ଫୁଟବଲ ପ୍ରତିଯୋଗିତା: କଦଳୀପାଲି ଚାମ୍ପିୟନ

ବରଗଡ଼,୧୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରୀଡ଼ା ସଂସଦ ଆନୁକୁଲ୍ୟରେ ସ୍ଥାନୀୟ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ସୁପ୍ରିୟା ସ୍ମାରକୀ ଜିଲା ଆନ୍ତଃ କ୍ଲବ ନକ୍‌ ଆଉଟ ଫୁଟବଲ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଗର୍ଭନା ଦଳକୁ ହରାଇ କଦଳୀପାଲି ଦଳ ଚମ୍ପିୟନ ହୋଇଛି। ଫାଇନାଲ ମ୍ୟାଚରେ କଦଳୀପାଲି ଦଳ ପକ୍ଷରୁ ଅଂଶ ଛତ୍ରିଆ, ଶ୍ରୀକାନ୍ତ ଭୋଇ ଓ ବୁଲୁ କାଳସା ଗୋଟିଏ ଲେଖାଏ ଗୋଲ ଦେଇଥିଲେ ।

ସୁନିଲ ବାଗ ଖେଳ ପରିଚାଳନା କରିଥିବା ବେଳେ ତାଙ୍କୁ ଲାଇନ୍‌ରେ ଶୁଭମ ପାତ୍ର, ସଚିନ ଭୁଏ ସହଯୋଗ କରିଥିଲେ। ଚତୁର୍ଥ ରେଫରି ଥିଲେ ଶୁଭମ୍‌ ପ୍ରଧାନ। ମ୍ୟାଚ କମିଶନର ଥିଲେ ସଚ୍ଚିଦାନନ୍ଦ ପଣ୍ଡା ।

ଜିଲା କ୍ରୀଡ଼ା ସଂସଦ ଉପ ସଭାପତି ଯୁଗଳ ପ୍ରସାଦ ସିଂଙ୍କ ସଭାପତିତ୍ତ୍ୱ ଓ ସଚ୍ଚିଦାନନ୍ଦ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ ଟାଉନ ଥାନା ଅଧିକାରୀ ସୁରେନ୍ଦ୍ର ଛତ୍ରିଆ, ଇନ୍ସପେକ୍ଟର ମଙ୍ଗଳ କିସ୍କୋ, ଜିଲା କ୍ରୀଡ଼ା ସଂସଦ ସାଧାରଣ ସମ୍ପାଦକ କିଶୋର କୁମାର ମିଶ୍ର, ପ୍ରାକ୍ତନ ସମ୍ପାଦକ ପ୍ରଭାତାଦିତ୍ୟ ମିଶ୍ର, ଫାଓ
ଉପ ସଭାପତି ରବି ପଣ୍ଡା, ଫୁଟବଲ ସମ୍ପାଦକ ସେକ ସବଦର, ପ୍ରାକ୍ତନ ଫୁଟବଲ ସମ୍ପାଦକ ଜ୍ଞାନ ରଞ୍ଜନ ପୂଜାରୀ ପ୍ରମୁଖ ଖେଳାଳି ଏବଂ ମ୍ୟାଚ ଅଫିସିଆଲଙ୍କୁ ପୁରସ୍କୃତ କରିଥିଲେ ।

ଫାଇନାଲ ମ୍ୟାଚର ଶ୍ରେଷ୍ଠ ଖେଳାଳି ଭାବରେ କଦଳୀପାଲି ଦଳର ଶ୍ରୀକାନ୍ତ ଭୋଇ, ଶ୍ରେଷ୍ଠ ଉଦୀୟମାନ ଖେଳାଳି ଭାବେ ସୋହେଲା ଦଳର ଶୁଭମ୍‌ ପାତ୍ର, ପ୍ରତିଯୋଗିତାର ଶ୍ରେଷ୍ଠ ଗୋଲ ରକ୍ଷକ ଭାବେ କଦଳୀପାଲି ଦଳର ସିଦ୍ଧାନ୍ତ ପ୍ରଧାନ, ଶ୍ରେଷ୍ଠ ଡିଫେଣ୍ଡର ଭାବେ କଦଳୀପାଲି ଦଳର ସୋନୁ ସୁନା, ଶ୍ରେଷ୍ଠ ସ୍କୋରର ଭାବେ ଗର୍ଭଣା ଦଳର ନରେନ୍ଦ୍ର ପାତ୍ର ଓ କଦଳୀ ପାଲି ଦଳର ଶକ୍ତିମାନ ର୍ମିଦ୍ଧାଙ୍କୁ ପୁରସ୍କୃତ କରାଯାଇଥିଲା।

ଶେଷରେ ମ୍ୟାଚ୍‌ ଅଫିସିଆଲ, ଷ୍ଟାଡିୟମ କର୍ମଚାରୀ ଉଭୟ ବିଜେତା ଓ ଉପବିଜେତା ଦଳକୁ ଟ୍ରଫି ପ୍ରଦାନ କରିଥିଲେ। ପ୍ରତିଯୋଗିତା ଓ ଉଦ୍‌ଯାପନୀ ଉତ୍ସବ ପରିଚାଳନାରେ କୋଷାଧ୍ୟକ୍ଷ ଡ.ଶୁଭ୍ରାଂଶୁ ଶେଖର ମହାପାତ୍ର, ସମ୍ପାଦକ ସୁରେଶ ଦାଶ, ବାବଲୁ ଦାଶ, ବିକାଶ ବିଶାଳ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?