୫ ବର୍ଷ ହେଲା ଜଗା ରଥପାଇଁ ପଠାଯାଉଛି କାଠ: ଭଞ୍ଜନଗରୁ ପ୍ରଥମ ପର୍ଯ୍ୟାୟରେ ଗଲା ରଥକାଠ

ଭଞ୍ଜନଗର,୬।୫(ବାବୁଲା ପ୍ରଧାନ): ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ଜୁନ ୨୭ ତାରିଖରେ ହେବ। ତେଣୁ ତିନି ଠାକୁରଙ୍କ ରଥ ନିର୍ମାଣ କାର୍ଯ୍ୟ ପୁରୀ ରଥଖଳାରେ ଚାଲିଛି। ଏଥିପାଇଁ ରାଜ୍ୟର ବିଭିନ୍ନ ବନଖଣ୍ଡରୁ ରଥକାଠ ପୁରୀ ଅଭିମୂଖେ ଅଣାଯାଉଛ। ଏହିଭଳି ଗଞ୍ଜାମ ଜିଲା ଘୁମୁସର ଦକ୍ଷୀଣ ବନଖଣ୍ଡ ଏବଂ ଉତ୍ତର ବନଖଣ୍ଡରୁ ଆଜକୁ ୫ ବର୍ଷ ହେବ ପୁରୀ ରଥଯାତ୍ରା ପାଇଁ କାଠ ପଠାଯାଉଛି। ଏହିଭଳି ମଙ୍ଗଳବାର ଘୋଗଡ ସଂରକ୍ଷିତ ଜଙ୍ଗଲରୁ ୨୩ ଖଣ୍ଡ କାଠକୁ ପୂଜାର୍ଚ୍ଚନା କରାଯିବା ପରେ ପୁରୀ ରଥ ଳା ଅଭିମୁଖେ କାଠ ଯାଇଛି। ଏହି ସମୟରେ ସେଠାରେ ଏକ ପ୍ରକାର ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ବାଟରେ ଲୋକେ ମଧ୍ୟ ରଥକାଠ ଗାଡ଼ିକୁ ଅଟକାଇ ପୂଜାର୍ଚ୍ଚନା କରୁଥିଲେ। ଚଳିତ ବର୍ଷ ଦକ୍ଷିଣ ଘୁମୁସର ବନଖଣ୍ଡରୁ ୮୪ ଖଣ୍ଡ କାଠ ପୁରୀ ଅଭିମୁଖେ ଯିବ ବୋଲି ଡିଏଫ ଓ ବିନୋଦ ଆଚାର୍ଯ୍ୟ ଏଠାରେ ସୂଚନା ଦେଇଛନ୍ତି।
ସେହିଭଳି ଉତ୍ତର ଘୁମୁସର ବନଖଣ୍ଡରୁ ୯୦ ଖଣ୍ଡ କାଠ ଯିବ। ପ୍ରଥମ ପର୍ଯ୍ୟାୟରେ ଯାଇଥିବା କାଠ ଗୁଡିକୁ ରଥ ଚକରେ ଲାଗିବ।
ସୂଚନାଯୋଗ୍ୟ, ପୁରୀ ରଥଯାତ୍ରା ପାଇଁ ଆବଶ୍ୟକ କାଠ ବର୍ତ୍ତମାନ ସବୁ ଜଙ୍ଗଲରେ ମିଳୁନାହିଁ। ତେଣୁ ରଥ ଯାତ୍ରାର ବହୁ ପୂର୍ବରୁ ବନ ବିଭାଗ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିତ ଭାବେ ବୈଠକ ହୋଇ କାଠ ଚୟନ ହୋଇଥାଏ। ପରେ କାଠ କାଟିବା ଯୋଜନା ହୋଇଥାଏ। ଆଜି ରଥ କାଠ ଯିବା ସମୟରେ ଉତ୍ତର ବନଖଣ୍ଡ ଅଧିକାରୀ ହିମାଂଶୁ ଶେଖର ମହାନ୍ତି ପ୍ରଥମେ ପୂଜାର୍ଚ୍ଚନା କରିଥିଲେ। ଏହି ସମୟରେ ଏସିଏଫ ବିବେକ କୁମାର ଦାସ, ଡ ରଶ୍ମି ରଞ୍ଜନ ସାଇଁ, ତାରସିଂରେଞ୍ଜର ପ୍ରଶାନ୍ତ କୁମାର ବେହେରା, ବନପାଳ ଶୁଭସ୍ମିତା ଦାସ,ସନ୍ତୋଷ ଗୌଡ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri