ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ତତ୍ପରତା

ନୟାଗଡ଼ ଅଫିସ,୨୨।୧: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଚେଇଁ ଶୋଇଥିବା ନୟାଗଡ଼ ଜିଲା ପ୍ରଶାସନ ତତ୍ପର ହୋଇଛି। ଗୁରୁବାର ସନ୍ଧ୍ୟାରେ ପାଣିପୋଇଲାସ୍ଥିତ ଚିନିକଳକୁ ଜିଲାପାଳ ପୋମା ଟୁଡୁ, ଏସ୍‌ପି ସିଦ୍ଧାର୍ଥ କଟାରିଆ ଓ ଡିଏଫ୍‌ଓ ଏଚ୍‌.ଡି. ଧନରାଜ ଅଚାନକ ପରିଦର୍ଶନ କରି ଫେରିଛନ୍ତି। ଚିନିକଳର ଚୋରିକୁ ରୋକିବାକୁ ଜିଲାପାଳ କଠୋର ନୀତି ଆପଣେଇଛନ୍ତି। ଚିନିକଳ ପରିସରରେ ସିସିଟିଭି କ୍ୟାମେରା ଲାଗିବ। ସେହି ପରିସରକୁ ଆଲୋକିତ ରଖିବା ପାଇଁ ବିଦ୍ୟୁତ୍‌ ଆଲୋକର ବ୍ୟବସ୍ଥା ହେବ। ମୁଖ୍ୟ ଫାଟକ ଦେଇ ଜଣେ ବ୍ୟକ୍ତି ଯିବା ପାଇଁ ବାଟ ରଖାଯାଇ କାନ୍ଥ ଦିଆଯିବ। ଅନ୍ୟ ଫାଟକଗୁଡ଼ିକୁ ସମ୍ପୂର୍ଣ୍ଣ ରୂପେ କାନ୍ଥ ଦେଇ ବନ୍ଦ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ସୁରକ୍ଷା ଦେବା ପାଇଁ ଫୋର୍ସ ମୁତୟନ ହେବେ। ଚିନିକଳ ପରିସରକୁ ପଡିଥିବା ବିଭିନ୍ନ ପାଦଚଲା ରାସ୍ତାକୁ ମଧ୍ୟ ବନ୍ଦ କରିଦିଆଯିବ। ଶୁକ୍ରବାର ସଦର ଥାନା ଆଇଆଇସିଙ୍କ ସହ ଚିନିକଳକୁ ବୁଲି ପରିସ୍ଥିତି ଅନୁଧ୍ୟାନ କରାଯିବା ପରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ଏସ୍‌ପି ଜିଲାପାଳଙ୍କୁ କହିଛନ୍ତି।
ସୂଚନାଯୋଗ୍ୟ, ନୟାଗଡ଼ ଜିଲାପାଳ ଟୁଡୁ ଓ ଚିନିକଳର ପରିଚାଳନା ନିର୍ଦ୍ଦେଶକ ପଣ୍ଡାଙ୍କୁ ବ୍ୟକ୍ତିଗତ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶ ପରେ ଜିଲାପାଳ ଓ ଏସ୍‌ପି ତରବରିଆ ଭାବେ ଚିନିକଳକୁ ଯାଇ ଗୁରୁବାର ସମୀକ୍ଷା କରିଛନ୍ତି। ୨୦୨୦ ମାର୍ଚ୍ଚ ୧୨ରେ ଜିଲା ପ୍ରଶାସନ ଚିନିକଳର ସମ୍ପତ୍ତି ଆକଳନ କରି ସିଲ୍‌ କରିଥିଲା। ଏହାପରେ ଚିନିକଳର ସୁରକ୍ଷାକୁ ନେଇ ଆଦୌ ଧ୍ୟାନ ଦିଆଯାଇ ନ ଥିଲା। ଏ ସଂକ୍ରାନ୍ତରେ ଅଭିଯୋଗ ହେବା ପରେ ଚିନିକଳର ସୁରକ୍ଷା ପାଇଁ ହାଇକୋର୍ଟ ଗତ ଡିସେମ୍ବର ୪ରେ ନିର୍ଦ୍ଦେଶ ଦେଇଥିଲେ । ଚିନିକଳର ସମ୍ପତ୍ତି ସୁରକ୍ଷିତ ଅଛି କି ନାହିଁ ଏବଂ ପୋଲିସ ମୁତୟନ କରାଯାଇ ସୁରକ୍ଷା ଦିଆଯାଉଛି କି ନାହିଁ ସେନେଇ ବ୍ୟକ୍ତିଗତ ସତ୍ୟପାଠ ମାଧ୍ୟମରେ ଅବଗତ କରାଇବା ପାଇଁ ଜିଲାପାଳ ଓ ଚିନିକଳର ପରିଚାଳନା ନିର୍ଦ୍ଦେଶକଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଥିଲା। ତଥାପି ବ୍ୟକ୍ତିଗତ ସତ୍ୟପାଠ ଦାଖଲ କରାଯାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri