ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର କରେ ଆମ ଖାଦ୍ୟ ଉପରେ। ହେଲେ ଖାଦ୍ୟପେୟରେ ଦୀର୍ଘକାଳୀନ ଅନିୟମିତା କେତେକ ରୋଗକୁ ପରୋକ୍ଷରେ ଡାକି ଆଣିଥାଏ। ଜର୍ମାନୀର ପୁଷ୍ଟିବିଜ୍ଞାନୀମାନେ ଏକ ସଦ୍ୟତମ ଗବେଷଣାରୁ ଏକ ରୋଚକ କଥା ଜାଣିବାକୁ ପାଇଛନ୍ତି। ଆମେ ଦୈନନ୍ଦିନ ଖାଉଥିବା ଖାଦ୍ୟପେୟରେ ଆହୁରି କି କି ଉପକାରୀ ଗୁଣ ରହିଛି, ତାହାକୁ ସେମାନେ ତନ୍ନ ତନ୍ନ କରି ତର୍ଜମା କରିଥିଲେ। ଏଥିରୁ ସେମାନେ ଜାଣିପାରିଛନ୍ତି ସେ ସନ୍ତୁଳିତ ଖାଦ୍ୟ ଆମକୁ ଏକ ସମସ୍ୟାରୁ ଅନେକାଂଶରେ ରକ୍ଷା କରିଥାଏ। ତାହା ହେଲା ଅବସାଦ। ଅର୍ଥାତ୍‌, ଜଣେ ବ୍ୟକ୍ତି ଯଦି ନିଜର ଖାଦ୍ୟପେୟ ପ୍ରତି ସତର୍କ ରୁହନ୍ତି, ତେବେ ସେ ନିଜକୁ ଅନେକାଂଶରେ ଅବସାଦଠାରୁ ଦୂରେଇ ରଖିପାରିବେ। ବେଳେବେଳେ ସେମାନେ ଅବସାଦରେ ରହିବା ଯୋଗୁ ଅଧିକ ଖାଦ୍ୟ ଖାଇଥାନ୍ତି, ଫଳରେ ପରବର୍ତ୍ତୀ ସମୟରେ ସେମାନେ ମେଦ ବହୁଳତାର ଶିକାର ହୋଇଥାନ୍ତି। ତେଣୁ ଆମେ ଖାଉଥିବା ଖାଦ୍ୟର ମାତ୍ରା ପ୍ରତି ନଜର ଦେବା ନିହାତି ଦରକାର। ତା’ସହ ସବୁବେଳେ ସନ୍ତୁଳିତ ଖାଦ୍ୟ ଆମକୁ ସୁସ୍ଥ ରଖିଥାଏ। ଗାଜର, ମୂଳା, କଖାରୁ, ପାଳଙ୍ଗ ଶାଗ, ଚିନାବାଦାମ, ଟମାଟୋ, କମଳା ଆଦି ଆମ ଶରୀର ପାଇଁ ବେଶ୍‌ ଉପକାରୀ। ଏଭଳି ଖାଦ୍ୟ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ହିଟ ଓ୍ବେଭ ପାଇଁ ଡ୍ୟାମେଜ ହୋଇପାରେ ଲିଭର-କିଡ୍‌ନୀ

ନୂଆଦିଲ୍ଲୀ: ଆଜିକାଲି ଦିଲ୍ଲୀ-ନୋଏଡା ସମେତ ସମଗ୍ର ଦେଶରେ ଅତ୍ୟଧିକ ଗରମ ଅନୁଭୂତ ହେଉଛି। ଉତ୍ତାପ ବୃଦ୍ଧି ଯୋଗୁଁ ଉତ୍ତରପ୍ରଦେଶରେ ମଧ୍ୟ ୨ଜଣଙ୍କର ମତ୍ୟୁ ହୋଇଛି। ସୂଚନାଯୋଗ୍ୟ,...

ଖରାଦିନେ ତ୍ୱଚାର ଯତ୍ନ ନେବେ କିପରି: ଏହି ଟିପ୍ସ ଆପଣାନ୍ତୁ

ପ୍ରବଳ ଖରା ତ୍ୱଚା ଲାଗି କ୍ଷତିକାରକ। ଗ୍ରୀଷ୍ମଋତୁରେ ଏହାକୁ କିପରି ମୁଲାୟମ ତଥା ଆକର୍ଷଣୀୟ ରଖିବେ ସେ ନେଇ କେତୋଟି ଟିପ୍ସ… ଖରା ଏବଂ ପ୍ରଦୂଷଣ...

ଗ୍ରୀଷ୍ମରେ କେମିତି ରହିବେ ଫିଟ୍‌: ଆପଣାନ୍ତୁ ଏହି ଫିଟ୍‌

”ଗ୍ରୀଷ୍ମଋତୁରେ ସବୁବେଳେ ଶରୀରରେ ଜଳୀୟ ଅଂଶକୁ ସନ୍ତୁଳିତ ରଖୁଥିବା ଖାଦ୍ୟ ଖାଆନ୍ତୁ। ବିଶେଷଭାବରେ ସବୁଜ ପନିପରିବାରେ ପ୍ରସ୍ତୁତ ଖାଦ୍ୟ, ତଟକା ଫଳମୂଳ ଖାଆନ୍ତୁ। କାରଣ ଏଗୁଡ଼ିକରେ...

ମହାକାଶରେ ଶିବ-ଶକ୍ତି

ଭାରତୀୟ ଧର୍ମ ସଂସ୍କୃତିରେ ଶିବ ହେଲେ ମଙ୍ଗଳମୟ ଦେବାଧିଦେବ ମହାଦେବ ଏବଂ ଶକ୍ତି ସୂଚିତ କରେ ତାଙ୍କ ସଙ୍ଗିନୀ ତଥା ଶକ୍ତିର ପ୍ରତୀକ ଶକ୍ତିସ୍ବରୂପିଣୀ ମା’...

ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଓ ସତର୍କତା

ବର୍ତ୍ତମାନ ସମଗ୍ର ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାର ପ୍ରଭାବ ଜନଜୀବନ ଉପରେ କିପରି ପଡିଛି ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ତେଣୁ...

ବିପଦରେ ଫସିଛନ୍ତି କି? ଚାଣକ୍ୟଙ୍କ ଏହି ୫ କଥା ମାନିଲେ ଦୂର ହେବ ସମସ୍ତ ସଙ୍କଟ, ଜିତି ଯିବେ ପ୍ରତିଟି ବାଜି…

ଆଚାର୍ଯ୍ୟ ଚାଣକ୍ୟଙ୍କ ରଚିତ ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନକୁ ସଫଳ କରିବାକୁ ନେଇ ଅନେକ ନୀତି ବିଷୟରେ ଉଲ୍ଲେଖ ରହିଛି। ଏହାକୁ ସଠିକ୍‌ ଭାବେ ପାଳନ...

ଅତ୍ୟନ୍ତ ଶୁଭ ଜେଡ୍‌ ପ୍ଲାଣ୍ଟ: ଘରେ ଲଗାଇଲେ ବଢ଼େ ସୁଖସମୃଦ୍ଧି

ଜେଡ୍‌ ପ୍ଲାଣ୍ଟ ହେଉଛି ଏକପ୍ରକାର ଇଣ୍ଡୋର ପ୍ଲାଣ୍ଟ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଏହି ପ୍ଲାଣ୍ଟକୁ ଲକି ପ୍ଳାଣ୍ଟ ତଥା ଫ୍ରେଣ୍ଡସିପ୍‌ ପ୍ଲାଣ୍ଟ ବି କୁହାଯାଇଥାଏ। କାରଣ ଏହି...

ଘରେ ଲଗାଇବେ ନାହିଁ କେଉଁ ଫଟୋ? ଦୁର୍ଭାଗ୍ୟକୁ ଡାକି ଆଣିବ…

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଅନେକେ କାନ୍ଥରେ ସୁନ୍ଦର ଫଟୋମାନ ଲଗାଇଥାନ୍ତି। କିନ୍ତୁ ଏହି ଫଟୋ ଲଗାଇବାକୁ ନେଇ ମଧ୍ୟ ବାସ୍ତୁଶାସ୍ତ୍ରରେ କିଛିଟା ନିୟମ ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri