ଆଦିବାସୀ ବହୁଳ ଗାଁରେ ପହଞ୍ଚି ଶାଗ ପଖାଳ ଖାଇଲେ ୫ ଶିକ୍ଷାନବୀଶ

ସୋରଡ଼ା,୧୬ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକକୁ ଆସିଥିବା ୫ ଶିକ୍ଷାନବୀଶ ବୁଧବାର ଆଦିବାସୀ ବହୁଳ ଗୋଛା ପଞ୍ଚାୟତରେ ପହଞ୍ଚି ବାଲାପଙ୍କା ଗ୍ରାମକୁ ଯାଇ ଅଙ୍ଗନଓ୍ବାଡ଼ି କେନ୍ଦ୍ର ବୁଲିବା ସହ କେନ୍ଦ୍ର ପରିଚାଳକ କୁସୁମ ପଟ୍ଟନାୟକଙ୍କ ସହ ଶିଶୁ ବିକାଶ କାର୍ଯ୍ୟକ୍ରମ ଉପରେ ପଚାରି ବୁଝିଥିଲେ। ଛୋଟ ଶିଶୁମାନଙ୍କ ସହ ନାଚ ଗୀତ କରି ଖୁସି କରାଇଥିଲେ। ଗୋଛାରେ ପହଞ୍ଚି ରାଶନ ବଣ୍ଟନ,ଭତ୍ତା ବଣ୍ଟନ,ସହ ଗ୍ରାମସଭାରେ ଯୋଗଦେଇଥିଲେ। ସେଠାକାର ଆଦର୍ଶ ଗାଈ ଗୁହାଳ,ବାଇଗଣ ଚାଷ,ମିଶନ ଶକ୍ତି ବ୍ୟବସ୍ଥା ବୁଲି ଦେଖିଥିଲେ। ପରେ ଗ୍ରାମର ଜନସାଧାରଣଙ୍କ ସହ ଭାବ ବିନିମୟ କରିଥିଲେ। ଆଦିବାସୀ ପରିବାରଙ୍କ ଘରେ ସମ୍ପୂର୍ଣ୍ଣ ଓଡ଼ିଆ ଖାଦ୍ୟ ବ୍ୟବସ୍ଥା କରଯାଇଥିଲା। କଂସାରେ ପଖାଳ ସହ ବଡ଼ି ଚୂରା, ଶାଗ, ଭେଣ୍ଡି ଭଜା, ବାଇଗଣ ଭରତା,ଆଚାର,ସାରୁ, କଦଳୀ ଭଜା ଖାଇଥିଲେ। ଆଦିବାସୀମାନେ ଫୁଲତୋଡ଼ା ଦେଇ ସ୍ବାଗତ କରିଥିଲେ। ସନ୍ଧ୍ୟାରେ ସମସ୍ତେ ସୋରଡ଼ା ବ୍ଲକରୁ ଫେରିଛନ୍ତି। ସରପଞ୍ଚ ତ୍ରିଲୋଚନ ସାହୁ, ଜିଲାପରିଷଦ ରାଜେଶ କୁମାର ସାହୁଙ୍କ ପରିଚାଳନାରେ ସମସ୍ତ ଶିକ୍ଷାନବୀଶ ସେଠାକାର ବିଭିନ୍ନ ଯୋଜନା ରୂପାୟନ ବୁଲି ଦେଖିଥିଲେ। ବିଡିଓ ସୀମାଞ୍ଚଳ ମଣ୍ଡଳ,ଗଣ୍ଠିଳ ଅଧିକାରୀ ସଂଜୀବ ରାଜ ସେନାପତି ଉପସ୍ଥିତ ରହି ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?