ଲଗାତାର ୧୭ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…

ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୭ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୬ ହଜାର ୫୩୧ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୧୫ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୭ ହଜାର ୧୪୧ ଜଣ ସୁସ୍ଥ ହୋଇଛନ୍ତି।

ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୪୦ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୭୫ ହଜାର ୮୪୧ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୭୧ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୬୪ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୨ ପ୍ରତିଶତରେ ପହଞ୍ଚିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୭୯ ହଜାର ୯୯୭ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୮ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୧୪୧ କୋଟି ୭୦ ଲକ୍ଷ ୨୫ ହଜାର ୬୫୪ ଜଣଙ୍କୁ ଟିକାଦାନ ସରିଛି। ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୨ ଲକ୍ଷ ୩୭ ହଜାର ୭୯୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share