୧୬ ବର୍ଷ ଧରି ସିଂହଗାଁ କଣ୍ଠିଆନାଳ ସେତୁ କାମ ଅଟକିଛି

ପଟ୍ଟାମୁଣ୍ଡାଇ,୧୬ା୯(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକର ୩୧ଟି ପଞ୍ଚାୟତ ମଧ୍ୟରୁ ସିଂହଗାଁ ଏକ ମାତ୍ର ପଞ୍ଚାୟତ ଯାହାକି ସ୍ବାଧୀନତାର ୭୫ବର୍ଷ ପରେ ମଧ୍ୟ ବ୍ଲକ ସଦର ମହକୁମା ସହ ସଂଯୋଗ ହୋଇପାରିନାହିଁ। ସିଂହଗଁା ପଞ୍ଚାୟତକୁ ସଦର ମହକୁମା ସହ ସଂଯୋଗ ପାଇଁ ଦୀର୍ଘ ୧୬ ବର୍ଷ ତଳେ କଣ୍ଠିଆନାଳ ସେତୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ତାହା ଅଦ୍ୟାବଧି ଅଧାରେ ଅଟକ ରହିଛି। ଫଳରେ ସିଂହଗଁା ପଞ୍ଚାୟତ ଏବେବି ଅବହେଳିତ ହୋଇ ପଡିରହିଛି। ଏଥିଯୋଗୁ ୩ ରାଜସ୍ବ ଗଁାର ଅଧିବାସୀ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି। ବିପଦପୂର୍ଣ୍ଣ ଭାବେ ଡଙ୍ଗା ଦ୍ୱାରା ନାଳ ପାର ହେବାକୁ ପଡୁଛି।
ଏ ସମ୍ପର୍କରେ ସିଂହଗଁାର ପୂର୍ଣ୍ଣଚନ୍ଦ୍ର ନାୟକ କୁହନ୍ତି, ଏହି କଣ୍ଠିଆ ନାଳ ସେତୁ ନିର୍ମାଣ ହେଲେ ସିହଂଗଁା ପଞ୍ଚାୟତର ସିଂହଗଁା, ନୂଆପାଟଣା, ସାନରାଉଳିଆ ଓ ବଡରାଉଳିଆ ଗଁାଗୁଡିକୁ ସବୁଦିନିଆ ଗମନାଗମନ ସୁବିଧା ସମ୍ଭବ ହେବ। ଏହାଦ୍ୱାରା ଆଳି ବ୍ଲକର ଏରଡଙ୍ଗ ଓ ପାଳିମି ପଞ୍ଚାୟତର ଦୂରତା କେନ୍ଦ୍ରାପଡ଼ାଠାରୁ ୨୫ କି.ମି. କମିବ। ସହରଠାରୁ ସିଂହଗଁା ମାତ୍ର ୨୬ କି.ମି. ଦୂର। ଏଠାରେ ପ୍ରସୂତିଙ୍କ ପାଇଁ ୧୦୨ ଆମ୍ବୁଲାନ୍ସ ସେବା ଏବେ ବି ଅପହଞ୍ଚ। ଗର୍ଭବତୀ ଭାର ସାହାଯ୍ୟରେ ୧୦ କି.ମି. ଦୂର ଅଣ୍ଢରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଥବା ୨୨ କି.ମି. ଦୂର ଆଳି ସିଏଚସିକୁ ଯାଉଛନ୍ତି। ସିଂହଗାଁ, ରାଉଳିଆଢ଼ିଆ ଓ କୃଷ୍ଣଦାସପୁର ରାଜସ୍ବ ଗ୍ରାମରେ ଅଗ୍ନିକାଣ୍ଡ ଘଟିଲେ ଦମକଳ ପହଞ୍ଚତ୍ ପାରୁନାହିଁ। କେବଳ ଏତିକି ନୁହେଁ, ଏହି ୩ ରାଜସ୍ବ ଗ୍ରାମର ଛାତ୍ରୀଛାତ୍ର ନିକଟସ୍ଥ ବ୍ରାହ୍ମଣୀ କଲେଜକୁ ଯିବାକୁ କଣ୍ଠିଆ ନାଳ ବାଧା ସୃଷ୍ଟି କରୁଛି। ବର୍ଷକ ମଧ୍ୟରେ ପ୍ରାୟ ୮ ମାସ ଧୋୟାଞ୍ଚଳରେ ଥିବା ଏହି ୩ ରାଜସ୍ବ ଗ୍ରାମର ଅଧିବାସୀ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି। ସାମାଜିକ କର୍ମୀ ନରେନ୍ଦ୍ର ଧଳ କହିଛନ୍ତି, କଣ୍ଠିଆ ନାଳ ସେତୁ ନିର୍ମାଣ ଜାତୀୟ ଜଳପଥ ୫ ବାଧକ ସାଜିଛି। ୨୦୦୮ରେ ଭାରତୀୟ ଆନ୍ତଦେଶୀୟ ଜଳପଥ ପ୍ରାଧୀକରଣ ଅଧୀନରେ ଥିବା ୬୨୩ କି.ମି. ଲମ୍ବର ୫ ନଂ. ଜାତୀୟ ଜଳପଥ ପ୍ରକଳ୍ପକୁ ମଞ୍ଜୁରୀ ମିଳିଥିଲା। ଏଥିମଧ୍ୟରୁ ପଶ୍ଚିମବଙ୍ଗରେ ୯୧ କି.ମି. ଥିବା ବେଳେ ଓଡ଼ିଶାରେ ଅବଶିଷ୍ଟ ୫୩୨ କି.ମି. ରହିଛି। ଏହି ଜଳପଥ ପ୍ରକଳ୍ପ କେତେକ କାରଣରୁ ନିର୍ମାଣ ବନ୍ଦ ହୋଇଥିବା ବେଳେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମନ୍ବୟ ଅଭାବରୁ ଏହାର ଅଗ୍ରଗତି ହୋଇପାରୁନାହିଁ। ଏହି ଜଳପଥ ମଧ୍ୟରେ ସିଂହଗାଁ କଣ୍ଠିଆ ନାଳ ଅନ୍ତର୍ଭୂକ୍ତ ହୋଇଛି। ଏଠାରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୦୮ରେ ସେତୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ଏହି ସେତୁ ନିର୍ମାଣ ସମୟରେ ଜାତୀୟ ଜଳପଥ ଅନ୍ତର୍ଭୂକ୍ତ ହେବାରୁ ତାହା ବନ୍ଦ ହୋଇଛି। ସିଂହଗଁାର ପୂର୍ବତନ ସରପଞ୍ଚ ନିର୍ମଳ ଚନ୍ଦ୍ର ଜେନା କହିଛନ୍ତି, ଏହି ସେତୁ ନିର୍ମାଣ ପରେ ୩ ରାଜସ୍ବ ଗ୍ରାମର ୫ ହଜାରରୁ ଅଧିକ ଅଧିବାସୀଙ୍କ ସମସ୍ୟା ସମାଧାନ ହେବ। ୨୦୦୮ରେ ସେତୁ ନିର୍ମାଣ ପାଇଁ କେତେକ ଜମି ସମସ୍ୟା ଦେଖାଦେଇଥିଲା। ୨୦୧୨ରେ ସରପଞ୍ଚ ଦାୟିତ୍ୱ ନେବା ପରେ ସ୍ଥାନୀୟ ଲୋକଙ୍କ ସହ ବୁଝାମଣା କରି ଜମି ଅଧିଗ୍ରହଣ ସମସ୍ୟାର ସମାଧାନ ହୋଇଛି। ପରେ ସେତୁ ନିର୍ମାଣ ବିଳମ୍ବକୁ ବରଦାସ୍ତ କରା ନ ଯାଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବାରମ୍ବାର ଆନ୍ଦୋଳନ ହୋଇଛି। କଣ୍ଠିଆ ନାଳରେ ଏବେ କୁମ୍ଭୀର ଆତଙ୍କ ଦେଖାଦେଇଛି। ସେତୁ ନିର୍ମାଣ ହୋଇଥିଲେ ସ୍ଥାନୀୟ ଲୋକଙ୍କ କୁମ୍ଭୀର ଆତଙ୍କ କମି ଥାନ୍ତା। ପୂର୍ବତନ ସରପଞ୍ଚ ଜୟନ୍ତୀ ଦାସ କହିଛନ୍ତି, ସିହଗଁା ସେତୁ ନିର୍ମାଣ ପଞ୍ଚାୟତର ଉନ୍ନୟନ କାର୍ଯ୍ୟକୁ ବାଧା ସୃଷ୍ଟି କରିଛି। ଆବାସ ଯୋଜନାଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟ, ବିଦ୍ୟୁତ୍‌, ପାନୀୟ ଜଳ ଆଦି ମୌଳିକ ସୁବିଧା ଲୋକଙ୍କ ପାଇଁ କାର୍ଯ୍ୟକାରୀ ହୋଇପାରୁନାହିଁ। ଜଳପଥ ପ୍ରକଳ୍ପ ବନ୍ଦ ହୋଇଥିବାରୁ ରାଜ୍ୟ ସରକାର ଏହି ସେତୁ ନିର୍ମାଣକୁ ଗୁରୁତ୍ୱ ଦେବା କଥା। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ବୃଦ୍ଧି ପାଉଛି। ଏ ସମ୍ପର୍କରେ ଏଡିଏମ୍‌ ପୀତାମ୍ବର ସାମଲଙ୍କୁ ପଚାରିବାରେ ସେତୁ ପାଇଁ ପ୍ରାଥମିକ ଅବସ୍ଥାରେ ବାଧା ସୃଷ୍ଟି କରୁଥିବା ଜମି ସମସ୍ୟାର ସମାଧାନ ହୋଇଛି। ଏହି ସ୍ଥାନ ଦେଇ ଜାତୀୟ ଜଳପଥ ଯାଉଥିବାରୁ ସିଂହଗଁା ସେତୁ ନିର୍ମାଣ ବିଳମ୍ବ ହୋଇଛି। ତେବେ ଏହାର ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଅବ୍ୟାହତ ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri