ଡଟ୍‌ ଫେଷ୍ଟରେ ମିଳିବ ୧୬ ଦେଶର ଖାଦ୍ୟ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ହକି ବିଶ୍ୱକପ୍‌କୁ ନେଇ ରାଜଧାନୀରେ ଉତ୍ସାହ ବଢ଼ିବାରେ ଲାଗିଛି। ଏହି ଅବସରରେ ଆସନ୍ତା ୧୫ରୁ ୨୯ ତାରିଖ ପର୍ଯ୍ୟନ୍ତ ପ୍ରଦର୍ଶନୀ ପଡ଼ିଆରେ ହେବାକୁ ଥିବା ଡଟ ଫେଷ୍ଟକୁ ନେଇ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି। ଭୁବନେଶ୍ୱର ସମେତ ସାରା ଓଡ଼ିିଶାବାସୀ ଅନ୍ତର୍ଜାତୀୟ ଖାଦ୍ୟ ମହୋତ୍ସବ ମାଧ୍ୟମରେ ୧୬ଟି ଦେଶ ଓ ଭାରତର ୨୪ଟି ରାଜ୍ୟର ସୁସ୍ବାଦୁ ଖାଦ୍ୟର ମଜା ନେଇପାରିବେ। ପର୍ଯ୍ୟଟକ ଓ ସ୍ଥାନୀୟ ଲୋକଙ୍କୁ ସ୍ବାଦିଷ୍ଟ ଖାଦ୍ୟର ଅନୁଭୂତି ଦେବା ଲାଗି ହକି ବିଶ୍ୱକପର ୧୬ଟି ଅଂଶଗ୍ରହଣକାରୀ ଦେଶର ଖାଦ୍ୟ ସହ ପ୍ରାୟ ୮୦ରୁ ୯୦ ପ୍ରକାରର ଖାଦ୍ୟ ପରିବେଷଣ କରାଯିବ। ମୋଟ ୬ଟି ଷ୍ଟଲରେ ଅନ୍ତର୍ଜାତୀୟ ଖାଦ୍ୟ ପରିବେଷଣ ହେବା ସହ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟର ଖାଦ୍ୟ ୨୪ଟି ଷ୍ଟଲରେ ପରିବେଷଣ ହେବ ବୋଲି ଆୟୋଜକ ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ୪ଟି ସରକାରୀ ଷ୍ଟଲ ମଧ୍ୟ ରହିବ, ଯେଉଁଠାରେ ମିଲେଟ ମିଶନ ଓ କୋରାପୁଟ କାଫେ ଆଦିର ସ୍ବାଦିଷ୍ଟ ଖାଦ୍ୟ ଉପଲବ୍ଧ କରାଯିବ। ତାଜ ହୋଟେଲ୍ସର ଏକ୍‌ଜିକ୍ୟୁଟିଭ୍‌ ଶେଫ୍‌ ହେମନ୍ତ ଓବରୟ ଏହି କାର୍ଯ୍ୟକ୍ରମର ପରିକଳ୍ପନା କରିଛନ୍ତି। ଏହାବ୍ୟତୀତ ଡଟ୍‌ ଫେଷ୍ଟର ଅନ୍ତର୍ଜାତୀୟ ଖାଦ୍ୟ ମହୋତ୍ସବକୁ ଓଡ଼ିିଶା ହୋଟେଲ ଓ ରେଷ୍ଟୁରାଣ୍ଟ ସଂଘ ସହଭାଗିତାରେ ଆୟୋଜନ କରାଯାଉଛି। ଏକକ-ବ୍ୟବହାର (ସିଙ୍ଗଲ ୟୁଜ) ପ୍ଲାଷ୍ଟିକର ବ୍ୟବହାରକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରିବା ନେଇ ଭାରତର ଲକ୍ଷ୍ୟକୁ ପରିଚାଳନା କରି କର୍ତ୍ତୃପକ୍ଷ ଡଟ ଫେଷ୍ଟ ସମୟରେ ଏକକ-ବ୍ୟବହାର ପ୍ଲାଷ୍ଟିକ ଉପରେ କଟକଣା ଲଗାଇଛନ୍ତି। ଏଠାରେ ଖାଦ୍ୟ ପରିବେଷଣ ପାଇଁ କେବଳ ବାୟୋଡିଗ୍ରେଡେବୁଲ ସାମଗ୍ରୀର ବ୍ୟବହାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?