୪୦ ବର୍ଷ ହେଲା ପଶ୍ଚିମବଙ୍ଗର ଗୌରବ ନଷ୍ଟ ହେଉଛି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜନୈତିକ ଇଚ୍ଛାଶକ୍ତିର ଅଭାବ ଯୋଗୁ ଗତ ୪୦ ବର୍ଷ ଧରି ପଶ୍ଚିମବଙ୍ଗର ଗୌରବ ନଷ୍ଟ ହେଉଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ରବିବାର କୋଲକାତାଠାରେ ବିଶିଷ୍ଟ ଉଦ୍ୟୋଗୀଙ୍କ ସହ ରାଜ୍ୟର ଶିଳ୍ପାୟନର ବିକାଶ ଏବଂ ଆର୍ଥତ୍କ ବୃଦ୍ଧି ପ୍ରସଙ୍ଗରେ ଆଲୋଚନା କରିବା ଅବସରରେ ଧର୍ମେନ୍ଦ୍ର କହିଛନ୍ତି, ଅତୀତରେ ପଶ୍ଚିମବଙ୍ଗ ଲବ୍ଧ ପ୍ରତିଷ୍ଠିତ ଥିଲା। ଦେଶର ଆବଶ୍ୟକତା ସମୟରେ ମାର୍ଗ ଦେଖାଉଥିଲା। କିନ୍ତୁ ରାଜନୈତିକ ଇଚ୍ଛାଶକ୍ତିର ଅଭାବ ଯୋଗୁ ଗତ ୪୦ ବର୍ଷ ଧରି ପଶ୍ଚିମବଙ୍ଗର ଗୌରବ ସଙ୍କୁଚିତ ହୋଇଯାଇଛି। ତେବେ ପଶ୍ଚିମବଙ୍ଗର ଗୌରବ କ୍ଷୁଣ୍ଣ କରିଥିବା, ଶିଳ୍ପାୟନର ବିକାଶ କରି ନ ଥିବା ଏବଂ ଏଠାରେ ହିଂସା ଘଟାଉଥିବା ଲୋକଙ୍କୁ ସ୍ଥାନୀୟ ନାଗରିକ ଚଳିତ ନିର୍ବାଚନରେ ଭୋଟ ମାଧ୍ୟମରେ ଜବାବ ଦେବେ। ପଶ୍ଚିମବଙ୍ଗ ନିର୍ବାଚନ କେବଳ ନିର୍ବାଚନ ନୁହେଁ ବରଂ ରାଜ୍ୟରେ ନୂଆ ଯୁଗ ପାଇଁ ଧର୍ମଯୁଦ୍ଧ। କେବଳ ପଶ୍ଚିମବଙ୍ଗ ପାଇଁ ନୁହେଁ ବରଂ ସମଗ୍ର ଦେଶ ଲାଗି କେଉଁଟି ଠିକ୍‌ ତାହା ସ୍ଥିର କରିବାକୁ ଏଠାର ଜନସାଧାରଣଙ୍କ ହାତରେ ଦାୟିତ୍ୱ ନ୍ୟସ୍ତ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପୂର୍ବୋଦୟ’ର କଳ୍ପନା ରଖିଥିବା ବେଳେ ପୂର୍ବ ଏବଂ ଉତ୍ତର ପୂର୍ବାଞ୍ଚଳର ବିକାଶ କରିବା ଏହି ମିଶନର ଲକ୍ଷ୍ୟ ରହିଛି। ଏହି ଲକ୍ଷ୍ୟରେ ପଶ୍ଚିମବଙ୍ଗରେ ସବ୍‌କା ସାଥ୍‌, ସବ୍‌କା ବିକାଶ ଏବଂ ସବ୍‌କା ବିଶ୍ୱାସ ମନ୍ତ୍ରରେ ଏମ୍‌ଏସ୍‌ଏମ୍‌ଇ ଶିଳ୍ପର ବୃଦ୍ଧି, ପୁଞ୍ଜିନିବେଶ ପାଇଁ ଏକ ଇକୋସିଷ୍ଟମ ତିଆରି କରିବା, ଭିତ୍ତିଭୂମି, ନିଯୁକ୍ତି, ସ୍ବାସ୍ଥ୍ୟ, ମହିଳା ସୁରକ୍ଷା ଉପରେ ଗୁରୁତ୍ୱ ଦିଆଯିବା ନେଇ ସେ ଚର୍ଚ୍ଚା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri