Posted inଖେଳ

ଫୁଟବଲ କୋଚ୍‌ ପ୍ରଶିକ୍ଷଣ ଶିବିର: ୨୨ ଜିଲାରୁ ୨୮ କୋଚ୍‌ ପ୍ରଶିକ୍ଷଣ ନେଲେ

ବଲାଙ୍ଗୀର ଅଫିସ, ୧୮ା୧୨: ବଲାଙ୍ଗୀର ସାଇଟ୍‌ ସଦାଇପାଲି ପଲ୍ଲୀଶ୍ରୀ ଷ୍ଟାଡିୟମଠାରେ ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫଏଫ) ଡିପ୍ଲୋମା ଫୁଟବଲ କୋଚିଂ ପାଠ୍ୟକ୍ରମ ଉଦ୍‌ଯାପିତ ହୋଇଛି। ଅଲଇଣ୍ଡିଆ ଫୁଟବଲ ଫେଡେରେସନ ନୂଆଦିଲ୍ଲୀ ଓ ଫାଓ କଟକ ମିଳିତ ଆନୁକୂଲ୍ୟରେ ବଲାଙ୍ଗୀର ଜିଲା କ୍ରୀଡା ସଂସଦ ତରଫରୁ ଗତ ୧୧ରୁ ୧୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି ା ଏଆଇଏଫ୍‌ଏଫ୍‌ ପ୍ରଶିକ୍ଷକଭାବେ କଲିକତାର ସୟଦ ଅଲତାଭ ଉଦ୍ଦିନ ଅହମ୍ମଦ ଯୋଗଦେଇଥିଲେ। ବଲାଙ୍ଗୀର ଜିଲା ଫୁଟବଲ କୋଚ୍‌ ପରାଶର ବାଗ ସଂଯୋଜକ ଦାୟିତ୍ୱ ତୁଲାଇଥିଲେ ା ଏଥିରେ ଓଡିଶାର ୨୨ ଜିଲାରୁ ୨୮ ଜଣ ଫୁଟବଲ କୋଚ୍‌ ପ୍ରଶିକ୍ଷଣ ନେଇଥିଲେ ା ଉଦ୍‌୍‌ଯାପନୀ ଉତ୍ସବରେ ଫାଓ ଓଡିଶା କାର୍ଯ୍ୟକାରୀ ସଭାପତି ଡ. ଶ୍ରୀକର ମିଶ୍ର ଅଧ୍ୟକ୍ଷତା କରିଥିଲେ। ବଲାଙ୍ଗୀର ଜିଲା କ୍ରୀଡା ସଂସଦ ସାଧାରଣ ସମ୍ପାଦକ ହରି ନାରାୟଣ ପୂଜାରୀ ମୁଖ୍ୟଅତିଥିଭାବେ ଯୋଗଦେଇ ପ୍ରଶିକ୍ଷକ ଅହମ୍ମଦଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ମାନିତ କରିଥିଲେ। ସପ୍ତାହବ୍ୟାପୀ ଅନୁଷ୍ଠିତ ପ୍ରଶିକ୍ଷଣ ଶିବିରରେ ଜିଲା କ୍ରୀଡା ସଂସଦ ତରଫରୁ ବହୁ ସଦସ୍ୟ ଯୋଗଦାନ କରି କୋଚ୍‌ମାନଙ୍କୁ ଉତ୍ସାହିତ କରିଥିଲେ।ଶେଷରେ କୋଚ ପରାଶର ବାଗ ଧନ୍ୟବାଦ ଅର୍ପଣ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri