Posted inଫୁରସତ

୮ ଲକ୍ଷ ଖର୍ଚ୍ଚ କରିବା ସତ୍ତ୍ୱେ ବିଫଳ, ଶେଷରେ ୟୁଟ୍ୟୁବ୍‌ ଛାଡ଼ିଲେ ଫୁଡ୍‌ ବ୍ଲଗର

ନୂଆଦିଲ୍ଲୀ: ସମ୍ପ୍ରତି ୟୁଟ୍ୟୁବ୍‌ ରୋଜଗାରର ଏକ ମାଧ୍ୟମ ପାଲଟିଯାଇଛି। ସେଥିପାଇଁ ଅଧିକାଂଶ ଯୁବପିଢ଼ିଙ୍କ ମଧ୍ୟରେ ୟୁଟ୍ୟୁବର ହେବା ପାଇଁ କ୍ରେଜ୍‌ ବୃଦ୍ଧି ପାଇବାରେ ଲାଗିଛି। କିନ୍ତୁ ବେଳେବେଳେ ଅନ୍‌ଲାଇନ ପ୍ଲାଟ୍‌ଫର୍ମଗୁଡ଼ିକ ଜରିଆରେ ପରିଶ୍ରମ ଅନୁଯାୟୀ ଫଳ ମିଳି ନ ଥାଏ। ଫଳରେ ୟୁଟ୍ୟୁବର ଭାବେ ସଫଳ ହେବାକୁ ଚାହୁଁଥିବା ବ୍ୟକ୍ତିମାନଙ୍କୁ ହତୋତ୍ସାହିତ ହେବାକୁ ପଡ଼ିଥାଏ। ନିକଟରେ ଏଭଳି ଏକ ମାମଲା ସାମ୍‌ନାକୁ ଆସିଛି, ଯେଉଁଥିରେ ଫୁଡ୍‌ ବ୍ଲଗର ନଲିନୀ ଉନାଗର ନିଜ
ୟୁଟ୍ୟୁବ ଚ୍ୟାନେଲ ‘ନଲିନିଜ୍‌ କିଚେନ୍‌’ ପାଇଁ ୮ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିବା ସତ୍ତ୍ୱେ ମଧ୍ୟ ଅସଫଳ ହୋଇଛନ୍ତି।

ଜଣେ ସଫଳ ଫୁଡ୍‌ ବ୍ଲଗର ହେବା ପାଇଁ ନଲିନୀ ଗତ ୩ ବର୍ଷରେ ୮ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲେ। ସେ ଏହାରି ମଧ୍ୟରେ ୨୫୦ଟି ଭିଡିଓ ଅପଲୋଡ୍‌ କରିଥିବା ବେଳେ ତାଙ୍କର ପ୍ରାୟ ୨୫୦୦ ସବ୍‌ସ୍କ୍ରାଇବର୍ସ ଥିଲେ। ଏତେ ଟଙ୍କା ଖର୍ଚ୍ଚ କରି ମଧ୍ୟ ୟୁଟ୍ୟୁବ୍‌ରେ ବିଶେଷ ସଫଳତା ମିଳୁ ନ ଥିବାରୁ ସେ ନିରାଶ ହୋଇଥିଲେ। ଶେଷରେ ନଲିନୀ ୟୁଟ୍ୟୁବ୍‌ ଛାଡ଼ିବା ପାଇଁ ନିଷ୍ପତ୍ତି ନେଇଥିଲେ। ସେ ତାଙ୍କର ସମସ୍ତ ରୋଷେଇ ଉପକରଣ ଓ ଷ୍ଟୁଡିଓ ସାମଗ୍ରୀଗୁଡ଼ିକୁ ବିକ୍ରି କରିବେ ବୋଲି ମଧ୍ୟ କହିଛନ୍ତି। ନଲିନୀ କହିଛନ୍ତି, ୟୁଟ୍ୟୁବ୍‌ ପରି ଅନ୍‌ଲାଇନ୍‌ ପ୍ଲାଟ୍‌ଫର୍ମଗୁଡ଼ିକୁ ଭାଗ୍ୟର ସହଯୋଗ ମଧ୍ୟ ଦରକାର କରିଥାଏ। ଆୟର ପ୍ରାଥମିକ ଉତ୍ସ ଭାବରେ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ଉପରେ ନିର୍ଭରଶୀଳ ରହିବା ଉଚିତ ନୁହେଁ। ୟୁଟ୍ୟୁବର ଭାବେ ଆଉ ଭିଡିଓ କରିବେ ନାହିଁ ବୋଲି ନଲିନୀ କରିଥିବା ପୋଷ୍ଟ ସମ୍ପ୍ରତି ଏକ୍ସ’ରେ ଭାଇରାଲ ହେବାରେ ଲାଗିଛି ଏବଂ ତାଙ୍କୁ ନେଇ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ବିଜେପିର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri