ଶ୍ରୀଲଙ୍କା-ପାକିସ୍ତାନ ପରେ ଭାରତର ଏହି ପଡ଼ୋଶୀ ଦେଶରେ ଉପୁଜୁଛି ଖାଦ୍ୟ ସଙ୍କଟ

ଥିମ୍ଫୁ,୨୭।୫: ଇନ୍ଧନ ଆମଦାନୀ ମୂଲ୍ୟ ବୃଦ୍ଧି ସାଙ୍ଗକୁ ଖାଦ୍ୟ ଶସ୍ୟର ଘରୋଇ ମୂଲ୍ୟରେ ବୃଦ୍ଧିର ପ୍ରଭାବ ଯୋଗୁ ବିଭିନ୍ନ ଦେଶରେ ଖାଦ୍ୟ ସଙ୍କଟ ଦେଖାଦେଇଛି। ପଡୋଶୀ ରାଷ୍ଟ୍ର ଶ୍ରୀଲଙ୍କା ଓ ପାକିସ୍ତାନ ଭୟଙ୍କର ଖାଦ୍ୟାଭାବ ଦେଇ ଗତି କରୁଥିବା ବେଳେ ବର୍ତ୍ତମାନ ଭୁଟାନର ଲୋକେ ମଧ୍ୟ ଖାଦ୍ୟ ଅଭାବର ସମ୍ମୁଖୀନ ହେଉଛନ୍ତି। ଗ୍ରାମୀଣ ଅଞ୍ଚଳର ଲୋକେ ଖାଇବା ଓ ପିଇବା ସାମଗ୍ରୀର ଅଭାବ ଅନୁଭବ କରୁଛନ୍ତି ବୋଲି ଅର୍ଥନୈତିକ ବ୍ୟାପାର ମନ୍ତ୍ରୀ ଲୋକନାଥ ଶର୍ମା ଏହି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଭୁଟାନର ଲୋକ ସଂଖ୍ୟା ୮ ଲକ୍ଷରୁ ବି କମ୍‌। ଦେଶଟି ଛୋଟ ହୋଇଥିଲେ ମଧ୍ୟ ରୁଷିଆ-ୟୁକ୍ରେନ ଯୁଦ୍ଧର ପ୍ରଭାବ ଏହି ଦେଶ ଉପରେ ମଧ୍ୟ ପଡିଛି। ପ୍ରାୟ ୩ ମାସ ହେଲା ଏହି ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଚାଲିଥିବା ବେଳେ ତେଲ, ଶସ୍ୟ ଓ ଅନ୍ୟାନ୍ୟ ସାମଗ୍ରୀ ଦର ଆକାଶ ଛୁଆଁ ହୋଇଛି। ଏଭଳି ସ୍ଥିତିରେ ଭାରତ ଗହମ ରପ୍ତାନି ଉପରେ ମଧ୍ୟ ପ୍ରତିବନ୍ଧକ ଲଗାଇଥିବାରୁ ସ୍ଥାନୀୟ ମୂଲ୍ୟରେ ଆହୁରି ବୃଦ୍ଧି ହେବାର ଆଶଙ୍କା ବଢାଇ ଦେଇଛି ବୋଲି ସ୍ଥାନୀୟ ଶିଳ୍ପପତିମାନେ ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷେ କରୋନା ମହାମାରୀ ବିଶ୍ବକୁ ଗ୍ରାସ କରିଥିବା ବେଳେ ଭୁଟାନ ସେଥିରୁ ମୁକ୍ତ ରହିବାରେ ସମର୍ଥ ହୋଇଥିଲେ ମଧ୍ୟ ଖାଦ୍ୟ ସଂକଟ ବର୍ତ୍ତମାନ ଦେଶବାସୀଙ୍କ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଭୁଟାନ ଗତବର୍ଷ ଭାରତରୁ ୩୦.୩୫ ମିଲିୟନ ଶସ୍ୟ କିଣିଥିଲା। ଭୁଟାନ ବିଶେଷ କରି ଭାରତରୁ ଚାଉଳ ଓ ଗହମ କିଣିଥାଏ। ବର୍ତ୍ତମାନ ଏହି ଖାଦ୍ୟ ସଂକଟ ସମୟରେ ଭୁଟାନ ପଡୋଶୀ ଦେଶ ଭାରତରୁ ସହାୟତା ଲୋଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri