ମୃତ୍ତିକାରୁ ହିଁ ଖାଦ୍ୟର ସୃଷ୍ଟି

ସୁନ୍ଦରଗଡ଼,୬।୧୨(ଡି.ଏନ୍‌.ଏ.): କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସୁନ୍ଦରଗଡ ଓ କୃଷି ବିଜ୍ଞାନ କେନ୍ଦ୍ର ସୁନ୍ଦରଗଡ-୧ କିରେଇର ମିଳିତ ଆନୁକୂଲ୍ୟରେ ସୋମବାର ଜିଲାସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ ସ୍ଥାନୀୟ ରାଣୀବଗିଚାସ୍ଥିତ ଜିଲା ମୃତ୍ତିକା ପରୀକ୍ଷାଗାର ସଭାଗୃହରେ ପାଳିତ ହୋଇଯାଇଛି। ଏହି ଦିବସ ପାଳନ ଅବସରରେ ଆୟୋଜିତ ସଭାରେ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୃତ୍ତିକାର ସ୍ବାସ୍ଥ୍ୟରକ୍ଷା କରି ମିଲେଟ ଜାତୀୟ ଫସଲ ଚାଷ ପାଇଁ ଗୁରୁତ୍ୱାରୋପ କରିଥିଲେ। ଜିଲା ମୁଖ୍ୟ କୃଷି ଅଧିକାରୀ ବିରେନ୍ଦ୍ର କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ସମ୍ମାନିତ ଅତିଥିଭାବେ ଜିଲା ପରିଷଦ ଅଧ୍ୟକ୍ଷା କୁନ୍ତି ପ୍ରଧାନ, ସୁନ୍ଦରଗଡ଼ ପୌରାଧ୍ୟକ୍ଷା ତନୟା ମିଶ୍ର, ଅତିରିକ୍ତ ଜିଲାପାଳ ରବିନାରାୟଣ ସାହୁ, ଜଳଛାୟା ପ୍ରକଳ୍ପ ନିର୍ଦ୍ଦେଶକ ହରିବନ୍ଧୁ ସେଠ, କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଓ ମୁଖ୍ୟ ଡ. ଲକ୍ଷ୍ମୀପ୍ରିୟା ପ୍ରଧାନ, ସହଉଦ୍ୟାନ କୃଷି ନିର୍ଦ୍ଦେଶକ ମାନସିଂ ସୋରେନ ପ୍ରମୁଖ ଯୋଗଦେଇ ଏହି ଦିବସ ପାଳନର ତାତ୍ପର୍ଯ୍ୟ ବିଷୟରେ ବର୍ଣ୍ଣନା କରିଥିଲେ। ଜିଲାର ବିଭିନ୍ନ ବ୍ଲକରୁ ୪୫ ଅଗ୍ରଣୀ ଚାଷୀଙ୍କୁ ଏହି କାର୍ଯ୍ୟକ୍ରମରେ ଅତିଥିମାନଙ୍କ ଦ୍ୱାରା ମୃତ୍ତିକା ସ୍ବାସ୍ଥ୍ୟକାର୍ଡ଼ ପ୍ରଦାନ କରାଯାଇଥିଲା। ଜିଲାର ବିଭିନ୍ନ ଅଞ୍ଚଳରୁ ପ୍ରାୟ ୪୦ ଜଣ କୃଷି ଅଧିକାରୀ ଓ କର୍ମଚାରୀ ଯୋଗଦେଇଥିଲେ। ଏହି ଦିବସ ପାଳନ ଉପଲକ୍ଷେ ଆୟୋଜିତ ବୈଷୟିକ କାର୍ଯ୍ୟକ୍ରମରେ କୃଷି ବିଜ୍ଞାନ କେନ୍ଦ୍ରର ମୃତ୍ତିକା ବୈଜ୍ଞାନିକ ଡ. ମନୋଜ କୁମାର ଜେନା, ଆଞ୍ଚଳିକ କୃଷି ଗବେଷଣା ଉପକେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଡ. ସଜୀବ କୁମାର ବିଶ୍ୱାସୀ, ସହକାରୀ ମତ୍ସ୍ୟ ଅଧିକାରୀ ଜ୍ୟୋତିର୍ମୟୀ ଦାସ, କୃଷି ନିର୍ବାହୀ ଯନ୍ତ୍ରୀ ସୁନ୍ଦରଗଡ ପରମାନନ୍ଦ ପ୍ରଧାନ, କୃଷି ଜିଲା ଅଧିକାରୀ ଜଗନ୍ନାଥ ଦାଶ ପ୍ରମୁଖ ଭାଗ ନେଇ ମୃତ୍ତିକାରୁ ହିଁ ଖାଦ୍ୟର ଆରମ୍ଭ ବୋଲି କହିଥିଲେ। ସ୍ବାସ୍ଥ୍ୟ ପରିଚାଳନା, ମାଟି ପରୀକ୍ଷା, ଜଳବାୟୁ ଅନୁକୂଳ କୃଷି, ଜୈବିକ କୃଷି, ମୃତ୍ତିକା ସ୍ବାସ୍ଥ୍ୟ କାର୍ଡ଼, ସମନ୍ବିତ ଖାଦ୍ୟସାର ପରିଚାଳନା ଆଦି ବିଷୟରେ ଆଲୋଚନା କରିଥିଲେ। ବ୍ଲକ କୃଷି ଅଧିକାରୀ ସୁନ୍ଦରଗଡ଼ ଦ୍ୱିଜବର ସେଠୀ ସଭା ପରିଚାଳନା କରିଥିଲେ। ଏହି ଅବସରରେ ପୂର୍ବ ଆୟୋଜିତ ‘ମୃତ୍ତିକାରୁ ହିଁ ଖାଦ୍ୟର ଆରମ୍ଭ’ ଶୀର୍ଷକ ବକ୍ତୃତା ପ୍ରତିଯୋଗିତାରେ ଭବାନୀଶଙ୍କର ସରକାରୀ ଉଚ୍ଚ ବିଦ୍ୟାଳୟ, ସେଣ୍ଟମ୍ୟାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ଧର୍ମଶାଳା ଉଚ୍ଚ ବିଦ୍ୟାଳୟ, ରାଣୀବଗିଚା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଉଭୟ କନିଷ୍ଠ ଓ ବରିଷ୍ଠ ବର୍ଗର ୨୦ ଛାତ୍ରୀଛାତ୍ରଙ୍କୁ ପ୍ରମାଣପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା। ସଭାରେ ଉପସ୍ଥିତ ଚାଷୀମାନଙ୍କୁ ଜିଆଖତ ବଣ୍ଟନ କରାଯାଇଥିଲା। ବ୍ଲକ କୃଷି ଅଧିକାରୀ ବଡ଼ଗାଁ ତଥା ମୃତ୍ତିକା ରସାୟନବିତ ପ୍ରଫୁଲ୍ଲ କୁମାର ପଟେଲ, ଅନ୍ୟାନ୍ୟ କର୍ମଚାରୀ ଓ କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଓ କର୍ମଚାରୀମାନେ ସହାୟତା କରିଥିଲେ। କାର୍ଯ୍ୟକ୍ରମ ଶେଷରେ ନୂଆଗାଁ ବ୍ଲକ ସହକାରୀ କୃଷି ଅଧିକାରୀ ମନୋଜ କୁମାର ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri