ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୪୦ ହଜାର ତଳେ…

ନୂଆଦିଲ୍ଲୀ,୨୫।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ଶୁକ୍ରବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୯ ହଜାର ୯୭ ଥିବାବେଳେ ମୃତ୍ୟୁ ସଂଖ୍ୟା ୫୪୬ ଥିଲା। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୩୯ ହଜାର ୭୪୨ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୫୩୫ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୯ ହଜାର ୯୭୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ବଢ଼ିବାରେ ଲାଗିଛି। ଏହା ୯୭.୩୬ ପ୍ରତିଶତ ଛୁଇଁଛି। ଅପରପକ୍ଷରେ ୪ ଲକ୍ଷ ୮ ହଜାର ୨୧୨ ଜଣ ଚିକିତ୍ସିତ ହେଉଛନ୍ତି। ଦୈନିକ ପଜିଟିଭ୍‌ ହାର ୧.୩୦ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧. ୩୦ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୨୦ ହଜାର ୫୫୧ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୪୩ କୋଟି ୩୧ ଲକ୍ଷ ୫୦ ହଜାର ୮୬୪ ଜଣ ଲୋକଙ୍କୁ ଟିକାଦାନ ସରିଛି। ଅପରପକ୍ଷରେ ଇତିମଧ୍ୟରେ ୪୫ କୋଟି ୬୨ ଲକ୍ଷ ୮୯ ହଜାର ୫୬୭ ଲାକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୫ ଲକ୍ଷ ୪୩ ହଜାର ୧୩୮ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ଅପରପକ୍ଷରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୩ ଲକ୍ଷ ୭୧ହଜାର ୮୩୯ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ଟିକେଟ୍ ବୁକିଂ ହେବ ସୁପରଫାଷ୍ଟ! ଲଞ୍ଚ ହେଲା IRCTCର ନୂଆ ୱେବସାଇଟ୍‌, ଯାତ୍ରୀଙ୍କୁ ମିଳିବ ଏହି ସବୁ ବଡ଼ ସୁବିଧା

ନୂଆଦିଲ୍ଲୀ,୧୫।୭: ଭାରତୀୟ ରେଳବାଇ ଏହାର ଅନଲାଇନ୍ ଟିକେଟ୍ ବୁକିଂ ସିଷ୍ଟମକୁ ଆଧୁନିକୀକରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। IRCTC ଜନସାଧାରଣଙ୍କ ପାଇଁ ଏହାର ନୂତନ…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri