Posted inUncategorized

୨୨ ବର୍ଷ ଧରି ପୋଲ ପାଇଁ ହନ୍ତସନ୍ତ ଟେଲାପାଲିବାସୀ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୪ା୩: କନ୍ଧମାଳ ଜିଲା ଫିରଙ୍ଗିଆ ବ୍ଲକ ଡିଣ୍ଡିରାଗାଁ ପଞ୍ଚାୟତ ଟେଲାପାଲି ଗ୍ରାମବାସୀ ଆଜକୁ ଦୀର୍ଘ ୨୨ ବର୍ଷ ହେବ ନାହିଁ ନ ଥିବା ହଇରାଣ ହରକତ ହେଉଛନ୍ତି।  ଆଜି ପର୍ଯ୍ୟନ୍ତ ସେମାନଙ୍କ ଦୁଃଖ ପ୍ରଶାସନ କି ରାଜନେତା ଶୁଣୁନାହାନ୍ତି ।  ଗ୍ରାମକୁ ସଂଯୋଗ କରୁଥିବା ଗାଟେଣୀ ନାଳ ଉପରେ ପୋଲଟିଏ ପାଇଁ ସେମାନଙ୍କୁ ସତେଯେପରି ଅଗ୍ନି ପରୀକ୍ଷା ଦେବାକୁ ପଡୁଛି । ତଥାପି ସେମାନଙ୍କ ଦୁଃଖର ଅନ୍ତ ଘଟୁନାହିଁ । ପୋଲ ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବର୍ଷାଦିନେ ଗ୍ରାମବାସୀ ଏକ ପ୍ରକାର ବିଚ୍ଛିନାଞ୍ଚଳ ଭାବେ ଜୀବନ ଅତିବାହିତ କରୁଛନ୍ତି । ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ହେଉ ଅବା ଦୈନନ୍ଦିନ ଜୀବନୀ ଲାଗି ଲୋକେ ନାଳ ପାଣି ଭିତରେ ପସି ଯାତାୟତ କରିବାକୁ ବାଧ୍ୟ ହେଉଛନ୍ତି। ସେହିପରି ଗ୍ରାମକୁ ଭଲ ରାସ୍ତା ନ ଥିବାରୁ ଗ୍ରାମବାସୀ ନିଜ ଉଦ୍ୟମରେ ଗ୍ରାମରେ ରାସ୍ତା ନିର୍ମାଣ କରିଛନ୍ତି । ପୋଲ କେବେ ହେବ ତାହାକୁ ସେମାନେ ଚାହିଁ ବସିଛନ୍ତି ।

ଗ୍ରାମବାସୀ ବାରମ୍ବାର ଏହି ନାଳ ଉପରେ ଏକ ପୋଲ କରିବା ପାଇଁ ଅଭିଯୋଗ କରି ଆସୁଛନ୍ତି  । ହେଲେ ଆଜି ପର୍ଯ୍ୟନ୍ତ ପୋଲ ନିର୍ମାଣ ହେଉନି । ୨୦୦୧ରେ ପୋଲ ନିର୍ମାଣ ହୋଇଥିଲା । ଗୋଟିଏ ବର୍ଷ ପରେ ପୋଲ ଭାଙ୍ଗିଗଲା । ବର୍ଷା ଦିନ ଆସିଲେ ଯାତାୟତ ବନ୍ଦ । ଆଉ ଦୁଇ ଦିନ ପରେ ଗ୍ରାମରେ ଅଷ୍ଟପ୍ରହରୀ ନାମ ସଂକୀର୍ତ୍ତନ ହେବ । ସେଥିପାଇଁ ବାଇକ, ଅଟୋ ଯିବା ପାଇଁ ଗ୍ରାମବାସୀ ମିଶି ରାସ୍ତା କାମ କରୁଛନ୍ତି। ରାସ୍ତା ଏବଂ ପୋଲ ପାଇଁ ବିଡିଓ, ଜିଲାପାଳ, ବିଧାୟକଙ୍କ ପାଖରେ ଗ୍ରାମବାସୀ ଅଭିଯୋଗ କରୁଛନ୍ତି। କିନ୍ତୁ ଖାଲି ପ୍ରତିଶ୍ରୁତି ମିଳୁଛି, କାମ ହେଉନାହିଁ ବୋଲି ଗ୍ରାମବାସୀ କହିଛନ୍ତି। ପିଲାମାନେ ୨୨ ବର୍ଷ ହେଲାଣି ପାଠ ପଢ଼ିବାକୁ ଯାଇ ପାରୁନାହାନ୍ତି ବୋଲି ଟେଲାପାଲି ଗ୍ରାମ ସିକୁଳିପଦର ସାହି ୧୦ ନଂ ୱାର୍ଡର ଉଦ୍ଧବ କହଁର, ପ୍ରଦୀପ ସାହାଣୀ, ବାପିନା କହଁର, ଜିତେନ୍ଦ୍ର କହଁର, ଗୁଟୁ କହଁର, ଅଶୋକ ସାହାଣୀ, ଅଜିତ କହଁର, ପାର୍ଥବ ସାହାଣୀ ପ୍ରମୁଖ ପ୍ରକାଶ କରିଛନ୍ତି। ଏ ନେଇ ବିଡିଓ ରଶ୍ମୀରଞ୍ଜନ ମହନ୍ତଙ୍କୁ ପଚାରିବାରୁ ପୋଲ ନିର୍ମାଣ ପାଇଁ ବିକେଜିୱାଇ(ବିଜୁ କନ୍ଧମାଳ ଗଜପତି) ଯୋଜନାରେ ଟେଣ୍ଡର ହୋଇଛି। ଖୁବ୍‌ଶୀଘ୍ର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri