୪ ବର୍ଷ ହେଲା ପଦ୍ମପୁରବାସୀଙ୍କୁ ଭୁଆଁ ବୁଲାଉଛି କେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଚାର ସରଗରମ ହୋଇଥିବାବେଳେ ଏହି ଅଞ୍ଚଳ ପାଇଁ ରେଳଲାଇନ୍‌ ଦାବି କରି ବିଜେଡି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। ବିଜେଡି ଅଭିଯୋଗ କରିଛି ଯେ, କେନ୍ଦ୍ର ସରକାର ଗତ ୪ ବର୍ଷ ହେଲା ରେଳଲାଇନ୍‌ କଥା କହି ଭୁଆଁ ବୁଲାଉଛନ୍ତି। ମୁଖ୍ୟମନ୍ତ୍ରୀ ବାରମ୍ବାର ଜଣାଇବା ସତ୍ତ୍ୱେ ରେଳ ମନ୍ତ୍ରଣାଳୟ ଏ କ୍ଷେତ୍ରରେ ନୀରବ ରହିଛି। ଓଡ଼ିଶା ପ୍ରତି ରେଳ ବିଭାଗର ବୈମାତୃକ ମନୋଭାବକୁ ନେଇ ବିଜେଡି କେନ୍ଦ୍ର ସରକାରଙ୍କ ଉପରେ ଦୋଷ ଲଦିଛି।
୨୦୧୮ ଡିସେମ୍ବର ୧୫ ତାରିଖରେ ବରଗଡ଼ ଷ୍ଟେଶନରୁ ଭାୟା ପଦ୍ମପୁର ଦେଇ ନୂଆପଡ଼ା ରୋଡ୍‌ ଷ୍ଟେଶନ ପର୍ଯ୍ୟନ୍ତ ଏକ ନୂତନ ରେଳଲାଇନ ପ୍ରକଳ୍ପକୁ କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତିି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସେ ସମୟରେ ଟୁଇଟ୍‌ କରି ସୂଚନା ଦେଇଥିଲେ। ଏହି ଘୋଷଣାକୁ ୪ବର୍ଷ ପୂରିବାକୁ ଯାଉଛି। ରାଜ୍ୟ ସରକାର ବାରମ୍ବାର ଏ ସମ୍ପର୍କରେ ରେଳ ମନ୍ତ୍ରଣାଳୟକୁ ଜଣାଇ ଆସୁଥିଲେ ମଧ୍ୟ ପ୍ରକଳ୍ପ କାର୍ଯ୍ୟକାରୀ ହୋଇପାରି ନାହିଁ। ମନ୍ତ୍ରଣାଳୟ ନିଜ ପ୍ରତିଶ୍ରୁତି ରକ୍ଷା କରି ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ତୁରନ୍ତ ଏହି ପ୍ରକଳ୍ପ କାର୍ଯ୍ୟ ଆରମ୍ଭ କରିବାକୁ ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ୍‌ ପାତ୍ର ଦାବି କରିଛନ୍ତି। ରବିବାର ଏଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଉକ୍ତ ପ୍ରକଳ୍ପ କାର୍ଯ୍ୟକାରୀ କରିବା ଲାଗି ରେଳ ମନ୍ତ୍ରଣାଳୟକୁ ଅନୁରୋଧ କରିବା ସତ୍ତ୍ୱେ ଏ ପର୍ଯ୍ୟନ୍ତ ସର୍ଭେ କାମ ଆରମ୍ଭ ହୋଇନାହିଁ। ୨୦୧୯ ଅକ୍ଟୋବର ୧୦ ତାରିଖରେ ରେଳବାଇ ବୋର୍ଡ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ ଓଡ଼ିଶା ସରକାରଙ୍କୁ ମାଗଣାରେ ଜମି ଏବଂ ବିସ୍ଥାପିତଙ୍କ ଥଇଥାନ ବାବଦ ଖର୍ଚ୍ଚ ବହନ କରିବାକୁ ପ୍ରସ୍ତାବ ଦେଇଥିଲା। ମୁଖ୍ୟମନ୍ତ୍ରୀ ଏଥିପାଇଁ ମାଗଣାରେ ଜମି ଯୋଗାଇ ଦେବା ସହ ପ୍ରକଳ୍ପ ପାଇଁ ୩ଶହ କୋଟି ଟଙ୍କା ପ୍ରଦାନ କରିବେ ବୋଲି ଜଣାଇଥିଲେ। ଏହାସତ୍ତ୍ୱେ ଏହି ପ୍ରକଳ୍ପ କାର୍ଯ୍ୟ ଏ ପର୍ଯ୍ୟନ୍ତ ଆରମ୍ଭ ହୋଇନାହିଁ। ଏହାଛଡା ଗତ ୫ବର୍ଷ ଭିତରେ କେନ୍ଦ୍ର ସରକାର କେନ୍ଦ୍ରୀୟ ପାଣ୍ଠିରୁ ଓଡ଼ିଶାରେ ଗୋଟିଏ ବି ନୂତନ ରେଳ ଲାଇନ୍‌ ପ୍ରକଳ୍ପ ମଞ୍ଜୁର କରିନାହାନ୍ତି। କେନ୍ଦ୍ର ସରକାର ପଶ୍ଚିମ ଓଡ଼ିଶାବାସୀଙ୍କୁ ଭୁଆଁ ନ ବୁଲାଇ ତୁରନ୍ତ ବରଗଡ଼ ଷ୍ଟେସନରୁ ଭାୟା ପଦ୍ମପୁର ନୂଆପଡା ରୋଡ୍‌ ଷ୍ଟେଶନ୍‌ ରେଳଲାଇନ୍‌ କାର୍ଯ୍ୟକାରୀ କରିବାକୁ ବିଜେଡି ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri