Posted inଫୁରସତ

ଖାଦ୍ୟ ସଂରକ୍ଷଣ ଅପରିହାର୍ଯ୍ୟ

ବିଶ୍ୱ ଖାଦ୍ୟ ଦିବସ ପ୍ରତିବର୍ଷ ଅକ୍ଟୋବର ୧୬ ତାରିଖ ଦିନ ସାରା ବିଶ୍ୱରେ ପାଳିତ ହୁଏ। ମିଳିତ ଜାତିସଂଘ ଦ୍ୱାରା ୧୯୪୫ ମସିହାରେ ଖାଦ୍ୟ ଏବଂ କୃଷି ସଂଗଠନର ସ୍ଥାପନା ଦିବସକୁ ସମ୍ମାନ ଜଣାଇ ଏହି ଦିନଟିକୁ ବିଶ୍ୱ ଖାଦ୍ୟ ଦିବସ ରୂପେ ପାଳନ କରିବା ଲାଗି ଘୋଷଣା କରାଯାଇଛି।
ନଭେମ୍ବର ୧୯୭୯ ମସିହାରେ ଖାଦ୍ୟ ଏବଂ କୃଷି ସଂଗଠନର ସଦସ୍ୟ ରାଷ୍ଟ୍ରମାନଙ୍କଦ୍ୱାରା ଏହି ସଂଗଠନର ୨୦ତମ ସମ୍ମିଳନୀରେ ଏହି ଦିବସ ପାଲନ କରିବା ନିଷ୍ପତ୍ତି ନିଆଯାଇଥିଲା।
ହଙ୍ଗେରିଆନ କୃଷି ଏବଂ ଖାଦ୍ୟ ମନ୍ତ୍ରୀ ଡଃ ପାଲ ରମାନୀଙ୍କ ନେତୃତ୍ୱରେ ଏକ ପ୍ରତିନିଧିମଣ୍ଡଳ ଖାଦ୍ୟ ଏବଂ କୃଷି ସଂଗଠନର ୨୦ତମ ସମ୍ମିଳନୀରେ ଏକ ସକ୍ରୀୟ ଭୂମିକା ଗ୍ରହଣ କରି ଏ ସଂକ୍ରାନ୍ତରେ ଏକ ବିଚାର ବ୍ୟକ୍ତ କରିଥିଲେ।
ଏହା ଉକ୍ତ ସମ୍ମିଳନୀରେ ଗୃହୀତ ହେବା ପରେ ବିଶ୍ୱର ୧୫୦ରୁ ଅଧିକ ଦେଶ ପ୍ରତିବର୍ଷ ଅକ୍ଟୋବର ୧୬ ତାରିଖକୁ ବିଶ୍ୱ
ଖାଦ୍ୟ ଦିବସ ରୁପେ ପାଳନ କରୁଛନ୍ତି।
ତଥା ଦାରିଦ୍ର୍ୟ ଜନିତ ସମସ୍ୟା ତଥା ଏହାର ନିରାକରଣ ସମ୍ପର୍କରେ ବିଶ୍ୱବାସୀଙ୍କ ଦୃଷ୍ଟି ଆକର୍ଷଣ କରିବା ଏହି ଦିବସ ପାଳନର ମୂଳ ଲକ୍ଷ୍ୟ।
ବିଶ୍ୱରୁ କ୍ଷୁଧା ଦୂର କରି ସଭିଁଙ୍କୁ ଆହାର ଯୋଗାଇବା ପାଇଁ ପ୍ରୟାସ କରିବା ପାଇଁ ବିଭିନ୍ନ ଯୋଜନା ଉପରେ ଏହି ଦିନ ବିଚାର ବିମର୍ଷ କରାଯାଇଥାଏ। ଏହାସହ ଲୋକଙ୍କୁ ଜାଗୃତ କରିବା। ବିଶ୍ୱ ଖାଦ୍ୟ ଦିବସ ୧୯୮୧ରେ ପ୍ରଥମ ଥର ପାଳନ କରାଯାଇଥିଲା। ପୃଥିବୀରେ ଅଧିକାଂଶ ଲୋକେ ସଠିକ ସମୟରେ ଖାଦ୍ୟ ନ ପାଇବାରୁ ସେମାନଙ୍କ ମୃତ୍ୟୁ ହୋଇଥାଏ। ଏହାସହ ଏଭଳି ମଧ୍ୟ ଅଧିକାଂଶ ସମୟରେ ଦେଖାଯାଇଥାଏ ଅନେକ ଲୋକଙ୍କୁ ସଠିକ ସମୟରେ ଖାଦ୍ୟ ମିଳିଥାଏ, ମାତ୍ର ସେମାନେ ଖାଦ୍ୟ ଅଧା ଖାଇ ଫିଙ୍ଗିଥାନ୍ତି। ତେଣୁ କୁହାଯାଏ ଯେତିକି ଖାଦ୍ୟ ଖାଇବେ ସେତିକି ହିଁ ନେବା ଉଚିତ। ଖାଦ୍ୟ ଆଦୌ ନଷ୍ଟ କରିବା ଉଚିତ ନୁହେଁ। ଖାଦ୍ୟ ପ୍ରତ୍ୟେକ ବ୍ୟକ୍ତିର ମୌଳିକ ଅଧିକାର। ତେଣୁ ଲୋକଙ୍କୁ ଭୋକରୁ ରକ୍ଷା କରିବାକୁ ଏହି ଦିନ ପାଳନ କରାଯାଇଥାଏ। ଏହି ଦିନ ବିଭିନ୍ନ ସଚେତନା ମୂଳକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥାଏ। ଯାଦ୍ୱାରା ବିିଭିନ୍ନ ପ୍ରକାର ଅସହାୟ ବ୍ୟକ୍ତିଙ୍କୁ ସାହାଯ୍ୟ କରିବା ପାଇଁ ପ୍ରେରିତ ହେବା ସହ ଭୋକ କାରଣରୁ କାହାର ମଧ୍ୟ ମୃତ୍ୟୁ ନ ହେଉ ସେଥିପ୍ରତି ଦୃଷ୍ଟି ପ୍ରଦାନ କରାଯାଇଥାଏ। ପ୍ରତିବର୍ଷ ବିଶ୍ୱ ଖାଦ୍ୟ ଦିବସ ଏକ ସ୍ବତନ୍ତ୍ର ବାର୍ତ୍ତା ବହନ କରିଥାଏ। ଚଳିତ ୨୦୨୩ ବର୍ଷ ପାଇଁ ଏହି ଦିବସର ବାର୍ତ୍ତା ହେଉଛି ‘ ଜଳ ହିଁ ଜୀବନ, ଜଳ ହିଁ ଖାଦ୍ୟ, ପଛରେ କାହାକୁ ଛାଡି ଦିଅନାହିଁ’(ଓ୍ବାଟର ଇଜ ଲାଇଫ, ଓ୍ବାଟର ଇଜ ଫୁଡ, ଲିଭ ନୋ ଓ୍ବାନ ବିହାଇଣ୍ଡ) ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri