Posted inଖେଳ

ରେଫରିଙ୍କୁ ମୁଥ ମାରି ଜେଲ୍‌ ଗଲେ ଫୁଟ୍‌ବଲ କ୍ଲବ ସଭାପତି

ଆଙ୍କାରା (ତୁର୍କୀ), ୧୨ା୧୧: ରେଫରିଙ୍କୁ ଆକ୍ରମଣ କରିଥିବା ଅଭିଯୋଗରେ ତୁର୍କୀର ଏକ କୋର୍ଟ ଦେଶର ଜଣେ ଆଗାଧାଡ଼ିର ଫୁଟ୍‌ବଲ କ୍ଲବ ସଭାପତିଙ୍କୁ ୩ ବର୍ଷ ଓ ୭ ମାସରୁ ଊର୍ଦ୍ଧ୍ୱ ଜେଲଦଣ୍ଡ ଦେଇଛନ୍ତି।

ଗତବର୍ଷ କେକୁର ରିଜେସପୋର୍‌ ବିପକ୍ଷ ଏକ ସୁପର ଲିଗ୍‌ ଗେମ୍‌ ୧-୧ରେ ଡ୍ର’ ପରେ ଫାଇନାଲ ହ୍ବିସିଲ ବାଜିବା ପରେ ଏମ୍‌କେଇ ଆଙ୍କାରାଗୁସୁ ସଭାପତି ଫାରୁକ୍‌ କୋକା ରେଫରି ହାଲିଲ ଉମୁତ ମେଲରଙ୍କ ମୁହଁକୁ ଏକ ମୁଥ ମାରିଥିଲେ। ପ୍ରହାରର ତୀବ୍ରତା ଏତେ ଥିଲା ଯେ, ମେଲର ତଳେ ପଡ଼ିଯାଇଥିଲେ। ଏହାକୁ ନେଇ ଦର୍ଶକ ମହଲରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିଲା। ଅନେକ ପଡ଼ିଆ ଭିତରକୁ ଚାଲି ଆସିଥିଲେ। ଏହି ଘଟଣାକୁ ନେଇ ବିଶ୍ୱ ଫୁଟ୍‌ବଲ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା।

ତୁର୍କୀ ଫୁଟ୍‌ବଲ ମହାସଂଘ ବାଧ୍ୟ ହୋଇ ସମସ୍ତ ଲିଗ୍‌ ଗେମ୍‌ଗୁଡ଼ିକୁ ଅନେକ ସପ୍ତାହ ଧରି ସସ୍‌ପେଣ୍ଡ କରିଥିଲା। ଆଙ୍କାରା କୋର୍ଟ ତାଙ୍କ ରାୟରେ କହିଥିଲେ, କୋକୋ ନିୟମ ଉଲ୍ଲଂଘନ କରି ଉଦ୍ଦେଶ୍ୟମୂଳକ ଭାବେ ଜଣେ ପବ୍ଲିକ ଅଫିସିଆଲଙ୍କୁ ଆଘାତପ୍ରାପ୍ତ କରିଛନ୍ତି। ରେଫରିଙ୍କୁ ଆକ୍ରମଣ ଘଟଣାରେ ସମ୍ପୃକ୍ତ ଅନ୍ୟ ୩ ଜଣଙ୍କୁ ମଧ୍ୟ କୋର୍ଟ ୧ରୁ ୫ ବର୍ଷ ପର୍ଯ୍ୟନ୍ତ ଜେଲଦଣ୍ଡ କରିଛନ୍ତି। ଘଟଣାପରେ କୋକୋ କ୍ଲବର ସଭାପତି ପଦରୁ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri