ଖାଦ୍ୟ ସୁରକ୍ଷା: ଓଡ଼ିଶା ନଂ.୧

ଭୁବନେଶ୍ୱର, ୬ା୭(ବ୍ୟୁରୋ): ଜାତୀୟ ସ୍ତରରେ ଓଡ଼ିଶାକୁ ମିଳିଛି ଆଉଏକ ସଫଳତା। ନ୍ୟାଶନାଲ ଫୁଡ୍‌ ସିକ୍ୟୁରିଟି ଆକ୍ଟ ବା ଜାତୀୟ ଖାଦ୍ୟ ସୁରକ୍ଷା ଆଇନ(ଏନ୍‌ଏଫ୍‌ଏସ୍‌ଏ) ୨୦୨୨ କାର୍ଯ୍ୟକାରିତାରେ ସାରା ଦେଶରେ ଓଡ଼ିଶା ଶୀର୍ଷରେ ରହିଛି। କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରକାଶିତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ର଼୍ୟାଙ୍କିଙ୍ଗ୍‌ ତାଲିକାରେ ଇଣ୍ଡେକ୍ସ ସ୍କୋର୍‌ ୦.୮୩୬ ସହ ଓଡ଼ିଶା ପ୍ରଥମ ସ୍ଥାନ ହାସଲ କରିଛି। ଏହା ତଳକୁ ଉତ୍ତରପ୍ରଦେଶ, ଆନ୍ଧ୍ରପ୍ରଦେଶ, ଗୁଜରାଟ ଆଦି ରାଜ୍ୟ ରହିଛି। ମଙ୍ଗଳବାର ନୂଆଦିଲ୍ଲୀରେ ଆୟୋଜିତ ‘ଖାଦ୍ୟ ଓ ପୋଷଣ’ ଶୀର୍ଷକ ସମ୍ମିଳନୀରେ କେନ୍ଦ୍ର ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ପୀୟୂଷ ଗୋୟଲ ଏହି ର଼୍ୟାଙ୍କିଙ୍ଗ୍‌ ଘୋଷଣା କରିଛନ୍ତି।
ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଖୁସି ପ୍ରକାଶ କରି କହିଛନ୍ତି, ଓଡ଼ିଶାର ଏହି ସଫଳତା ପଛରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ରହିଛି। ଏଥିସହିତ ସେ ବିଭାଗୀୟ କର୍ମଚାରୀଙ୍କ ଅଦମ୍ୟ ପରିଶ୍ରମ ଓ ନିରନ୍ତର ପ୍ରଚେଷ୍ଟାକୁ ମଧ୍ୟ ପ୍ରଶଂସା କରିଛନ୍ତି। ମୂଲ୍ୟାଙ୍କନ ଢାଞ୍ଚା ପାଇଁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ କାର୍ଯ୍ୟକାରୀ କରିବା ଏବଂ ସାଧାରଣ ବଣ୍ଟନ ବ୍ୟବସ୍ଥାର ସମ୍ପୂର୍ଣ୍ଣ କମ୍ପ୍ୟୁଟରୀକରଣକୁ ଭିତ୍ତିଭୂମି କରି ର଼୍ୟାଙ୍କିଙ୍ଗ୍‌ ପ୍ରଦାନ କରାଯାଇଥିଲା। ରାଜ୍ୟରେ ଡିସେମ୍ବର ୨୦୧୫ଠାରୁ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ କାର୍ଯ୍ୟକାରୀ ହେବା ପରେ ଖାଦ୍ୟ ସୁରକ୍ଷା ଏବଂ ବଣ୍ଟନ ପ୍ରଣାଳୀରେ ଆମୁଳଚୁଳ ରୂପାନ୍ତରଣ କରାଯାଇଥିଲା। ଏଥିରେ ସମ୍ପୃକ୍ତ ସମସ୍ତ ହିତାଧିକାରୀଙ୍କ ତଥ୍ୟଗୁଡ଼ିକୁ ଡିଜିଟାଇଜ୍‌ କରି ୩.୨୫ କୋଟିର ଏକ ବିଶାଳ ଡାଟାବେସ ତିଆରି କରାଯାଇ ଜନସାଧାରଣଙ୍କ ଅବଗତି ନିମନ୍ତେ ୱେବ୍‌ପୋର୍ଟାଲରେ ଉପଲବ୍ଧ କରାଯାଇଛି। ନୂତନ ଯୋଗ୍ୟ ହିତାଧିକାରୀଙ୍କୁ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ କରିବା ତଥା ତଥ୍ୟଗୁଡ଼ିକୁ ସଂଶୋଧନ କରିବା ନିମନ୍ତେ ୩୧୪ଟି ବ୍ଲକ ଓ ୬୪ଟି ପୌର କାର୍ଯ୍ୟାଳୟଗୁଡ଼ିକରେ ମୋଟ ୩୭୮ଟି ରାଶନ କାର୍ଡ ପରିଚାଳନା କେନ୍ଦ୍ର ଖୋଲାଯାଇଛି। ରାଜ୍ୟର ସମସ୍ତ ୧୫୨ଟି ଖାଦ୍ୟଶସ୍ୟ ଗୋଦାମ ଗୃହର କମ୍ପ୍ୟୁଟରୀକରଣ କରାଯାଇଛି। ଗୋଟିଏ ଦେଶ ଗୋଟିଏ ରାଶନ କାର୍ଡ ଯୋଜନା ରାଜ୍ୟରେ ୨୦୨୧ ଜୁଲାଇରୁ ଲାଗୁ ହୋଇଛି। ଜଣେ ହିତାଧିକାରୀ ଦେଶର ଯେକୌଣସି ସୁଲଭମୂଲ୍ୟ ଦୋକାନରୁ ନିଜ ରାଶନ ସାମଗ୍ରୀ ଉଠାଣ କରିପାରିବ। ଏହି ଯୋଜନା ମାଧ୍ୟମରେ ରାଜ୍ୟରେ ୧୦,୫୭୮ଟି ସୁଲଭ ମୂଲ୍ୟ ଦୋକାନ ଜରିଆରେ ୧,୧୦,୦୦୦ ପରିବାର ଓ ୫୩୩ ଆନ୍ତଃରାଜ୍ୟ ହିତାଧିକାରୀ ଉପକୃତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri