Posted inଜାତୀୟ

ଜି-୨୦ ସମ୍ମିଳନୀରେ ଅତିଥିଙ୍କୁ ଚାନ୍ଦିର ବାସନରେ ପରସା ଯିବ ଖାଦ୍ୟ, ଏଥିରେ ଥିବ ସାଂସ୍କୃତିକ କଳାକୃତି

ନୂଆଦିଲ୍ଲୀ,୬।୯: ଜି -୨୦ ଶିଖର ସମ୍ମିଳନୀରେ ଯୋଗ ଦେଇଥିବା ରାଷ୍ଟ୍ରାଧ୍ୟକ୍ଷ ତଥା ଅନ୍ୟ ବିଶ୍ୱର ନେତାମାନଙ୍କୁ ଭାରତର ସାଂସ୍କୃତିକ ଐତିହ୍ୟ ଦ୍ୱାରା ଅନୁପ୍ରାଣିତ କଳାକୃତି ସହିତ ସ୍ବତନ୍ତ୍ର ରୂପା ବାସନରେ ଖାଦ୍ୟ ପରିବେଷଣ କରାଯିବ। ଏହି ସୂଚନା ଜୟପୁରର ଏକ ମେଟାଲୱେର୍‌ ଉତ୍ପାଦନକାରୀ କମ୍ପାନୀ ଦ୍ୱାରା ଦିଆଯାଇଛି।

ମଙ୍ଗଳବାର ନୂଆଦିଲ୍ଲୀରେ ଆଇରିସ ଜୟପୁର ଏହାର କିଛି ରୂପା ସାମଗ୍ରୀ ପ୍ରଦର୍ଶନ କରିଥିଲା। ତାଙ୍କ କହିବାନୁସାରେ, ବିଦେଶୀ ଅତିଥିମାନେ ହୋଟେଲରେ ରହିବା ସମୟରେ ଗ୍ରାଣ୍ଡ ଡିନର ଏବଂ ମଧ୍ୟାହ୍ନ ଭୋଜନରେ ଆପ୍ୟାୟିତ ହେବେ। ଏକ ରୂପା ସାମଗ୍ରୀ ଉତ୍ପାଦନକାରୀ କମ୍ପାନୀର ଲକ୍ଷ୍ମୀ ପାବୁୱାଲ କହିଛନ୍ତି ଯେ ଅଧିକାଂଶ ଟେବୁଲୱେୟାରରେ ଏକ ଇସ୍ପାତ କିମ୍ବା ପିତ୍ତଳ ଆଧାର ଅଛି କିମ୍ବା ଏକ ସୁନ୍ଦର ରୂପା ଆବରଣ ସହିତ ଉଭୟର ମିଶ୍ରଣ ଅଛି। ଥାଳିରେ ସୁନା ଆବରଣ ଅଛି । ପାତ୍ରରେ ପାନୀୟ ପରିବେଷଣ ପାଇଁ ଗ୍ଲାସ ମଧ୍ୟ ରହିଛି।

ସେ ଆହୁରି ମଧ୍ୟ କହିଛନ୍ତି ଯେ ଜି -୨୦ ଶିଖର ସମ୍ମିଳନୀ ପାଇଁ ୨୦୦ କାରିଗର ପ୍ରାୟ ୧୫,୦୦୦ ରୂପା ବାସନ ତିଆରି କରିଛନ୍ତି। ଜୟପୁର, ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ, କର୍ଣ୍ଣାଟକ ଏବଂ ଦେଶର ଅନ୍ୟାନ୍ୟ ସ୍ଥାନରୁ ଆସିଥିବା କାରିଗରମାନେ ବାସନ ତିଆରି କରିବାରେ ସହଯୋଗ କରିଛନ୍ତି। ଏସବୁ ବାସନ ତିଆରି କରିବା ପାଇଁ ୫୦,୦୦୦ ଘଣ୍ଟା ସମୟ ଲାଗିଲା। ମେଟାୱେର୍‌ ଫାର୍ମ ଲକ୍ଷ୍ମୀ ପାବୁୱାଲଙ୍କ ସହିତ ତାଙ୍କ ପିତା ରାଜୀବ ପାବୁୱାଲଙ୍କ ଦ୍ୱାରା ଏହା ପରିଚାଳିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?