ନବୀନଙ୍କୁ ନେଇ ଏହି ବଡ଼ କଥା କହିଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ…

କଟକ,୨୦ା୧୦: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ରବିବାର ଏକ ବଡ଼ କଥା କହିଦେଇଛନ୍ତି। ଯାହାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି।
କୃଷ୍ଣଚନ୍ଦ୍ର କହିଛନ୍ତି, ପାଣ୍ଡିଆନଙ୍କୁ ଆଗକୁ ଆଣିଲେ ବିଜେଡିର ବହୁ କ୍ଷତି ହେବ। ଏମିତିରେ ନବୀନ ବାବୁଙ୍କ ବୟସ ଅଧିକ ହୋଇଗଲାଣି। ସେ ଆଉ ବୁଲାବୁଲି କରିପାରୁନାହାନ୍ତି। ପାଣ୍ଡିଆନଙ୍କୁ ଆଉ ଲୋକ ବିଶ୍ୱାସ କରିବେ ନାହିଁ। ତେଣୁ ବିଜେଡି ଆଉ ରହିବ ନାହିଁ। କୃଷ୍ଣଚନ୍ଦ୍ର ଏପରି କହିବା ପରେ ରାଜ୍ୟ ରାଜ୍ୟନୀତି ବେଶ୍‌ ସରଗରମ ହୋଇଉଠିଛି।

ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଆୟୋଜିତ ସମୀକ୍ଷା ବୈଠକ ପରେ ମନ୍ତ୍ରୀ ଏପରି ମନ୍ତବ୍ୟ ଦେଇଛନ୍ତି। ଅନ୍ୟପକ୍ଷରେ କଳାବଜାରୀଙ୍କୁ ଖାଦ୍ୟ ଯୋଗାଣ ମନ୍ତ୍ରୀ କଡ଼ା ଚେତାବନୀ ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ଦେଖି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ତାଗିଦ୍‌ କରିଛନ୍ତି। ଅସାଧୁ ବ୍ୟବସାୟୀ କଳାବଜାର କଲେ ସେମନାଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ଖାଦ୍ୟ ସାମଗ୍ରୀ ମହଜୁଦ ସ୍ଥାନ ଉପରେ ନଜର ପାଇଁ ବିଭାଗକୁ ନିର୍ଦ୍ଦେଶ ସେ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ନ ବାତ୍ୟା ପାଇଁ ଯେପରି କଳାବଜାର ନ ହୁଏ ସତର୍କ ରହିବାକୁ ସୂଚେଇ ଦେଇଛନ୍ତି ମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri