ଭିଜିଲାନ୍ସ ଜାଲରେ ଫୁଡ୍ ସେଫ୍ଟି ଅଫିସର: ଲାଞ୍ଚନେଇ ….

କେନ୍ଦ୍ରାପଡା,୧ା୧୦: କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଷ ମଜୁମଦାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଲାଇସେନ୍ସ କରାଇ ଦେବା ପାଇଁ ଲାଞ୍ଚ ନେବାବେଳେ ଫୁଡ୍‌ ସେଫ୍ଟି ଅଫିସରଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। ଭିଜିଲାନ୍ସ ତାଙ୍କ ପାଖରୁ ୫ ହଜାର ଲାଞ୍ଚ ଟଙ୍କା ଜବତ କରିଛି।

ବିଭାଷ ଲାଇସେନ୍ସ କରାଇ ଦେବା ପାଇଁ ସଞ୍ଜୟ ପ୍ରଧ୍ୟାନ ନାମକ ଜଣେ ବ୍ୟକ୍ତିଙ୍କୁ ହଇରାଣ କରୁଥିଲେ। ଲାଇସେନ୍ସ କରିଦେବା ପାଇଁ ଆଜି କାଲି ସମୟ ଗଡ଼ାଇ ଚାଲିଥିଲେ। ହେଲେ ତାଙ୍କର ଲାଇସେନ୍ସ କରୁ ନଥିଲେ। ସଞ୍ଜୟ ବାରମ୍ବାର ବାରମ୍ବାର ଲାଇସେନ୍ସ ଅଫିସକୁ ଦୌଡ଼ି ନୟାନ୍ତ ହୋଇଥିଲେ। ଶେଷରେ ଫୁଡ୍ ସେଫ୍ଟି ଅଫିସର ଲାଇସେନ୍ସ କରି ଦେବା ପାଇଁ ମୋଟା ଅଙ୍କର ଟଙ୍କା ମାଗିଥିଲେ। ସଞ୍ଜୟ ଫୁଡ୍ ସେଫ୍ଟି ଅଫିସରଙ୍କୁ ପ୍ରଥମେ ୪୦ ହଜାର ଟଙ୍କା ଦେଇଥିଲେ। ଆଉ ୫ ହଜାର ଟଙ୍କା ବାକି ଥିଲା। ଆଜି ସେହି ଅବଶିଷ୍ଟ ଟଙ୍କା ନେବାକୁ କହିଥିଲେ ବିଭାଷ।

ଘଟଣାସଂପର୍କରେ ସଞ୍ଜୟ ଭିଜିଲାନ୍ସକୁ ପୂର୍ବରୁ ଅବଗତ କରାଇଥିଲେ। ଜାତୀୟ ରାଜପଥ ତିନିମୁହାଣି ଛକରେ ଫୁଡ୍ ସେଫ୍ଟି ଅଫିସର ଲାଞ୍ଚ ନେବାବେଳେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଅଧିକାରୀ ତାଙ୍କୁ ମାଡ଼ି ବସିଥିଲେ। ଫୁଡ୍ ସେଫ୍ଟି ଅଫିସରଙ୍କୁ ଭିଜିଲାନ୍ସ ପଚରାଉଚରା କରିଥିବା ବେଳେ ତାଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିଛି। ଏଥିସହ ଫୁଡ୍ ସେଫ୍ଟି ଅଫିସରଙ୍କ ଭଡ଼ା ଘର ଓ ପୈତୃକ ଘରେ ଚଢ଼ାଉ ଚାଲିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri