Posted inଜାତୀୟ

କେରଳରେ ଫୁଟ୍‌ବଲ ଉନ୍ମାଦନା: ୩ ଜଣଙ୍କୁ ହାଣିଲେ

କନ୍ନୁର,୨୦।୧୨ : ରବିବାର ରାତିରେ ଫ୍ରାନ୍ସ ଓ ଆର୍ଜେଣ୍ଟିନା ମଧ୍ୟରେ ଫିଫା ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଚାଲିଥିବାବେଳେ କେରଳର କେତେକ ସ୍ଥାନରେ ଏହାକୁ ନେଇ ହିଂସାକାଣ୍ଡ ଘଟିଛି। କନ୍ନୁରରେ ୩ ଜଣ ଯୁବକଙ୍କୁ ତାଙ୍କ ବିରୋଧୀ ଗୋଷ୍ଠୀ ହାଣିଥିବାବେଳ କୋଚିରେ ୨ ପୋଲିସ କର୍ମଚାରୀଙ୍କ ଉପରେ ମାଡ଼ ହୋଇଛି। କୋଲାମ୍‌ରେ ଜଣେ ଯୁବକ ସଂଜ୍ଞାହୀନ ହୋଇପଡ଼ି ପ୍ରାଣ ହରାଇଛନ୍ତି। ଫ୍ରାନ୍ସକୁ ହରାଇ ଆର୍ଜେଣ୍ଟିନା ବିଶ୍ୱକପ୍‌ ହାତେଇବା ପରେ କନ୍ନୁର ଜିଲାର ପଲ୍ଲିୟାମୂଲାରେ ଦୁଇଟି ଟିମ୍‌ ମଧ୍ୟରେ ସଂଘର୍ଷ ହୋଇଥିଲା। ବିରୋଧୀ ଟିମ୍‌ର ଆକ୍ରମଣରେ ଜଣେ ଗୁରୁତର ହୋଇଥିବାବେଳେ ଅନ୍ୟ ୨ ଜଣ ଆହତ ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣାରେ କନ୍ନୁର ପୋଲିସ ୬ ଜଣଙ୍କୁ ଗିରଫ କରିଛି। ପୂର୍ବରୁ କ୍ରୋଏସିଆଠାରୁ ବ୍ରାଜିଲ ହାରିଯିବା ପରେ ପଲ୍ଲିୟାମୂଲାରେ ସଂଘର୍ଷ ହୋଇଥିଲା। ପୋଲିସ ସ୍ଥିତିକୁ ନିୟନ୍ତ୍ରଣ କରିଥିବାବେଳେ ଗ୍ୟାଙ୍ଗ ସଦସ୍ୟମାନେ ଡ୍ରଗ୍ସ ନିଶାରେ ଥିଲେ କି ନାହିଁ ତାହାର ତଦନ୍ତ କରୁଛି।
ସେହିପରି ରବିବାର ରାତିରେ କଲୁର ଷ୍ଟାଡିୟମ ଛକଠାରେ କେତେଜଣ ଯୁବକ ରାସ୍ତା ଅବରୋଧ କରି ଆର୍ଜେଣ୍ଟିନା ବିଜୟରେ ଉତ୍ସବ ମନାଉଥିଲେ। ପୋଲିସ ସେମାନଙ୍କୁ ବିରୋଧ କରିବାରୁ ସେମାନେ ମାଡ଼ ମାରିବା ସହ ଜଣେ ପୋଲିସ କର୍ମଚାରୀଙ୍କୁ ରାସ୍ତାରେ ଘୋଷାଡ଼ିଥିଲେ। ଏଥିରେ କୋଚି ନର୍ଥ ଥାନାର ୨ ଜଣ କର୍ମଚାରୀ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ପୋଲିସ ୨ ଜଣଙ୍କୁ ଗିରଫ କରିଥିବାବେଳେ ଅନ୍ୟ ଅଭିଯୁକ୍ତମାନଙ୍କୁ ଖୋଜୁଛି। କୋଲାମ ସହରର ଲାଲ୍‌ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ରବିବାର ରାତିରେ ଆର୍ଜେଣ୍ଟିନା ବିଜୟ ପାଳନ ବେଳେ ଜଣେ ନାବାଳକ ସଂଜ୍ଞାହୀନ ହୋଇପଡ଼ିଥିଲେ। ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri