ଫୁଟ୍‌ବଲ ଟୁର୍ନାମେଣ୍ଟ: ଲମ୍ବଡୁରା ଟିମ୍‌ ଚାମ୍ପିୟନ

ଦେବଗଡ଼, ୧୬ା୯ (ଶଶାଙ୍କ ଶେଖର ଝାଙ୍କର)- ତିଲେଇବଣି ବ୍ଲକ ଲଇମୁରା ଗ୍ରାମପଞ୍ଚାୟତ ଅନ୍ତର୍ଗତ କନ୍ଦର୍ପ ଗ୍ରାମରେ ନୀଳଚକ୍ର ଯୁବକ ସଂଘ ପକ୍ଷରୁ ଆୟୋଜିତ ୨ ଦିନିଆ ଜିଲାସ୍ତରୀୟ ଫୁଟ୍‌ବଲ ଟୁର୍ନାମେଣ୍ଟ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ମୋଟ୍‌ ୧୬ଟି ଅଂଶଗ୍ରହଣ କରିଥିଲା। ଫାଇନାଲ ମ୍ୟାଚ୍‌ରେ ଲଇମୁରା ଫୁଟ୍‌ବଲ ଟିମ୍‌କୁ ୧-୦ ଗୋଲରେ ପରାସ୍ତ କରି ଲମ୍ବଡୁରା ଫୁଟ୍‌ବଲ ଟିମ୍‌ ଚାମ୍ପିୟନ ହୋଇଛି। ନୀଳଚକ୍ର ଯୁବକ ସଂଘ ସଭାପତି ଦୁର୍ଗାଚରଣ ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଦେବଗଡ଼ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ସମ୍ମାନିତ ଅତିଥି ଭାବେ ଜିଲା ପରିଷଦ ସଭ୍ୟ ରାଜେଶ ମହାନାୟକ, ବିଧାୟକଙ୍କ ତିଲେଇବଣି ବ୍ଲକ ପ୍ରତିନିଧି ନଗେନ ପଣ୍ଡା, ଲଇମୁରା ସରପଞ୍ଚ ପ୍ରମିଳା କିଷାନ ଯୋଗଦେଇଥିଲେ। ଏହି ଅବସରରେ ଚାମ୍ପିୟାନ ଟିମ୍‌କୁ ଟ୍ରଫି ସହ ୧୫ ହଜାର ଟଙ୍କା ଏବଂ ରନର ଅପ୍‌ ଟିମ୍‌କୁ ଟ୍ରଫି ସହ ୧୦ ହଜାର ଟଙ୍କା ପୁରସ୍କାର ପ୍ରଦାନ କରାଯାଇଥିଲା। ଅନୁଷ୍ଠାନର ସମ୍ପାଦକ ଭୀମସେନ କିଷାନ ଧନ୍ୟବାଦ ଦେଇଥିଲେ।
ଫଟୋ- କାର୍ଯ୍ୟକ୍ରମରେ ବିଧାୟକଙ୍କ ସହ ଖେଳାଳି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ନାଁ ନାହିଁ’: ବଜେଟ୍‌ ଦେଖି ଇଣ୍ଟରନେଟ୍‌ରେ ମଧ୍ୟବିତଙ୍କ ପାଇଁ ମଜାଳିଆ ମିମ୍ସ ଭାଇରାଲ୍‌

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ସୁଧାର ଆଣିବା…

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ, କହିଲେ ଡବଲ ଇଞ୍ଜିନ ସରକାର ଓଡ଼ିଶାକୁ…

ଭୁବନେଶ୍ୱର,୧ା୨: କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ…

ବଜେଟ୍‌ ପରେ ସାଧାରଣ ଜନତାଙ୍କ ପ୍ରତିକ୍ରିୟା, ଗରିବ-ମଧ୍ୟବିତ୍ତଙ୍କୁ ଅଣଦେଖା କହି…

କେସିଙ୍ଗା,୧ା୨(ତୁମେଶ୍ୱର ସାହୁ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ ଘୋଷଣା ପରେ କଳାହାଣ୍ଡି…

ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି…

ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ…

ବଜେଟକୁ ନେଇ ଭାଜପା ଉପରେ ବର୍ଷିଲେ ଅଖିଳେଶ, ଜନତାଙ୍କୁ ସ୍ବପ୍ନ ଦେଖାଇଲା…

ନୂଆଦିଲ୍ଲୀ,୧।୨: କେନ୍ଦ୍ର ସରକାର ୨୦୨୬ ବଜେଟ୍ ଉପସ୍ଥାପନ କରିବା ପରେ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଯାଇଛି । ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ବଜେଟ୍ ଏବଂ…

ରାସ୍ତାରେ ଆଣ୍ଠୁଏ ପାଣି: ଓଲଟା ଅଧିକାରୀଙ୍କୁ ଗାଳିଗୁଲଜ, ତଦନ୍ତ କଲେ…

କେସିଙ୍ଗା,୧।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ପଞ୍ଚାୟତ ୱାର୍ଡ ନଂ ୩ରେ ପାଇପ ଫାଟି ମୁଖ୍ୟ ଗଳି ରାସ୍ତାରେ ପାଣି ଜମିରହୁଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri