ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତାର ଉଦ୍‌ଘାଟନୀ ମ୍ୟାଚରେ ଗେଙ୍ଗୁଟିପାଲିକୁ ହରାଇ ଜିଏମ୍‌ୟୁ ସମ୍ବଲପୁର ଦଳ ବିଜୟ ଧାରା ଆରମ୍ଭ କରିଥିଲା। ପ୍ରଥମ ସେମିଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର ଓ ଶ୍ରେୟାଂଶ ସ୍ପୋର୍ଟିଂ ସୋନପୁର ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା। ଖେଳ ଅସମାହିତ ରହିବାରୁ ଟ୍ରାଇବେକର ସହାୟତା ନିଆଯାଇଥିଲା l ଏଥିରେ ୩-୪ ଗୋଲରେ ଜିଏମ୍‌ୟୁ ସମ୍ବଲପୁର ଦଳ ସୋନପୁରକୁ ହରାଇ ଫାଇନାଲକୁ ପ୍ରବେଶ କରିଛି ।

ପ୍ରଥମ ଦିନରେ ଜିଏମ୍‌ୟୁ ସମ୍ବଲପୁର, ଗେଙ୍ଗୁଟିପାଲି, ରେଙ୍ଗାଲି ଲିଟିଲ ଷ୍ଟାର, ବରଗଡ଼ ୟୁନାଇଟେଡ, ଶ୍ରେୟାଂଶ ସ୍ପୋର୍ଟିଂ ସୋନପୁର, ଜେଏସ୍‌ ଏଫ୍ସି ବଲାଙ୍ଗୀର, ଡେଙ୍ଗିମାଛା (ହୀରାକୁଦ) ଏବଂ ବୌଦ୍ଧ ଦଳ ଅଂଶଗ୍ରହଣ କରିଥିଲେ। ରବିବାର ପ୍ରତିଯୋଗିତାର ଦ୍ୱିତୀୟ ଦିନରେ ସମ୍ବଲପୁର ସ୍ପୋଟର୍‌ସ ହଷ୍ଟେଲ, ଏଲଏଫ୍‌ସି ବରଗଡ଼, ମୁଣ୍ଡା ଏଫ୍‌ସି ସମ୍ବଲପୁର, ସମଲେଶ୍ୱରୀ କ୍ଲବ ବରପାଲି, ସାଇମନ ଷ୍ଟାର, ରିସାଣ୍ଟ ଏଫ୍ସି ବଲାଙ୍ଗୀର, ଏସ୍‌ଏଲ୍‌ ଏଫ୍‌ସି ବେଲପାହାଡ଼ ଓ ମାଲୟା-୧୧ ମଧ୍ୟରେ ମୁକାବିଲା ହେବ। ଏହି ଦଳ ଗୁଡ଼ିକ ମଧ୍ୟରୁ ଯେଉଁ ଦଳ ଫାଇନାଲ ପ୍ରବେଶ କରିବ ସେହି ଦଳ ସହ ଫାଇନାଲିଷ୍ଟ ଜିଏମ୍‌ୟୁ ସମ୍ବଲପୁର ସହ ଫାଇନାଲ ଖେଳ ଅନୁଷ୍ଠିତ ହେବ। ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ବନମାଳୀ ବରିହା, ସମ୍ମାନିତ ଅତିଥି ଭାବେ ୧ ନମ୍ବର କାଉନସିଲର ଦୀପକ ରାଏ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ନରେନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ…

ଚୁଲି ନିକଟରେ ବସି ନିଆଁ ପୋଉଁଥିଲେ, ଭାଙ୍ଗି ପଡ଼ିଲା କାନ୍ଥ: ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା ,୮।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଖୁଣ୍ଟାପଡ଼ା ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମର ଢିପା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri