ଦର୍ଶକଙ୍କ ମନ ଜିଣିଲେ ଲୋକନୃତ୍ୟ କଳାକାର: ଉତ୍ସାହିତ କଲେ ବିଧାୟକ

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ଦୁଇଦିନ ବ୍ୟାପୀ ଚାଲିଥିବା ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ ହୋଇଯାଇଛି । ସ୍ଥାନୀୟ ବିଚିତ୍ର ବର୍ଣ୍ଣାଳୀ ନାଟ୍ୟ ସଂସଦ ତରଫରୁ ଆୟୋଜିତ ଏହି ମହୋତ୍ସବର ଉଦଯାପନୀ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର, ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା, ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରା, ବଡଖେମୁଣ୍ଡି ରାଜପୁତ୍ର ଶ୍ରୀଧର ଦେବ, ଦିଗପହଣ୍ଡି ଏନଏସି ୍ଯଯଯକ୍ଷ ପ୍ରଫୁଲ ପଣ୍ଡା, ନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, ଉପାଧ୍ୟକ୍ଷା ପ୍ରତିନିଧି କେ. କୁନା, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରାକ୍ତନ ଉପ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ନିଶଙ୍କ,ଗଣମାଧ୍ୟମ ପ୍ରତିନିଧି ପ୍ରକାଶ ପଟ୍ଟନାୟକ, କାଉନସିଲର ଦୀପକ କୁମାର ମିଶ୍ର, ସୁନିଲ କୁମାର ପଣ୍ଡା, ନୀଳମାଧବ ଗୌଡ, ଜୋାତ୍ସ୍ନା ଜେନା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ।

ଲୋକ ସେବା ପରିଷଦ ସମ୍ପାଦକ କୁରେଶୁ ପଣ୍ଡା ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ବିଚିତ୍ର ବର୍ଣାଳୀ ନାଟ୍ୟ ସଂସଦ ସମ୍ପାଦକ ଆଲୋକ ବିଷୋୟୀ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଏହି ପରିପ୍ରେକ୍ଷୀରେ ଉପସ୍ଥିତ ଅତିଥି ବୃନ୍ଦ ବର୍ତ୍ତମାନ ପରିସ୍ଥିତିରେ ପ୍ରହ୍ଲାଦ ନାଟକ ଭଳି ପ୍ରାଚୀନ ସାଂସ୍କୃତିକ ନୃତ୍ୟ ନାଟିକା ଗୁଡ଼ିକର ପରିବେଷଣ ଶୈଳୀରେ ମୌଳିକତା ରକ୍ଷା , ହଜି ଯାଉଥିବା ପୁରାତନ ସଂସ୍କୃତି ଓ ଲୋକକଳାକୁ ବଜାୟ ରଖିବା ସମ୍ପର୍କରେ ମତପ୍ରକାଶ କରିଥିଲେ।

ଏହି ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଆସିଥିବା ଲୋକନୃତ୍ୟ କଳାକାର ମାନେ ଢୁମ୍ପା ସଙ୍ଗୀତ, ଦାଶ କାଠିଆ, ଚଢ଼େୟା ନୃତ୍ୟ, ଗୋଟିପୁଅ ନୃତ୍ୟ, ଓଡ଼ିଶୀ, ଯୋଡିଶଙ୍ଖ, କାଠପାଦ ରଣପା, ମହିଳାଙ୍କ ପାଇକ ଆଖଡ଼ା , ଜୀବନ୍ତ କଣ୍ଢେଇ ନୃତ୍ୟ ପରିବେଷଣ କରିଥିଲେ।

ମହୋତ୍ସବର ପ୍ରଥମ ଦିବସରେ ପ୍ରହ୍ଲାଦ ନାଟକ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଉଦଘାଟନୀ ଉତ୍ସବରେ ବିଶିଷ୍ଟ ଲୋକ ସଂସ୍କୃତି ଗବେଷକ ମନ୍ମଥ କୁମାର ଶତପଥୀ, ଆକାଶବାଣୀ ଏବଂ ଦୂରଦର୍ଶନର ପ୍ରାକ୍ତନ ନିର୍ଦ୍ଦେଶକ ଡ. ଶାନ୍ତନୁ କୁମାର ରଥ, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରାକ୍ତନ ଉପ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ନିଶଙ୍କ, ସମଦୃଷ୍ଟି ପତ୍ରିକାର କାର୍ଯ୍ୟର୍ନିବାହୀ ସମ୍ପାଦକ
ବିଘ୍ନେଶ୍ୱର ସାହୁ , ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରାକ୍ତନ ଉପ ନିର୍ଦ୍ଦେଶକ ପ୍ରଫୁଲ୍ଲ ସାମନ୍ତରା, ଗଞ୍ଜାମ ଜିଲା କଳା ସଂସ୍କୃତି ସଂଘର ଉପସଭାପତି ସନ୍ତୋଷ କୁମାର ପାଢ଼ୀ, କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରାପ୍ତ ଗୁରୁ ଏସ. ସିମାଞ୍ଚଳ ପାତ୍ର, ପ୍ରହ୍ଲାଦ ନାଟକ ଗୁରୁ ଗୋକୁଳାନନ୍ଦ ପ୍ରଧାନ, ଜନାର୍ଦ୍ଦନ ପ୍ରଧାନ, ଗୋକୁଳ ବାଡଜାତ୍ୟା , କାହ୍ନୁଚରଣ ଷଡ଼ଙ୍ଗୀ, ଏ. ରାଜେନ୍ଦ୍ର ପାତ୍ର, ବୃନ୍ଦାବନ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ରାଜ୍ୟ ଚଳଚ୍ଚିତ୍ର ଉନ୍ନୟନ ନିଗମର ପ୍ରାକ୍ତନ ଅଧ୍ୟକ୍ଷ ତଥା ସିନେ କଳାକାର କୁନା ତ୍ରିପାଠୀ,ହାସ୍ୟ ଅଭିନେତା ହରିହର ମହାପାତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଦର୍ଶକଙ୍କ ମନ ମୋହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri