ଫୁଟ୍‌ବଲ ବେଟିଂ ଆପ୍‌ ଠକେଇ ମାମଲା : ଦୁବାଇ ମାଷ୍ଟରମାଇଣ୍ଡ ବିରୋଧରେ ଲୁକ୍‌ଆଉଟ୍‌ ସର୍କୁଲାର

ଭୁବନେଶ୍ୱର,୧୦।୩(ବ୍ୟୁରୋ): ଫୁଟବଲ୍‌ ବେଟିଂ/ଗେମିଙ୍ଗ୍‌ ଆପ୍‌ (18football.com)ରେ ଦେଶବ୍ୟାପୀ ୧ହଜାର କୋଟିରୁ ଊର୍ଦ୍ଧ୍ୱ ଠକେଇ ଘଟଣାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଅଧିକ ତଦନ୍ତ ଜାରି ରଖିଛି। ଏହି ମାମଲାରେ ମାଷ୍ଟରମାଇଣ୍ଡଙ୍କ ୨ ସହଯୋଗୀଙ୍କୁ ଇଓଡବ୍ଲ୍ୟୁ ୨ ସପ୍ତାହ ତଳେ ପଶ୍ଚିମବଙ୍ଗରୁ ଗିରଫ କରିଥିବାବେଳେ ସେମାନେ ଏବେ ଜେଲରେ ଅଛନ୍ତି। ଏଥିରେ ସମ୍ପୃକ୍ତ ଏକାଧିକ ମାଷ୍ଟରମାଇଣ୍ଡଙ୍କ ମଧ୍ୟରୁ ଦୁବାଇରେ ରହି ର଼୍ୟାକେଟ୍‌ ଚଳାଉଥିବା ଜଣଙ୍କୁ ଇଓଡବ୍ଲ୍ୟୁ ଚିହ୍ନଟ କରିଛି। ସେ ହେଲେ ବିହାର ପଶ୍ଚିମ ଚମ୍ପାରନ୍‌ ଜିଲାର ମହମ୍ମଦ ସୈଫ୍‌। ଇଓଡବ୍ଲ୍ୟୁର ଅନୁରୋଧକ୍ରମେ କେନ୍ଦ୍ର ସରକାରଙ୍କ ବ୍ୟୁରୋ ଅଫ୍‌ ଇମିଗ୍ରେଶନ୍‌ (ବିଓଆଇ) ତାଙ୍କ ବିରୋଧରେ ଲୁକ୍‌ଆଉଟ୍‌ ସର୍କୁଲାର ଜାରିକରି ଦେଶର ସମସ୍ତ ଏୟାରପୋର୍ଟ ଓ ସି ବିଚ୍‌ ସମେତ ଅନ୍ୟାନ୍ୟ ଚେକ୍‌ ପୋଷ୍ଟରେ ଆଲର୍ଟ କରିଛି। ଏଥିସହ ଅଭିଯୁକ୍ତ ମନୋଜଙ୍କ ଉପରେ ନଜର ରଖିବାକୁ ଲ’ ଏନ୍‌ଫୋର୍ସମେଣ୍ଟ ଏଜେନ୍ସି ଓ ପୋଲିସ ସହ ମଧ୍ୟ ଯୋଗାଯୋଗ କରାଯାଉଛି। ଅନ୍ୟପକ୍ଷରେ ଅଭିଯୁକ୍ତ ସୈଫ୍‌ଙ୍କ ବିଷୟରେ ସୂଚନା ଦେବାକୁ ଇଓଡବ୍ଲ୍ୟୁ ଏକ ମୋବାଇଲ ନଂ. ୮୨୪୯୬୦୦୪୯୫ ଜାରି କରିବା ସହ ପୁରସ୍କାର ଘୋଷଣା କରିଛି। ସୂଚନାଦାତାଙ୍କ ପରିଚୟ ଗୋପନ ରଖାଯିବ ବୋଲି ଇଓଡବ୍ଲ୍ୟୁ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ଚାଇନା ହଂକଂରେ ଥିବା ର଼୍ୟାକେଟର ମୁଖ୍ୟ ମାଷ୍ଟରମାଇଣ୍ଡଙ୍କୁ ଚିହ୍ନଟ କରିବାକୁ ଇଓଡବ୍ଲ୍ୟୁ ପ୍ରୟାସ ଜାରି ରଖିଥିବା ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ର଼୍ୟାକେଟ୍‌ର ଏଜେଣ୍ଟମାନେ ଭାରତ, ଚାଇନା, ଦୁବାଇ ସମେତ ବିଭିନ୍ନ ଦେଶରେ ରହି ଠକେଇ କରନ୍ତି। ସେମାନେ ପ୍ରାୟତଃ ଯୁବକମାନଙ୍କୁ ଟାର୍ଗେଟ କରିବା ସହ କମ୍‌ ସମୟରେ ଅଧିକ ଟଙ୍କା ରୋଜଗାର କରିବାର ଲୋଭ ଦେଖାଇ ଜାଲରେ ଫସାଇଥାନ୍ତି। 18football.com ଆପ୍‌ର ଲିଙ୍କ୍‌କୁ ଅନ୍‌ଲାଇନ୍‌ ଓ ଅଫ୍‌ଲାଇନ ମାଧ୍ୟମରେ ସେମାନେ ଲୋକଙ୍କୁ ପଠାଇବା ପରେ ଏକ ଆକାଉଣ୍ଟ ଖୋଲିବାକୁ କହିଥାନ୍ତି। ପରେ ଉକ୍ତ ଆପ୍‌ରେ ହେଉଥିବା ଫୁଟ୍‌ବଲ୍‌ ମ୍ୟାଚ୍‌ରେ ଟଙ୍କା ଜମା କରିବାକୁ କୁହାଯାଇଥାଏ। ଆପ୍‌ ଦ୍ୱାରା ଟଙ୍କା ନିବେଶ କରିବା ପରେ ଦିନକୁ ୩ ଶତକଡ଼ା ରିଟର୍ନ ସହ ବିଭିନ୍ନ ବୋନସ୍‌ ଆଦି ମିଳିବାର ଲୋଭ ଦେଖାଯାଇଥାଏ। ପୁଣି ରେଫରାଲ୍‌ ବୋନସ୍‌ ପାଇବା ପାଇଁ ଅନ୍ୟ ଲୋକଙ୍କୁ ମଧ୍ୟ ଏଥିରେ ସାମିଲ କରିବାକୁ କୁହାଯାଇଥାଏ। ଏଭଳି ଭାବରେ ୨୦୨୧ରେ ଗଞ୍ଜାମର ୮୦୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଠକେଇର ଶିକାର ହୋଇ ୨୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହରାଇଥିଲେ। ଏନେଇ ଅଭିଯୋଗକ୍ରମେ ଇଓଡବ୍ଲ୍ୟୁ ଗତ ଫେବୃୟାରୀ ୧୭ରେ ମାମଲା (ନଂ.୬/୨୦୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri