ପୁଅକୁ ଦିଅନ୍ତୁ ଭଲ ଶିକ୍ଷା, ଶତ୍ରୁକୁ ଦୁଃଖ; ଜାଣିରଖନ୍ତୁ ଚାଣକ୍ୟ କହିଥିବା ଏହି ୪ କଥା

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଗୁଡ଼ିକ ବର୍ଷବର୍ଷ ଧରି ମନୁଷ୍ୟ ପାଇଁ ଉପଯୋଗୀ ହୋଇଆସିଛି। ତାଙ୍କର ମାର୍ଗଦର୍ଶନ ଏବଂ ନୀତିରେ ହିଁ ଚନ୍ଦ୍ରଗୁପ୍ତ ମୌର୍ଯ୍ୟ ସମ୍ରାଟ ହୋଇ ମୌର୍ଯ୍ୟ ସାମ୍ରାଜ୍ୟ ସ୍ଥାପନ କରିଥିଲେ। ଚାଣକ୍ୟଙ୍କ ନୀତିରେ ଜୀବନକୁ ସଫଳ କରିବାର ଉପାୟ ସହ ଭୁଲଠିକ୍‌ର ବିଚାର କରିବାର ଉପାୟ ମଧ୍ୟ ରହିଛି। ଏସବୁ ନୀତିକୁ ମାନି କିଏ ବି ସଫଳତାର ଶୀର୍ଷରେ ପହଞ୍ଚିପାରିବ। ଆସନ୍ତୁ ସେମିତି କିଛି ନୀତିକୁ ଜାଣିବା:

-ପୁଅକୁ ଭଲ ଶିକ୍ଷା ଦିଅନ୍ତୁ: ଚାଣକ୍ୟ କୁହନ୍ତି ଯେଉଁ ମା’ବାପା ପିଲାମାନଙ୍କୁ ଭଲ ଶିକ୍ଷା ଦେଇ ନ ଥାନ୍ତି ସେମାନେ ଶତ୍ରୁ ସମାନ ହୋଇଥାନ୍ତି। ସେମାନେ ନିଜ ହାତରେ ପିଲାର ଜୀବନ ବରବାଦ କରିଦିଅନ୍ତି। କାହିଁକିନା ଶିକ୍ଷା ବିହୀନ ମନୁଷ୍ୟ ବିନା ଲାଙ୍ଗୁଡ଼ ବିଶିଷ୍ଟ ପଶୁ ହୋଇଥାନ୍ତି। ଏଥିଲାଗି ପିଲାଙ୍କୁ ସର୍ବଦା ଭଲ ଶିକ୍ଷା ଦିଅନ୍ତୁ।

-ଶତ୍ରୁକୁ ଦୁଃଖ ଏବଂ କଷ୍ଟରେ ରଖନ୍ତୁ: ଚାଣକ୍ୟ କୁହନ୍ତି ବିଜେତା ହେବା ଲାଗି ଶତ୍ରୁକୁ ସବୁବେଳେ ଦୁଃଖ ଏବଂ କଷ୍ଟରେ ରଖନ୍ତୁ। କାହିଁକି ନା ସେ ଯଦି ଖୁସିରେ ରହିବ ତୁମକୁ ଆଘାତ ଦେବ, ଯଦି ସେ ନିଜର ଦୁଃଖରେ ଚିନ୍ତିତ ରହିବ ତେବେ ଆକ୍ରମଣ କରିପାରିବ ନାହିଁ। ଏଥିସହ ବେଶ ସାବଧାନତାର ସହ ତାଙ୍କ ଗତିବିଧି ଉପରେ ଧ୍ୟାନ ରଖିବା ଉଚିତ।

-ବନ୍ଧୁମାନଙ୍କୁ ଦାନଧର୍ମ କାର୍ଯ୍ୟରେ ଲଗାନ୍ତୁ: ଚାଣକ୍ୟ କୁହନ୍ତି ଭଲ ବନ୍ଧୁମାନଙ୍କୁ ନିଜ ସହ ଧର୍ମକର୍ମ କାର୍ଯ୍ୟରେ ଲଗାଇବା ଉଚିତ। ଏଭଳି କରିବାଦ୍ୱାରା ଆପଣଙ୍କ ସହ ଆପଣଙ୍କ ବନ୍ଧୁ ଏବଂ ସମାଜର ଭଲ ହେବ। ଚାଣକ୍ୟ କୁହନ୍ତି ବନ୍ଧୁମାନଙ୍କୁ ସବୁଠାରୁ ଅଧିକ ରହସ୍ୟ ଜଣାଥାଏ, ଏମିତିରେ ଖରାପଗୁଣ ଥିବା ବନ୍ଧୁ କ୍ଷତି ପହଞ୍ଚାଇପାରେ।

-ଝିଅର ବିବାହ ସର୍ବଦା ସଂସ୍କାରୀ ଏବଂ ନିଜ ସମାସ୍କନ୍ଦ ପରିବାରରେ କରିବା ଉଚିତ। କାହିଁକିନା ଯଦି ଆପଣ ନିଜଠାରୁ ଧନୀ ଘରେ ଝିଅର ବିବାହ କରନ୍ତି ତେବେ ଝିଅର ଗୃହସ୍ଥିରେ ଅନେକ ପ୍ରକାର ଅସୁବିଧା ଆସିପାରେ। ଅନେକ ଥର ପରିବାରରେ ସମାନତା ନ ଥିବା କାରଣରୁ ବିବାହ ଭାଙ୍ଗି ମଧ୍ୟ ଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପରେ ସ୍ବାମୀଙ୍କ ଭାଗ୍ୟ ଚମକାନ୍ତି ଏହି ୩ ରାଶିର ଯୁବତୀ

ଯେତେବେଳେ ବିବାହ କଥା ଉଠେ, ସମସ୍ତେ ଉତ୍ତମ ବୁଝାବଣା ଥିବା ଜୀବନସାଥୀଟିଏ ଖୋଜିଥାନ୍ତି। କୁହାଯାଏ ବିବାହ ପରେ ସ୍ବାମୀ ସହ ସ୍ତ୍ରୀର ଭାଗ୍ୟ ଯୋଡ଼ି ହୋଇଯାଏ।...

ଏହି ୫ ଗୁଣ ସ୍ତ୍ରୀଙ୍କ ପାଖରେ ଥିଲେ ଭାଗ୍ୟବାନ ହୋଇଥାନ୍ତି ସ୍ବାମୀ; ଜାଣନ୍ତୁ କ’ଣ କୁହନ୍ତି…

ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନକୁ ସଫଳ କରିବା ପାଇଁ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଯେଉଁ ବ୍ୟକ୍ତି ଏହାକୁ ଅନୁସରଣ କରେ ତାର ଜୀବନରୁ...

ଶ୍ରାବଣରେ ମହାଦେବଙ୍କ ଶୁଭଦୃଷ୍ଟି ପାଇବାକୁ ଚାହାନ୍ତି କି, କରନ୍ତୁ ଏପରି…

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି। ବିଶ୍ୱାସ ରହିଛି ଯଦି ଭଗବାନ ଶିବ ଏହି ମାସରେ ସନ୍ତୁଷ୍ଟ ହୁଅନ୍ତି ତେବେ ସେ ଭକ୍ତର ପ୍ରତ୍ୟେକ ଇଚ୍ଛା ପୂରଣ...

ଝାଡାବାନ୍ତି ହେଉଥିଲେ…କେମିତି ନେବେ ଯତ୍ନ

ସାଧାରଣତଃ ବର୍ଷାଦିନେ ଥଣ୍ଡା, କାଶ, ଜ୍ୱର, ମ୍ୟାଲେରିଆ, ଡେଙ୍ଗୁ ଆଦି ସ୍ବାସ୍ଥ୍ୟ ସମସ୍ୟା ଅଧିକ ପରିମାଣରେ ଦେଖିବାକୁ ମିଳିଥାଏ। ଏହି ଋତୁରେ ଅନ୍ୟ ଏକ ସମସ୍ୟା...

ସନ୍ତୁଳିତ ଓଜନ ଲାଗି…ଆପଣାନ୍ତୁ ଏହି ଟିପ୍ସ

ଆଜିକାଲି ଓଜନ ବୃଦ୍ଧି ବା ଓବେସିଟି ଏକ ସାଧାରଣ କଥା ପାଲଟି ଗଲାଣି। ଖାଦ୍ୟପେୟ, ନିୟମିତ ବ୍ୟାୟାମ ନ କରିବା, ଅସନ୍ତୁଳିତ ଜୀବନଶୈଳୀ ଏହାର କେତୋଟି...

ଖାଆନ୍ତୁ ଡାଳିମ୍ବ: ଦୂର ହେବ ଏସବୁ ରୋଗ

ଡାଳିମ୍ବରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଭରି ରହିଛି। ଜାଣନ୍ତୁ ସେ ସମ୍ପର୍କରେ… ଭିଟାମିନ୍‌ ‘ସି’ର ଅନ୍ୟତମ ପ୍ରମୁଖ ଉତ୍ସ ହେଉଛି ଡାଳିମ୍ବ। ଏଥିରେ ଥିବା...

ଲାଞ୍ଜ ହଜିବା ରହସ୍ୟ

”ଜାପାନସ୍ଥିତ କେଇଓ ବିଶ୍ୱବିଦ୍ୟାଳୟର କିଛି ଜୈବ ଇଞ୍ଜିନିୟର ମଣିଷଠାରେ ଲଗାଇବା ପାଇଁ କୃତ୍ରିମ ଲାଞ୍ଜ ତିଆରି କରିଛନ୍ତି। ଏହାର ନାମ ରଖାଯାଇଛି ‘ଆରକ୍ୟୁ’। ଭଲ କରି...

ଖର୍ଚ୍ଚ ବଢ଼ୁଛି, ଘରେ ଲାଗି ରହୁଛି କି କଳହ? ବାସ୍ତୁଦୋଷ ହୋଇପାରେ କାରଣ, ଜାଣନ୍ତୁ ପ୍ରତିକାର…

ଅନେକଥର ଏମିତି ହୋଇଥିବ, ଘରେ କୌଣସି ଜିନିଷର ଅଭାବ ନଥିବ, କିନ୍ତୁ କଳହ ସବୁବେଳେ ଲାଗି ରହୁଥିବ। ଏପରିକି ଘରର ଉନ୍ନତି ପଥରେ ବାରମ୍ବାର ବାଧା...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri