Posted inରାଜ୍ୟ

ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ପରିବା ଦର…

ଭୁବନେଶ଼୍ବର, ୨୪।୬: ରାଜ୍ୟରେ ପରିବା ଦର ଅହେତୁକ ବୃଦ୍ଧି ପାଇଥିବାରୁ ଚିନ୍ତାରେ ପଡ଼ିଛନ୍ତି ଖାଉଟି । ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଅନାବଶ୍ୟକ ହୋର୍ଡିଂ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି । ଏଥିପ୍ରତି ନଜର ରଖାଯାଇଛି । ନାଶିକରେ ପିଆଜ ଦର ବୃଦ୍ଧି ପାଇଥିବାରୁ ଏହାର ପ୍ରଭାବ ଓଡ଼ିଶାରେ ପଡ଼ିଛି । ସେହିଭଳି ଆସାମ ଏବଂ ପଶ୍ଚିମବଙ୍ଗରେ ଆଳୁଦର ବଢ଼ିଥିବାରୁ ରାଜ୍ୟରେ ମଧ୍ୟ ବୃଦ୍ଧି ପାଇଛି ।

ଅନ୍ୟପଟେ ଟମାଟୋ ଓ ପରିବା ଦର ଉପରେ ସରକାରଙ୍କ ନିୟନ୍ତ୍ରଣ ନଥିବା ସେ କହିଛନ୍ତି । ଦରବୃଦ୍ଧି ସମସ୍ୟାର ସମାଧାନ ପାଇଁ ପ୍ରତି ବ୍ଲକ୍‌ରେ ଶୀତଳ ଭଣ୍ଡାର ହେବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଥିବା ମନ୍ତ୍ରୀ ପ୍ରକାଶ କରିଛନ୍ତି ।

ସୂଚନା ଥାଉକି, ଗତକାଲି ରାଜ୍ୟରେ ଦେଖାଦେଇଥିବା ବିଭିନ୍ନ ଅତ୍ୟାବଶ୍ୟକୀୟ ଖାଉଟି ସାମଗ୍ରୀର ମୂଲ୍ୟବୃଦ୍ଧି ସମ୍ପର୍କରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ଯାଣ ମନ୍ତ୍ରୀ ଉଦ‌ବେଗ ପ୍ରକାଶ କରିବା ସଙ୍ଗେ ସଙ୍ଗେ ଏହି ସମ୍ବନ୍ଧରେ ସମୀକ୍ଷା କରିଥିଲେ। ରାଜ୍ୟର ଖାଉଟିମାନେ ଯେପରି ସୁଲଭ ତଥା ଉଚିତ ମୂଲ୍ୟରେ ଖାଉଟି ସାମଗ୍ରୀ ପାଇପାରିବେ ସେଥିପାଇଁ ପଦକ୍ଷେପ ନେବାକୁ ବିଭାଗର ଅଧିକାରୀମାନଙ୍କୁ ସେ ପରାମର୍ଶ କରିଥିଲେ ଏବଂ ମୁନାଫାଖୋର ତଥା ଅସାଧୁ ଉପାୟ ଅବଲମ୍ବନ କରୁଥିବା ବ୍ୟବସାୟୀଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଥିଲେ ।

ଖାଉଟି ସାମଗ୍ରୀର ଦରବୃଦ୍ଧି ବର୍ତ୍ତମାନ ଜାତୀୟ ସମସ୍ୟା ହୋଇଥିଲେ ମଧ୍ୟ ରାଜ୍ୟରେ ଅସାଧୁ ବ୍ୟବସାୟୀ ଯେପରି ଏହାର ଲାଭ ନ ଉଠାଇ ପାରନ୍ତି, ସେଥିପାଇଁ ସଜାଗ ରହିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ ।

ତଦନୁଯାୟୀ ଯୋଗାଣ ବିଭାଗର ଅଧିକାରୀମାନଙ୍କ ଦ୍ୱାରା ରାଜ୍ୟର ପ୍ରମୁଖ ବଜାର ଯଥା ଭୁବନେଶ୍ଵର, କଟକ, ରାଉରକେଲା, ସମ୍ବଲପୁର, ପୁରୀ ଆଦି ଅଞ୍ଚଳରେ ଯାଞ୍ଚ କରାଯାଉଛି । ଏତଦବ୍ୟତୀତ ବିଭାଗ ତରଫରୁ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଅତ୍ୟାବଶ୍ୟକୀୟ ସାମଗ୍ରୀର କ୍ରୟ ବିକ୍ରୟ ଆଦି ଉପରେ ନଜର ରଖିବା ସହ ଜିଲାର ଯୋଗାଣ କର୍ମଚାରୀମାନଙ୍କୁ ଏ ସମ୍ବନ୍ଧରେ ବିବରଣୀ ବିଭାଗକୁ ପଠାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri