି । ଦର୍ଶକ ଓ ଗ୍ରାହକ ବିଭିନ୍ନ ଦ୍ରବ୍ୟ କିଣାବିକା ସହ ସାଂସ୍କୃତିକ କାର୍ଯ୍ୟକ୍ରମର ମଜା ନେଉଛନ୍ତି। ୧୦ ଦିନ ମଧ୍ୟରେ ସରସ ମେଳା ମଞ୍ଚରେ ରାଜ୍ୟ ତଥା ରାଜ୍ୟ ବାହାରର ୨୬ରୁ ଊର୍ଦ୍ଧ୍ୱ ନୃତ୍ୟକଳା ପରିଷଦର କଳାକାରମାନେ ଅଂଶଗ୍ରହଣ କରି ସେମାନଙ୍କ ନୃତ୍ୟ ପରିବେଷଣ ସାରିଲେଣି। ସରସ ମେଳା ଏବେ ସାଂସ୍କୃତିକ ବର୍ଣ୍ଣାଳିର ପେଣ୍ଠସ୍ଥଳ ପାଲଟିଛି। ମଙ୍ଗଳବାର ଏହି ମଞ୍ଚରେ ରାଉରକେଲା ପ୍ରତିଭା କଳା କେନ୍ଦ୍ର, ରାୟଗଡର ଡଙ୍ଗରିଆ କନ୍ଧ ନୃତ୍ୟକଳା ପରିଷଦ, ମଣିପୁର କରମା ନୃତ୍ୟକଳା ପରିଷଦ, ଆନ୍ଧ୍ରପ୍ରଦେଶର ଭାରତ ନାଟ୍ୟମ କଳା ପରିଷଦର କଳାକାରମାନେ ନୃତ୍ୟ ପରିବେଷଣ କରିଥିଲେ। ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଦର୍ଶକମାନେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri