ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ କରୋନା

ଭୁବନେଶ୍ୱର,୧୧।୯(ବ୍ୟୁରୋ)-ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶକ୍ରମେ ସେ ହୋମ ଆଇସୋଲେଶନରେ ଥିବା ପ୍ରକାଶ କରିଛନ୍ତି। ଯେଉଁ ମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ତୁରନ୍ତ କୋଭିଡ ପରୀକ୍ଷା କରିବାକୁ ସେ ପରାମର୍ଶ ଦେଇଛନ୍ତି।