Posted inଜାତୀୟ

ଅସୁରକ୍ଷିତ ଖାଦ୍ୟ: ବର୍ଷକୁ ୪.୨ ଲକ୍ଷ ମୃତ୍ୟୁ

ନୂଆଦିଲ୍ଲୀ,୨୧ା୯: ବିଶ୍ୱରେ ଅସୁକ୍ଷିତ ଖାଦ୍ୟ ଖାଇ ପ୍ରତିବର୍ଷ ୬୦୦ ନିୟୁତ ଲୋକ ରୋଗଗ୍ରସ୍ତ ହେଉଥିବାବେଳେ ୪ ଲକ୍ଷ ୨୦ ହଜାର ପ୍ରାଣ ହରାଉଛନ୍ତି। ଅସୁରକ୍ଷିତ ଖାଦ୍ୟ ଉପରେ ଖାଦ୍ୟ ନିୟନ୍ତ୍ରକମାନଙ୍କ ଲଗାମ ରହୁନାହିଁ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ମୁଖ୍ୟ ଅଧନୋମ୍‌ ଘେବ୍ରେୟେସସ୍‌ ଶୁକ୍ରବାର ଏହି ଉଦ୍‌ବେଗଜନକ ବିଷୟ ପ୍ରକାଶ କରିଛନ୍ତି।
ଅନୁଷ୍ଠିତ ଦ୍ୱିତୀୟ ଗ୍ଲୋବାଲ ଫୁଡ୍‌ ରେଗୁଲେଟର୍ସ ସମିଟ୍‌କୁ ଏକ ଭିଡିଓ ମେସେଜ୍‌ରେ ସମ୍ବୋଧିତ କରି ଡବ୍ଲ୍ୟୁଏଚ୍‌ଓ ମହାନିର୍ଦ୍ଦେଶକ ଘେବ୍ରେୟେସସ୍‌ କହିଛନ୍ତି, ଜଳବାୟୁ ପରିବର୍ତ୍ତନ, ଜନସଂଖ୍ୟା ବୃଦ୍ଧି, ନୂତନ କାରିଗରି, ବୈଶ୍ୱିକୀକରଣ ଓ ଶିଳ୍ପାୟନ ଯୋଗୁ ଆମ ଖାଦ୍ୟ ବ୍ୟବସ୍ଥା ଅନେକ ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି। ଅସୁରକ୍ଷିତ ଖାଦ୍ୟ ଖାଇ ମୃତ୍ୟୁମୁଖରେ ପଡ଼ୁଥିବା ଲୋକଙ୍କ ମଧ୍ୟରୁ ୭୦% ୫ ବର୍ଷରୁ କମ୍‌ ବୟସର ଶିଶୁ। ଏହାର ମୁକାବିଲା କ୍ଷେତ୍ରରେ ଖାଦ୍ୟ ନିୟନ୍ତ୍ରକ ସମୁଦାୟର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ବିଶ୍ୱର ୩ ନିୟୁତ ଲୋକ ପୁଷ୍ଟିକର ଖାଦ୍ୟ ଖାଇବାକୁ ପାଉ ନ ଥିବାରୁ ଏହାର ସମାଧାନ ଦିଗରେ ସମନ୍ବିତ ଉଦ୍ୟମର ଆବଶ୍ୟକତା ରହିଛି। ସ୍ବାସ୍ଥ୍ୟକର ଓ ସମସ୍ତଙ୍କ ପାଇଁ ଉପଲବ୍ଧ ହେବା ଭଳି ଖାଦ୍ୟ ଯୋଗାଣକୁ ସୁନିଶ୍ଚିତ କରିବା ଲାଗି ସମନ୍ବୟର ଆବଶ୍ୟକ ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା, ଖାଦ୍ୟ ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?