ଭିଜିଲାନ୍ସ ଜାଲରେ ଫୁଡ୍ ସେଫ୍ଟି ଅଫିସର: ଲାଞ୍ଚନେଇ ….

କେନ୍ଦ୍ରାପଡା,୧ା୧୦: କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଷ ମଜୁମଦାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଲାଇସେନ୍ସ କରାଇ ଦେବା ପାଇଁ ଲାଞ୍ଚ ନେବାବେଳେ ଫୁଡ୍‌ ସେଫ୍ଟି ଅଫିସରଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। ଭିଜିଲାନ୍ସ ତାଙ୍କ ପାଖରୁ ୫ ହଜାର ଲାଞ୍ଚ ଟଙ୍କା ଜବତ କରିଛି।

ବିଭାଷ ଲାଇସେନ୍ସ କରାଇ ଦେବା ପାଇଁ ସଞ୍ଜୟ ପ୍ରଧ୍ୟାନ ନାମକ ଜଣେ ବ୍ୟକ୍ତିଙ୍କୁ ହଇରାଣ କରୁଥିଲେ। ଲାଇସେନ୍ସ କରିଦେବା ପାଇଁ ଆଜି କାଲି ସମୟ ଗଡ଼ାଇ ଚାଲିଥିଲେ। ହେଲେ ତାଙ୍କର ଲାଇସେନ୍ସ କରୁ ନଥିଲେ। ସଞ୍ଜୟ ବାରମ୍ବାର ବାରମ୍ବାର ଲାଇସେନ୍ସ ଅଫିସକୁ ଦୌଡ଼ି ନୟାନ୍ତ ହୋଇଥିଲେ। ଶେଷରେ ଫୁଡ୍ ସେଫ୍ଟି ଅଫିସର ଲାଇସେନ୍ସ କରି ଦେବା ପାଇଁ ମୋଟା ଅଙ୍କର ଟଙ୍କା ମାଗିଥିଲେ। ସଞ୍ଜୟ ଫୁଡ୍ ସେଫ୍ଟି ଅଫିସରଙ୍କୁ ପ୍ରଥମେ ୪୦ ହଜାର ଟଙ୍କା ଦେଇଥିଲେ। ଆଉ ୫ ହଜାର ଟଙ୍କା ବାକି ଥିଲା। ଆଜି ସେହି ଅବଶିଷ୍ଟ ଟଙ୍କା ନେବାକୁ କହିଥିଲେ ବିଭାଷ।

ଘଟଣାସଂପର୍କରେ ସଞ୍ଜୟ ଭିଜିଲାନ୍ସକୁ ପୂର୍ବରୁ ଅବଗତ କରାଇଥିଲେ। ଜାତୀୟ ରାଜପଥ ତିନିମୁହାଣି ଛକରେ ଫୁଡ୍ ସେଫ୍ଟି ଅଫିସର ଲାଞ୍ଚ ନେବାବେଳେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଅଧିକାରୀ ତାଙ୍କୁ ମାଡ଼ି ବସିଥିଲେ। ଫୁଡ୍ ସେଫ୍ଟି ଅଫିସରଙ୍କୁ ଭିଜିଲାନ୍ସ ପଚରାଉଚରା କରିଥିବା ବେଳେ ତାଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିଛି। ଏଥିସହ ଫୁଡ୍ ସେଫ୍ଟି ଅଫିସରଙ୍କ ଭଡ଼ା ଘର ଓ ପୈତୃକ ଘରେ ଚଢ଼ାଉ ଚାଲିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?