ଦର୍ଶକଙ୍କ ମନ ଜିଣିଲେ ଲୋକନୃତ୍ୟ କଳାକାର: ଉତ୍ସାହିତ କଲେ ବିଧାୟକ

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ଦୁଇଦିନ ବ୍ୟାପୀ ଚାଲିଥିବା ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ ହୋଇଯାଇଛି । ସ୍ଥାନୀୟ ବିଚିତ୍ର ବର୍ଣ୍ଣାଳୀ ନାଟ୍ୟ ସଂସଦ ତରଫରୁ ଆୟୋଜିତ ଏହି ମହୋତ୍ସବର ଉଦଯାପନୀ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର, ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା, ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରା, ବଡଖେମୁଣ୍ଡି ରାଜପୁତ୍ର ଶ୍ରୀଧର ଦେବ, ଦିଗପହଣ୍ଡି ଏନଏସି ୍ଯଯଯକ୍ଷ ପ୍ରଫୁଲ ପଣ୍ଡା, ନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, ଉପାଧ୍ୟକ୍ଷା ପ୍ରତିନିଧି କେ. କୁନା, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରାକ୍ତନ ଉପ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ନିଶଙ୍କ,ଗଣମାଧ୍ୟମ ପ୍ରତିନିଧି ପ୍ରକାଶ ପଟ୍ଟନାୟକ, କାଉନସିଲର ଦୀପକ କୁମାର ମିଶ୍ର, ସୁନିଲ କୁମାର ପଣ୍ଡା, ନୀଳମାଧବ ଗୌଡ, ଜୋାତ୍ସ୍ନା ଜେନା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ।

ଲୋକ ସେବା ପରିଷଦ ସମ୍ପାଦକ କୁରେଶୁ ପଣ୍ଡା ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ବିଚିତ୍ର ବର୍ଣାଳୀ ନାଟ୍ୟ ସଂସଦ ସମ୍ପାଦକ ଆଲୋକ ବିଷୋୟୀ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଏହି ପରିପ୍ରେକ୍ଷୀରେ ଉପସ୍ଥିତ ଅତିଥି ବୃନ୍ଦ ବର୍ତ୍ତମାନ ପରିସ୍ଥିତିରେ ପ୍ରହ୍ଲାଦ ନାଟକ ଭଳି ପ୍ରାଚୀନ ସାଂସ୍କୃତିକ ନୃତ୍ୟ ନାଟିକା ଗୁଡ଼ିକର ପରିବେଷଣ ଶୈଳୀରେ ମୌଳିକତା ରକ୍ଷା , ହଜି ଯାଉଥିବା ପୁରାତନ ସଂସ୍କୃତି ଓ ଲୋକକଳାକୁ ବଜାୟ ରଖିବା ସମ୍ପର୍କରେ ମତପ୍ରକାଶ କରିଥିଲେ।

ଏହି ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଆସିଥିବା ଲୋକନୃତ୍ୟ କଳାକାର ମାନେ ଢୁମ୍ପା ସଙ୍ଗୀତ, ଦାଶ କାଠିଆ, ଚଢ଼େୟା ନୃତ୍ୟ, ଗୋଟିପୁଅ ନୃତ୍ୟ, ଓଡ଼ିଶୀ, ଯୋଡିଶଙ୍ଖ, କାଠପାଦ ରଣପା, ମହିଳାଙ୍କ ପାଇକ ଆଖଡ଼ା , ଜୀବନ୍ତ କଣ୍ଢେଇ ନୃତ୍ୟ ପରିବେଷଣ କରିଥିଲେ।

ମହୋତ୍ସବର ପ୍ରଥମ ଦିବସରେ ପ୍ରହ୍ଲାଦ ନାଟକ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଉଦଘାଟନୀ ଉତ୍ସବରେ ବିଶିଷ୍ଟ ଲୋକ ସଂସ୍କୃତି ଗବେଷକ ମନ୍ମଥ କୁମାର ଶତପଥୀ, ଆକାଶବାଣୀ ଏବଂ ଦୂରଦର୍ଶନର ପ୍ରାକ୍ତନ ନିର୍ଦ୍ଦେଶକ ଡ. ଶାନ୍ତନୁ କୁମାର ରଥ, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରାକ୍ତନ ଉପ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ନିଶଙ୍କ, ସମଦୃଷ୍ଟି ପତ୍ରିକାର କାର୍ଯ୍ୟର୍ନିବାହୀ ସମ୍ପାଦକ
ବିଘ୍ନେଶ୍ୱର ସାହୁ , ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରାକ୍ତନ ଉପ ନିର୍ଦ୍ଦେଶକ ପ୍ରଫୁଲ୍ଲ ସାମନ୍ତରା, ଗଞ୍ଜାମ ଜିଲା କଳା ସଂସ୍କୃତି ସଂଘର ଉପସଭାପତି ସନ୍ତୋଷ କୁମାର ପାଢ଼ୀ, କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରାପ୍ତ ଗୁରୁ ଏସ. ସିମାଞ୍ଚଳ ପାତ୍ର, ପ୍ରହ୍ଲାଦ ନାଟକ ଗୁରୁ ଗୋକୁଳାନନ୍ଦ ପ୍ରଧାନ, ଜନାର୍ଦ୍ଦନ ପ୍ରଧାନ, ଗୋକୁଳ ବାଡଜାତ୍ୟା , କାହ୍ନୁଚରଣ ଷଡ଼ଙ୍ଗୀ, ଏ. ରାଜେନ୍ଦ୍ର ପାତ୍ର, ବୃନ୍ଦାବନ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ରାଜ୍ୟ ଚଳଚ୍ଚିତ୍ର ଉନ୍ନୟନ ନିଗମର ପ୍ରାକ୍ତନ ଅଧ୍ୟକ୍ଷ ତଥା ସିନେ କଳାକାର କୁନା ତ୍ରିପାଠୀ,ହାସ୍ୟ ଅଭିନେତା ହରିହର ମହାପାତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଦର୍ଶକଙ୍କ ମନ ମୋହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

‘ଛାତ୍ରୀଛାତ୍ରଙ୍କ ସଫଳତା ଆମ ପୁରସ୍କାର’

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri