୧୬ ବର୍ଷ ଧରି ସିଂହଗାଁ କଣ୍ଠିଆନାଳ ସେତୁ କାମ ଅଟକିଛି

ପଟ୍ଟାମୁଣ୍ଡାଇ,୧୬ା୯(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକର ୩୧ଟି ପଞ୍ଚାୟତ ମଧ୍ୟରୁ ସିଂହଗାଁ ଏକ ମାତ୍ର ପଞ୍ଚାୟତ ଯାହାକି ସ୍ବାଧୀନତାର ୭୫ବର୍ଷ ପରେ ମଧ୍ୟ ବ୍ଲକ ସଦର ମହକୁମା ସହ ସଂଯୋଗ ହୋଇପାରିନାହିଁ। ସିଂହଗଁା ପଞ୍ଚାୟତକୁ ସଦର ମହକୁମା ସହ ସଂଯୋଗ ପାଇଁ ଦୀର୍ଘ ୧୬ ବର୍ଷ ତଳେ କଣ୍ଠିଆନାଳ ସେତୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ତାହା ଅଦ୍ୟାବଧି ଅଧାରେ ଅଟକ ରହିଛି। ଫଳରେ ସିଂହଗଁା ପଞ୍ଚାୟତ ଏବେବି ଅବହେଳିତ ହୋଇ ପଡିରହିଛି। ଏଥିଯୋଗୁ ୩ ରାଜସ୍ବ ଗଁାର ଅଧିବାସୀ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି। ବିପଦପୂର୍ଣ୍ଣ ଭାବେ ଡଙ୍ଗା ଦ୍ୱାରା ନାଳ ପାର ହେବାକୁ ପଡୁଛି।
ଏ ସମ୍ପର୍କରେ ସିଂହଗଁାର ପୂର୍ଣ୍ଣଚନ୍ଦ୍ର ନାୟକ କୁହନ୍ତି, ଏହି କଣ୍ଠିଆ ନାଳ ସେତୁ ନିର୍ମାଣ ହେଲେ ସିହଂଗଁା ପଞ୍ଚାୟତର ସିଂହଗଁା, ନୂଆପାଟଣା, ସାନରାଉଳିଆ ଓ ବଡରାଉଳିଆ ଗଁାଗୁଡିକୁ ସବୁଦିନିଆ ଗମନାଗମନ ସୁବିଧା ସମ୍ଭବ ହେବ। ଏହାଦ୍ୱାରା ଆଳି ବ୍ଲକର ଏରଡଙ୍ଗ ଓ ପାଳିମି ପଞ୍ଚାୟତର ଦୂରତା କେନ୍ଦ୍ରାପଡ଼ାଠାରୁ ୨୫ କି.ମି. କମିବ। ସହରଠାରୁ ସିଂହଗଁା ମାତ୍ର ୨୬ କି.ମି. ଦୂର। ଏଠାରେ ପ୍ରସୂତିଙ୍କ ପାଇଁ ୧୦୨ ଆମ୍ବୁଲାନ୍ସ ସେବା ଏବେ ବି ଅପହଞ୍ଚ। ଗର୍ଭବତୀ ଭାର ସାହାଯ୍ୟରେ ୧୦ କି.ମି. ଦୂର ଅଣ୍ଢରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଥବା ୨୨ କି.ମି. ଦୂର ଆଳି ସିଏଚସିକୁ ଯାଉଛନ୍ତି। ସିଂହଗାଁ, ରାଉଳିଆଢ଼ିଆ ଓ କୃଷ୍ଣଦାସପୁର ରାଜସ୍ବ ଗ୍ରାମରେ ଅଗ୍ନିକାଣ୍ଡ ଘଟିଲେ ଦମକଳ ପହଞ୍ଚତ୍ ପାରୁନାହିଁ। କେବଳ ଏତିକି ନୁହେଁ, ଏହି ୩ ରାଜସ୍ବ ଗ୍ରାମର ଛାତ୍ରୀଛାତ୍ର ନିକଟସ୍ଥ ବ୍ରାହ୍ମଣୀ କଲେଜକୁ ଯିବାକୁ କଣ୍ଠିଆ ନାଳ ବାଧା ସୃଷ୍ଟି କରୁଛି। ବର୍ଷକ ମଧ୍ୟରେ ପ୍ରାୟ ୮ ମାସ ଧୋୟାଞ୍ଚଳରେ ଥିବା ଏହି ୩ ରାଜସ୍ବ ଗ୍ରାମର ଅଧିବାସୀ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି। ସାମାଜିକ କର୍ମୀ ନରେନ୍ଦ୍ର ଧଳ କହିଛନ୍ତି, କଣ୍ଠିଆ ନାଳ ସେତୁ ନିର୍ମାଣ ଜାତୀୟ ଜଳପଥ ୫ ବାଧକ ସାଜିଛି। ୨୦୦୮ରେ ଭାରତୀୟ ଆନ୍ତଦେଶୀୟ ଜଳପଥ ପ୍ରାଧୀକରଣ ଅଧୀନରେ ଥିବା ୬୨୩ କି.ମି. ଲମ୍ବର ୫ ନଂ. ଜାତୀୟ ଜଳପଥ ପ୍ରକଳ୍ପକୁ ମଞ୍ଜୁରୀ ମିଳିଥିଲା। ଏଥିମଧ୍ୟରୁ ପଶ୍ଚିମବଙ୍ଗରେ ୯୧ କି.ମି. ଥିବା ବେଳେ ଓଡ଼ିଶାରେ ଅବଶିଷ୍ଟ ୫୩୨ କି.ମି. ରହିଛି। ଏହି ଜଳପଥ ପ୍ରକଳ୍ପ କେତେକ କାରଣରୁ ନିର୍ମାଣ ବନ୍ଦ ହୋଇଥିବା ବେଳେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମନ୍ବୟ ଅଭାବରୁ ଏହାର ଅଗ୍ରଗତି ହୋଇପାରୁନାହିଁ। ଏହି ଜଳପଥ ମଧ୍ୟରେ ସିଂହଗାଁ କଣ୍ଠିଆ ନାଳ ଅନ୍ତର୍ଭୂକ୍ତ ହୋଇଛି। ଏଠାରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୦୮ରେ ସେତୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ଏହି ସେତୁ ନିର୍ମାଣ ସମୟରେ ଜାତୀୟ ଜଳପଥ ଅନ୍ତର୍ଭୂକ୍ତ ହେବାରୁ ତାହା ବନ୍ଦ ହୋଇଛି। ସିଂହଗଁାର ପୂର୍ବତନ ସରପଞ୍ଚ ନିର୍ମଳ ଚନ୍ଦ୍ର ଜେନା କହିଛନ୍ତି, ଏହି ସେତୁ ନିର୍ମାଣ ପରେ ୩ ରାଜସ୍ବ ଗ୍ରାମର ୫ ହଜାରରୁ ଅଧିକ ଅଧିବାସୀଙ୍କ ସମସ୍ୟା ସମାଧାନ ହେବ। ୨୦୦୮ରେ ସେତୁ ନିର୍ମାଣ ପାଇଁ କେତେକ ଜମି ସମସ୍ୟା ଦେଖାଦେଇଥିଲା। ୨୦୧୨ରେ ସରପଞ୍ଚ ଦାୟିତ୍ୱ ନେବା ପରେ ସ୍ଥାନୀୟ ଲୋକଙ୍କ ସହ ବୁଝାମଣା କରି ଜମି ଅଧିଗ୍ରହଣ ସମସ୍ୟାର ସମାଧାନ ହୋଇଛି। ପରେ ସେତୁ ନିର୍ମାଣ ବିଳମ୍ବକୁ ବରଦାସ୍ତ କରା ନ ଯାଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବାରମ୍ବାର ଆନ୍ଦୋଳନ ହୋଇଛି। କଣ୍ଠିଆ ନାଳରେ ଏବେ କୁମ୍ଭୀର ଆତଙ୍କ ଦେଖାଦେଇଛି। ସେତୁ ନିର୍ମାଣ ହୋଇଥିଲେ ସ୍ଥାନୀୟ ଲୋକଙ୍କ କୁମ୍ଭୀର ଆତଙ୍କ କମି ଥାନ୍ତା। ପୂର୍ବତନ ସରପଞ୍ଚ ଜୟନ୍ତୀ ଦାସ କହିଛନ୍ତି, ସିହଗଁା ସେତୁ ନିର୍ମାଣ ପଞ୍ଚାୟତର ଉନ୍ନୟନ କାର୍ଯ୍ୟକୁ ବାଧା ସୃଷ୍ଟି କରିଛି। ଆବାସ ଯୋଜନାଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟ, ବିଦ୍ୟୁତ୍‌, ପାନୀୟ ଜଳ ଆଦି ମୌଳିକ ସୁବିଧା ଲୋକଙ୍କ ପାଇଁ କାର୍ଯ୍ୟକାରୀ ହୋଇପାରୁନାହିଁ। ଜଳପଥ ପ୍ରକଳ୍ପ ବନ୍ଦ ହୋଇଥିବାରୁ ରାଜ୍ୟ ସରକାର ଏହି ସେତୁ ନିର୍ମାଣକୁ ଗୁରୁତ୍ୱ ଦେବା କଥା। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ବୃଦ୍ଧି ପାଉଛି। ଏ ସମ୍ପର୍କରେ ଏଡିଏମ୍‌ ପୀତାମ୍ବର ସାମଲଙ୍କୁ ପଚାରିବାରେ ସେତୁ ପାଇଁ ପ୍ରାଥମିକ ଅବସ୍ଥାରେ ବାଧା ସୃଷ୍ଟି କରୁଥିବା ଜମି ସମସ୍ୟାର ସମାଧାନ ହୋଇଛି। ଏହି ସ୍ଥାନ ଦେଇ ଜାତୀୟ ଜଳପଥ ଯାଉଥିବାରୁ ସିଂହଗଁା ସେତୁ ନିର୍ମାଣ ବିଳମ୍ବ ହୋଇଛି। ତେବେ ଏହାର ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଅବ୍ୟାହତ ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri