Posted inଖେଳ

ଫୁଟବଲ କୋଚ୍‌ ପ୍ରଶିକ୍ଷଣ ଶିବିର: ୨୨ ଜିଲାରୁ ୨୮ କୋଚ୍‌ ପ୍ରଶିକ୍ଷଣ ନେଲେ

ବଲାଙ୍ଗୀର ଅଫିସ, ୧୮ା୧୨: ବଲାଙ୍ଗୀର ସାଇଟ୍‌ ସଦାଇପାଲି ପଲ୍ଲୀଶ୍ରୀ ଷ୍ଟାଡିୟମଠାରେ ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫଏଫ) ଡିପ୍ଲୋମା ଫୁଟବଲ କୋଚିଂ ପାଠ୍ୟକ୍ରମ ଉଦ୍‌ଯାପିତ ହୋଇଛି। ଅଲଇଣ୍ଡିଆ ଫୁଟବଲ ଫେଡେରେସନ ନୂଆଦିଲ୍ଲୀ ଓ ଫାଓ କଟକ ମିଳିତ ଆନୁକୂଲ୍ୟରେ ବଲାଙ୍ଗୀର ଜିଲା କ୍ରୀଡା ସଂସଦ ତରଫରୁ ଗତ ୧୧ରୁ ୧୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି ା ଏଆଇଏଫ୍‌ଏଫ୍‌ ପ୍ରଶିକ୍ଷକଭାବେ କଲିକତାର ସୟଦ ଅଲତାଭ ଉଦ୍ଦିନ ଅହମ୍ମଦ ଯୋଗଦେଇଥିଲେ। ବଲାଙ୍ଗୀର ଜିଲା ଫୁଟବଲ କୋଚ୍‌ ପରାଶର ବାଗ ସଂଯୋଜକ ଦାୟିତ୍ୱ ତୁଲାଇଥିଲେ ା ଏଥିରେ ଓଡିଶାର ୨୨ ଜିଲାରୁ ୨୮ ଜଣ ଫୁଟବଲ କୋଚ୍‌ ପ୍ରଶିକ୍ଷଣ ନେଇଥିଲେ ା ଉଦ୍‌୍‌ଯାପନୀ ଉତ୍ସବରେ ଫାଓ ଓଡିଶା କାର୍ଯ୍ୟକାରୀ ସଭାପତି ଡ. ଶ୍ରୀକର ମିଶ୍ର ଅଧ୍ୟକ୍ଷତା କରିଥିଲେ। ବଲାଙ୍ଗୀର ଜିଲା କ୍ରୀଡା ସଂସଦ ସାଧାରଣ ସମ୍ପାଦକ ହରି ନାରାୟଣ ପୂଜାରୀ ମୁଖ୍ୟଅତିଥିଭାବେ ଯୋଗଦେଇ ପ୍ରଶିକ୍ଷକ ଅହମ୍ମଦଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ମାନିତ କରିଥିଲେ। ସପ୍ତାହବ୍ୟାପୀ ଅନୁଷ୍ଠିତ ପ୍ରଶିକ୍ଷଣ ଶିବିରରେ ଜିଲା କ୍ରୀଡା ସଂସଦ ତରଫରୁ ବହୁ ସଦସ୍ୟ ଯୋଗଦାନ କରି କୋଚ୍‌ମାନଙ୍କୁ ଉତ୍ସାହିତ କରିଥିଲେ।ଶେଷରେ କୋଚ ପରାଶର ବାଗ ଧନ୍ୟବାଦ ଅର୍ପଣ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri