ଖାଦ୍ୟ କମିଶନ ଅଧ୍ୟକ୍ଷଙ୍କ ମାଣ୍ଡିପଙ୍କା ଗସ୍ତ, ପୀଡ଼ିତାଙ୍କ ପରିବାରକୁ ଭେଟିଲେ…

ଦାରିଙ୍ଗବାଡି, ୨୭।୧୧ (ଅରୁଣ ସାହୁ)-କନ୍ଧମାଳ ଜିଲାକୁ ୩ ଦିନିଆ ଗସ୍ତରେ ଆସିଛନ୍ତି ଓଡିଶା ରାଜ୍ୟ ଖାଦ୍ୟ କମିଶନ ଇଂ ଅବନୀକାନ୍ତ ସାହୁ। ସେ ପ୍ରଥମେ ଦାରିଙ୍ଗବାଡିରେ ପହଞ୍ଚି ସେଠାରୁ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ପହଞ୍ଚି ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁବରଣ କରିଥିବା ପରିବାର ସହ ଗୁରୁତର ହୋଇ ସୁସ୍ଥ ହୋଇଥିବା ପୀଡିତାଙ୍କ ପରିବାର ଲୋକଙ୍କୁ ଭେଟିଥିଲେ। ସେମାନେ କେଉଁ ପରିସ୍ଥିତିରେ ଆମ୍ବ ଟାକୁଆ ଖାଇଥିଲେ ସେ ନେଇ ଅଧିକାରୀ ତଦନ୍ତ କରିଛନ୍ତି। ସେଠାରୁ ସେ ଝିଞ୍ଜିରୀଗୁଡା ପଞ୍ଚାୟତ କିରାମାହା ସେବାଶ୍ରମ ସମେତ ବ୍ରାହ୍ମଣୀଗାଁଠାରେ ଥିବା ସାଧାରଣ ସାମଗ୍ରୀ ବଣ୍ଟନ କେନ୍ଦ୍ର ତଥା ବହୁମୁଖୀ ସମବାୟ ସମିତିକୁ ପରିଦର୍ଶନ କରିଥିଲେ। ସେହିପରି ବିଭିନ୍ନ ଅଙ୍ଗନୱାଡି କେନ୍ଦ୍ର ଆଦି ବୁଲି ଦେଖିଛନ୍ତି। ପରେ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରି ଫୁଲବାଣୀ ଫେରିଛନ୍ତି। କମିଶନଙ୍କ ଗସ୍ତ ସମୟରେ ଦାରିଙ୍ଗବାଡି ବିଡ଼ିଓ ପ୍ରୀତିରଞ୍ଜନ ରଥ ଓ ଅନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ଫଳ ଦୋକାନ ଉପରକୁ ମାଡିଗଲା ମ୍ୟୁନିସିପାଲଟି ଗାଡି, ମୋବାଇଲ ଫୋନରେ କଥା ହୋଇ…

ବଲାଙ୍ଗୀର,୬।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବସ୍‌ ଟର୍ମିନାଲ ସମ୍ମୁଖରେ ଥିବା ଫଳ ଦୋକାନ ଉପରକୁ ଶନିବାର ସକାଳେ ବଲାଙ୍ଗୀର ମ୍ୟୁନିସିପାଲଟିରେ ରେଜିଷ୍ଟେଶନ ହୋଇଥିବା ସୁଲଭ ଶୌଚାଳୟର...

ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ

ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri