ମୃତ୍ତିକାରୁ ହିଁ ଖାଦ୍ୟର ସୃଷ୍ଟି

ସୁନ୍ଦରଗଡ଼,୬।୧୨(ଡି.ଏନ୍‌.ଏ.): କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସୁନ୍ଦରଗଡ ଓ କୃଷି ବିଜ୍ଞାନ କେନ୍ଦ୍ର ସୁନ୍ଦରଗଡ-୧ କିରେଇର ମିଳିତ ଆନୁକୂଲ୍ୟରେ ସୋମବାର ଜିଲାସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ ସ୍ଥାନୀୟ ରାଣୀବଗିଚାସ୍ଥିତ ଜିଲା ମୃତ୍ତିକା ପରୀକ୍ଷାଗାର ସଭାଗୃହରେ ପାଳିତ ହୋଇଯାଇଛି। ଏହି ଦିବସ ପାଳନ ଅବସରରେ ଆୟୋଜିତ ସଭାରେ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୃତ୍ତିକାର ସ୍ବାସ୍ଥ୍ୟରକ୍ଷା କରି ମିଲେଟ ଜାତୀୟ ଫସଲ ଚାଷ ପାଇଁ ଗୁରୁତ୍ୱାରୋପ କରିଥିଲେ। ଜିଲା ମୁଖ୍ୟ କୃଷି ଅଧିକାରୀ ବିରେନ୍ଦ୍ର କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ସମ୍ମାନିତ ଅତିଥିଭାବେ ଜିଲା ପରିଷଦ ଅଧ୍ୟକ୍ଷା କୁନ୍ତି ପ୍ରଧାନ, ସୁନ୍ଦରଗଡ଼ ପୌରାଧ୍ୟକ୍ଷା ତନୟା ମିଶ୍ର, ଅତିରିକ୍ତ ଜିଲାପାଳ ରବିନାରାୟଣ ସାହୁ, ଜଳଛାୟା ପ୍ରକଳ୍ପ ନିର୍ଦ୍ଦେଶକ ହରିବନ୍ଧୁ ସେଠ, କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଓ ମୁଖ୍ୟ ଡ. ଲକ୍ଷ୍ମୀପ୍ରିୟା ପ୍ରଧାନ, ସହଉଦ୍ୟାନ କୃଷି ନିର୍ଦ୍ଦେଶକ ମାନସିଂ ସୋରେନ ପ୍ରମୁଖ ଯୋଗଦେଇ ଏହି ଦିବସ ପାଳନର ତାତ୍ପର୍ଯ୍ୟ ବିଷୟରେ ବର୍ଣ୍ଣନା କରିଥିଲେ। ଜିଲାର ବିଭିନ୍ନ ବ୍ଲକରୁ ୪୫ ଅଗ୍ରଣୀ ଚାଷୀଙ୍କୁ ଏହି କାର୍ଯ୍ୟକ୍ରମରେ ଅତିଥିମାନଙ୍କ ଦ୍ୱାରା ମୃତ୍ତିକା ସ୍ବାସ୍ଥ୍ୟକାର୍ଡ଼ ପ୍ରଦାନ କରାଯାଇଥିଲା। ଜିଲାର ବିଭିନ୍ନ ଅଞ୍ଚଳରୁ ପ୍ରାୟ ୪୦ ଜଣ କୃଷି ଅଧିକାରୀ ଓ କର୍ମଚାରୀ ଯୋଗଦେଇଥିଲେ। ଏହି ଦିବସ ପାଳନ ଉପଲକ୍ଷେ ଆୟୋଜିତ ବୈଷୟିକ କାର୍ଯ୍ୟକ୍ରମରେ କୃଷି ବିଜ୍ଞାନ କେନ୍ଦ୍ରର ମୃତ୍ତିକା ବୈଜ୍ଞାନିକ ଡ. ମନୋଜ କୁମାର ଜେନା, ଆଞ୍ଚଳିକ କୃଷି ଗବେଷଣା ଉପକେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଡ. ସଜୀବ କୁମାର ବିଶ୍ୱାସୀ, ସହକାରୀ ମତ୍ସ୍ୟ ଅଧିକାରୀ ଜ୍ୟୋତିର୍ମୟୀ ଦାସ, କୃଷି ନିର୍ବାହୀ ଯନ୍ତ୍ରୀ ସୁନ୍ଦରଗଡ ପରମାନନ୍ଦ ପ୍ରଧାନ, କୃଷି ଜିଲା ଅଧିକାରୀ ଜଗନ୍ନାଥ ଦାଶ ପ୍ରମୁଖ ଭାଗ ନେଇ ମୃତ୍ତିକାରୁ ହିଁ ଖାଦ୍ୟର ଆରମ୍ଭ ବୋଲି କହିଥିଲେ। ସ୍ବାସ୍ଥ୍ୟ ପରିଚାଳନା, ମାଟି ପରୀକ୍ଷା, ଜଳବାୟୁ ଅନୁକୂଳ କୃଷି, ଜୈବିକ କୃଷି, ମୃତ୍ତିକା ସ୍ବାସ୍ଥ୍ୟ କାର୍ଡ଼, ସମନ୍ବିତ ଖାଦ୍ୟସାର ପରିଚାଳନା ଆଦି ବିଷୟରେ ଆଲୋଚନା କରିଥିଲେ। ବ୍ଲକ କୃଷି ଅଧିକାରୀ ସୁନ୍ଦରଗଡ଼ ଦ୍ୱିଜବର ସେଠୀ ସଭା ପରିଚାଳନା କରିଥିଲେ। ଏହି ଅବସରରେ ପୂର୍ବ ଆୟୋଜିତ ‘ମୃତ୍ତିକାରୁ ହିଁ ଖାଦ୍ୟର ଆରମ୍ଭ’ ଶୀର୍ଷକ ବକ୍ତୃତା ପ୍ରତିଯୋଗିତାରେ ଭବାନୀଶଙ୍କର ସରକାରୀ ଉଚ୍ଚ ବିଦ୍ୟାଳୟ, ସେଣ୍ଟମ୍ୟାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ଧର୍ମଶାଳା ଉଚ୍ଚ ବିଦ୍ୟାଳୟ, ରାଣୀବଗିଚା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଉଭୟ କନିଷ୍ଠ ଓ ବରିଷ୍ଠ ବର୍ଗର ୨୦ ଛାତ୍ରୀଛାତ୍ରଙ୍କୁ ପ୍ରମାଣପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା। ସଭାରେ ଉପସ୍ଥିତ ଚାଷୀମାନଙ୍କୁ ଜିଆଖତ ବଣ୍ଟନ କରାଯାଇଥିଲା। ବ୍ଲକ କୃଷି ଅଧିକାରୀ ବଡ଼ଗାଁ ତଥା ମୃତ୍ତିକା ରସାୟନବିତ ପ୍ରଫୁଲ୍ଲ କୁମାର ପଟେଲ, ଅନ୍ୟାନ୍ୟ କର୍ମଚାରୀ ଓ କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଓ କର୍ମଚାରୀମାନେ ସହାୟତା କରିଥିଲେ। କାର୍ଯ୍ୟକ୍ରମ ଶେଷରେ ନୂଆଗାଁ ବ୍ଲକ ସହକାରୀ କୃଷି ଅଧିକାରୀ ମନୋଜ କୁମାର ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri