ଡଟ୍‌ ଫେଷ୍ଟରେ ମିଳିବ ୧୬ ଦେଶର ଖାଦ୍ୟ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ହକି ବିଶ୍ୱକପ୍‌କୁ ନେଇ ରାଜଧାନୀରେ ଉତ୍ସାହ ବଢ଼ିବାରେ ଲାଗିଛି। ଏହି ଅବସରରେ ଆସନ୍ତା ୧୫ରୁ ୨୯ ତାରିଖ ପର୍ଯ୍ୟନ୍ତ ପ୍ରଦର୍ଶନୀ ପଡ଼ିଆରେ ହେବାକୁ ଥିବା ଡଟ ଫେଷ୍ଟକୁ ନେଇ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି। ଭୁବନେଶ୍ୱର ସମେତ ସାରା ଓଡ଼ିିଶାବାସୀ ଅନ୍ତର୍ଜାତୀୟ ଖାଦ୍ୟ ମହୋତ୍ସବ ମାଧ୍ୟମରେ ୧୬ଟି ଦେଶ ଓ ଭାରତର ୨୪ଟି ରାଜ୍ୟର ସୁସ୍ବାଦୁ ଖାଦ୍ୟର ମଜା ନେଇପାରିବେ। ପର୍ଯ୍ୟଟକ ଓ ସ୍ଥାନୀୟ ଲୋକଙ୍କୁ ସ୍ବାଦିଷ୍ଟ ଖାଦ୍ୟର ଅନୁଭୂତି ଦେବା ଲାଗି ହକି ବିଶ୍ୱକପର ୧୬ଟି ଅଂଶଗ୍ରହଣକାରୀ ଦେଶର ଖାଦ୍ୟ ସହ ପ୍ରାୟ ୮୦ରୁ ୯୦ ପ୍ରକାରର ଖାଦ୍ୟ ପରିବେଷଣ କରାଯିବ। ମୋଟ ୬ଟି ଷ୍ଟଲରେ ଅନ୍ତର୍ଜାତୀୟ ଖାଦ୍ୟ ପରିବେଷଣ ହେବା ସହ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟର ଖାଦ୍ୟ ୨୪ଟି ଷ୍ଟଲରେ ପରିବେଷଣ ହେବ ବୋଲି ଆୟୋଜକ ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ୪ଟି ସରକାରୀ ଷ୍ଟଲ ମଧ୍ୟ ରହିବ, ଯେଉଁଠାରେ ମିଲେଟ ମିଶନ ଓ କୋରାପୁଟ କାଫେ ଆଦିର ସ୍ବାଦିଷ୍ଟ ଖାଦ୍ୟ ଉପଲବ୍ଧ କରାଯିବ। ତାଜ ହୋଟେଲ୍ସର ଏକ୍‌ଜିକ୍ୟୁଟିଭ୍‌ ଶେଫ୍‌ ହେମନ୍ତ ଓବରୟ ଏହି କାର୍ଯ୍ୟକ୍ରମର ପରିକଳ୍ପନା କରିଛନ୍ତି। ଏହାବ୍ୟତୀତ ଡଟ୍‌ ଫେଷ୍ଟର ଅନ୍ତର୍ଜାତୀୟ ଖାଦ୍ୟ ମହୋତ୍ସବକୁ ଓଡ଼ିିଶା ହୋଟେଲ ଓ ରେଷ୍ଟୁରାଣ୍ଟ ସଂଘ ସହଭାଗିତାରେ ଆୟୋଜନ କରାଯାଉଛି। ଏକକ-ବ୍ୟବହାର (ସିଙ୍ଗଲ ୟୁଜ) ପ୍ଲାଷ୍ଟିକର ବ୍ୟବହାରକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରିବା ନେଇ ଭାରତର ଲକ୍ଷ୍ୟକୁ ପରିଚାଳନା କରି କର୍ତ୍ତୃପକ୍ଷ ଡଟ ଫେଷ୍ଟ ସମୟରେ ଏକକ-ବ୍ୟବହାର ପ୍ଲାଷ୍ଟିକ ଉପରେ କଟକଣା ଲଗାଇଛନ୍ତି। ଏଠାରେ ଖାଦ୍ୟ ପରିବେଷଣ ପାଇଁ କେବଳ ବାୟୋଡିଗ୍ରେଡେବୁଲ ସାମଗ୍ରୀର ବ୍ୟବହାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri