୪ ବର୍ଷ ହେଲା ପଦ୍ମପୁରବାସୀଙ୍କୁ ଭୁଆଁ ବୁଲାଉଛି କେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଚାର ସରଗରମ ହୋଇଥିବାବେଳେ ଏହି ଅଞ୍ଚଳ ପାଇଁ ରେଳଲାଇନ୍‌ ଦାବି କରି ବିଜେଡି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। ବିଜେଡି ଅଭିଯୋଗ କରିଛି ଯେ, କେନ୍ଦ୍ର ସରକାର ଗତ ୪ ବର୍ଷ ହେଲା ରେଳଲାଇନ୍‌ କଥା କହି ଭୁଆଁ ବୁଲାଉଛନ୍ତି। ମୁଖ୍ୟମନ୍ତ୍ରୀ ବାରମ୍ବାର ଜଣାଇବା ସତ୍ତ୍ୱେ ରେଳ ମନ୍ତ୍ରଣାଳୟ ଏ କ୍ଷେତ୍ରରେ ନୀରବ ରହିଛି। ଓଡ଼ିଶା ପ୍ରତି ରେଳ ବିଭାଗର ବୈମାତୃକ ମନୋଭାବକୁ ନେଇ ବିଜେଡି କେନ୍ଦ୍ର ସରକାରଙ୍କ ଉପରେ ଦୋଷ ଲଦିଛି।
୨୦୧୮ ଡିସେମ୍ବର ୧୫ ତାରିଖରେ ବରଗଡ଼ ଷ୍ଟେଶନରୁ ଭାୟା ପଦ୍ମପୁର ଦେଇ ନୂଆପଡ଼ା ରୋଡ୍‌ ଷ୍ଟେଶନ ପର୍ଯ୍ୟନ୍ତ ଏକ ନୂତନ ରେଳଲାଇନ ପ୍ରକଳ୍ପକୁ କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତିି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସେ ସମୟରେ ଟୁଇଟ୍‌ କରି ସୂଚନା ଦେଇଥିଲେ। ଏହି ଘୋଷଣାକୁ ୪ବର୍ଷ ପୂରିବାକୁ ଯାଉଛି। ରାଜ୍ୟ ସରକାର ବାରମ୍ବାର ଏ ସମ୍ପର୍କରେ ରେଳ ମନ୍ତ୍ରଣାଳୟକୁ ଜଣାଇ ଆସୁଥିଲେ ମଧ୍ୟ ପ୍ରକଳ୍ପ କାର୍ଯ୍ୟକାରୀ ହୋଇପାରି ନାହିଁ। ମନ୍ତ୍ରଣାଳୟ ନିଜ ପ୍ରତିଶ୍ରୁତି ରକ୍ଷା କରି ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ତୁରନ୍ତ ଏହି ପ୍ରକଳ୍ପ କାର୍ଯ୍ୟ ଆରମ୍ଭ କରିବାକୁ ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ୍‌ ପାତ୍ର ଦାବି କରିଛନ୍ତି। ରବିବାର ଏଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଉକ୍ତ ପ୍ରକଳ୍ପ କାର୍ଯ୍ୟକାରୀ କରିବା ଲାଗି ରେଳ ମନ୍ତ୍ରଣାଳୟକୁ ଅନୁରୋଧ କରିବା ସତ୍ତ୍ୱେ ଏ ପର୍ଯ୍ୟନ୍ତ ସର୍ଭେ କାମ ଆରମ୍ଭ ହୋଇନାହିଁ। ୨୦୧୯ ଅକ୍ଟୋବର ୧୦ ତାରିଖରେ ରେଳବାଇ ବୋର୍ଡ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ ଓଡ଼ିଶା ସରକାରଙ୍କୁ ମାଗଣାରେ ଜମି ଏବଂ ବିସ୍ଥାପିତଙ୍କ ଥଇଥାନ ବାବଦ ଖର୍ଚ୍ଚ ବହନ କରିବାକୁ ପ୍ରସ୍ତାବ ଦେଇଥିଲା। ମୁଖ୍ୟମନ୍ତ୍ରୀ ଏଥିପାଇଁ ମାଗଣାରେ ଜମି ଯୋଗାଇ ଦେବା ସହ ପ୍ରକଳ୍ପ ପାଇଁ ୩ଶହ କୋଟି ଟଙ୍କା ପ୍ରଦାନ କରିବେ ବୋଲି ଜଣାଇଥିଲେ। ଏହାସତ୍ତ୍ୱେ ଏହି ପ୍ରକଳ୍ପ କାର୍ଯ୍ୟ ଏ ପର୍ଯ୍ୟନ୍ତ ଆରମ୍ଭ ହୋଇନାହିଁ। ଏହାଛଡା ଗତ ୫ବର୍ଷ ଭିତରେ କେନ୍ଦ୍ର ସରକାର କେନ୍ଦ୍ରୀୟ ପାଣ୍ଠିରୁ ଓଡ଼ିଶାରେ ଗୋଟିଏ ବି ନୂତନ ରେଳ ଲାଇନ୍‌ ପ୍ରକଳ୍ପ ମଞ୍ଜୁର କରିନାହାନ୍ତି। କେନ୍ଦ୍ର ସରକାର ପଶ୍ଚିମ ଓଡ଼ିଶାବାସୀଙ୍କୁ ଭୁଆଁ ନ ବୁଲାଇ ତୁରନ୍ତ ବରଗଡ଼ ଷ୍ଟେସନରୁ ଭାୟା ପଦ୍ମପୁର ନୂଆପଡା ରୋଡ୍‌ ଷ୍ଟେଶନ୍‌ ରେଳଲାଇନ୍‌ କାର୍ଯ୍ୟକାରୀ କରିବାକୁ ବିଜେଡି ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…

ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍‌ରେ ରାଜ୍ୟର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri